ପ୍ରମୂଖ ଖବର
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁଙ୍କୁ ଆକ୍ରମଣ ଘଟଣା : ୧୦ ଅଭିଯୁକ୍ତ ଗିରଫ

Published By : Gurupada Nath | November 21, 2024 7:40 PM

ଯାଜପୁର,୨୧/୧୧ : ଯାଜପୁର ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁଙ୍କ ଉପରେ ଆକ୍ରମଣ ଘଟଣାରେ ୧୦ ଗିରଫ । ଅଭିଯୁକ୍ତଙ୍କୁ ଗିରଫ କଲା ଯାଜପୁର ପୋଲିସ । ଡାକ୍ତରୀ ପରୀକ୍ଷା ପରେ କୋର୍ଟ ଚାଲାଣ ହେବେ ୧୦ ଅଭିଯୁକ୍ତ । ବୁଧବାର ଯାଜପୁର ବରୁଆଁଠାରେ ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁଙ୍କୁ ଆକ୍ରମଣ ହୋଇଥିଲା ।

ଏହି ଘଟଣାରେ ୧୦ ଜଣ ଗିରଫ ହୋଇଛନ୍ତି ବୋଲି ହିମାଂଶୁ ଶେଖର ସାହୁ ସୂଚନା ଦେଇଛନ୍ତି । ଏହି ଆକ୍ରମଣ ଘଟଣାକୁ ନିନ୍ଦା କରିବା ସହ ମୁଖ୍ୟମନ୍ତ୍ରୀ, ଉପ ମୁଖ୍ୟମନ୍ତ୍ରୀ ତାଙ୍କ ସହ ଆଲୋଚନା କରିଛନ୍ତି ବୋଲି କହିଛନ୍ତି । ରାଜ୍ୟ ସରକାର ଏ ଘଟଣାକୁ ଗୁରୁତର ସହିତ ନେଉଛନ୍ତି । ଏଥିରେ ପ୍ରତ୍ୟେକ୍ଷ ଓ ପରୋକ୍ଷ ଭାବରେ ସମ୍ପୃକ୍ତ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରାଯିବ ବୋଲି ତାଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି ବୋଲି ସେ କହିଛନ୍ତି । ଏହି ଘଟଣା ପରେ ଧର୍ମଶାଳା ନିର୍ବାଚନମଣ୍ଡଳୀର ରାଜନୈତିକ ଉଷ୍ମତା ବୃଦ୍ଧି ପାଉଥିବା ବେଳେ କେହି ଆଇନକୁ ହାତକୁ ନ ନେଇ ଶାନ୍ତି ବଜାୟ ରଖିବାକୁ ହିମାଂଶୁ ନିବେଦନ କରିଛନ୍ତି ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.