PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ: ପ୍ରଥମ ଦିନରେ ଶୋକ ପ୍ରସ୍ତାବ ପାରିତ, ଆସିବ ପୂର୍ଣ୍ଣାଙ୍ଗ ବଜେଟ୍
  • ||
  • ନୂଆଦିଲ୍ଲୀ; ଫୁଟ୍‌ ଉପରେ ବିମାନ କ୍ୟାବିନରେ ଦେଖିବାକୁ ମିଳିଲା ଧୁଆଁ; ଦିଲ୍ଲୀ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କଲା ସ୍ପାଇସଜେଟ୍‌
  • ||
  • ଭୁବନେଶ୍ୱର: ୪ରେ ଲଘୁଚାପ, ଆଜିଠୁ ବଢ଼ିବ ବର୍ଷା
  • ||
  • ଚୌଦ୍ୱାର : ଜଗା ଦର୍ଶନ ସାରି ଘରକୁ ଫେରୁଥିବା ବେଳେ ବୋଲେରୋକୁ ପିଟିଲା ଟ୍ରକ: ଜଣେ ମୃତ, ୯ ଗୁରୁତର
  • ||
  • ପୁରୀ: ଦାରୁବ୍ରହ୍ମଙ୍କ ପତିତପାବନ ଯାତ୍ରା: ଆଜି ଜନ୍ମବେଦିକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବାରିପଦା: ଆଜି ଗଡ଼ିବ ଦ୍ୱିତୀୟ ଶ୍ରୀକ୍ଷେତ୍ର ରଥ, ସୁଭଦ୍ରାଙ୍କ ରଥକୁ ଟାଣିବେ ମହିଳା ଶ୍ରଦ୍ଧାଳୁ
  • ||
  • କଟକ: ଆଜିଠୁ ମିଳିତ ପୁଲିସ୍‌ ସେବା ପରୀକ୍ଷା, ୩୪ କେନ୍ଦ୍ରରେ ପରୀକ୍ଷା ଦେବେ ୨୯ ହଜାର ୬୪୪ ପରୀକ୍ଷାର୍ଥୀ
  • ||

ରାଜ୍ୟରେ ଖସୁଛି କରୋନା ଗ୍ରାଫ୍, ୨୪ ଘଣ୍ଟା ମଧ୍ୟରେ ୧୦ ପଜିଟିଭ୍ ଚିହ୍ନଟ

ଭୁବନେଶ୍ଵର, ୨୦/୦୫ : ରାଜ୍ୟରେ ଖସୁଛି କରୋନା ଗ୍ରାଫ୍। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୩୪୯ ଜଣକୁ ବୃଦ୍ଧି ପାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ ରହିଥିବା ବେଳେ ଷ୍ଟେଟ ପୁଲ୍‌ରୁ ୨ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୩୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୧୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୦୫୨ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୫୯୮୬୨୫ସାମ୍ପୁଲ ଟେଷ୍ଟ୍ ହୋଇଛି ।