ପ୍ରମୂଖ ଖବର
  • ଝାରସୁଗୁଡ଼ା ଜିଲ୍ଲା କାଲି ବାହାଲ ଗ୍ରାମରେ ବଜ୍ରପାତରେ ୨ ମୃତ
  • ||
  • ଭୁବନେଶ୍ୱର ବାଇ ପାସ୍‌କୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ, ନିର୍ମାଣ ହେବ ୬ ଲେନ୍ ରିଙ୍ଗ ରୋଡ୍
  • ||
  • ଏସିଆ କପ୍‌ ପାଇଁ ଟିମ୍‌ ଘୋଷଣା କଲା ବିସିସିଆଇ,ସ୍ବର୍ଯ୍ୟକୁମାରଙ୍କ ନେତୃତ୍ବରେ ଟୁର୍ଣ୍ଣାମେଣ୍ଟକୁ ଓହ୍ଲାଇବ ଭାରତ
  • ||
  • ଧାନ ତଳି ରୋଇବାକୁ ଯିବା ବେଳେ ଦୁର୍ଘଟଣା: ବାଇକ୍‌ରୁ ଖସିପଡିଲେ ଚାଷୀ, ଚାଲିଗଲା ଜୀବନ
  • ||
  • ଦୁର୍ନୀତିଖୋର ବାବୁଙ୍କ ଉପରେ ଭାରି ପଡ଼ୁଛି ଭିଜିଲାନ୍ସ; ବନ୍ଧା ହେଲେ ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରା
  • ||
  • ଶିଶୁ ବାଟିକା ପିଲାଙ୍କୁ ମିଳିବ ୟୁନିଫର୍ମ, ୩ ଲକ୍ଷ ୧୦ ହଜାର ୮୩୯ ପିଲାଙ୍କୁ ବଣ୍ଟନ ହେବ
  • ||
  • ଉପରାଷ୍ଟ୍ରପତି ନିର୍ବାଚନରେ ଦକ୍ଷିଣ ଭାରତ ଲଢ଼େଇ, ବି. ସୁଦର୍ଶନ ରେଡ୍ଡୀ ହେଲେ ଇଣ୍ଡିଆ ମେଣ୍ଟ ପ୍ରାର୍ଥୀ
  • ||
  • ମହିଳାଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋ ଭାଇରାଲ ଅଭିଯୋଗ; ଅଭିଯୁକ୍ତକୁ ଆନ୍ଧ୍ରରୁ ଉଠାଇଆଣିଲା ନରସିଂହପୁର ପୁଲିସ
  • ||
  • 'ଥ୍ରୀ ଇଡିଅଟ୍‌' ଫିଲ୍ମ ପ୍ରଫେସର ଅଚ୍ୟୁତ ପୋତଦାରଙ୍କ ଦେହାନ୍ତ
  • ||
  • ଯାଜପୁର : ଭୁଲ୍ ଇଞ୍ଜେକ୍ସନ ଯୋଗୁଁ ଯୁବକଙ୍କ ମୃତ୍ୟୁ ଅଭିଯୋଗ, ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଉତ୍ତେଜନା
  • ||
  • ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଲୀଳା: ଆଜି ମହାପ୍ରଭୁଙ୍କ କାଳୀୟଦଳନ ବେଶ ନୀତି
  • ||
  • ସାଲେପୁରକୁ NAC ଘୋଷଣା ଦାବିରେ ବିଜେଡିର ବନ୍ଦ ପାଳନ, କଟକ-ଚାନ୍ଦବାଲି ରାସ୍ତା ଅବରୋଧ କରି ବିକ୍ଷୋଭ ପ୍ରଦର୍ଶନ
  • ||
  • ଅବପାତ ପ୍ରଭାବ; ସାରା ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା,୨୦ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା
  • ||
  • ସମ୍ବଲପୁର ଧନୁପାଲିରେ ଏନ୍‌କାଉଣ୍ଟର, କୁଖ୍ୟାତ ଅପରାଧୀ ଏମ୍‌ଡି ସାମଦ ବାମ ଗୋଡ଼ ବାଜିଲା ଗୁଳି
  • ||

କାର୍ ସହ ୧୦କିଲୋ ଗଞ୍ଜେଇ ଜବତ, ଜଣେ ଗିରଫ

Published By : Gurupada Nath | August 19, 2025 8:48 PM

ଫିରିଙ୍ଗିଆ,୧୯/୮ :  କନ୍ଧମାଳ ଜିଲ୍ଲା ସଦର ଅବକାରୀ ବିଭାଗ ଫୁଲବାଣୀ ବୌଦ୍ଧ ରାସ୍ତାର ଭେଟଖୋଲ ଘାଟି ନିକଟରେ ଏକ କାର୍ ସହ ୧୦କିଲୋ ଗଞ୍ଜେଇକୁ ଜବତ କରିଛି । ଏହି ଘଟଣାରେ ଜଣେ ଯୁବକକୁ ଗିରଫ କରିଛି  । ଗିରଫ ଯୁବକ ଜଣକ କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ଅଧୀନରେ ଥିବା ବବଡିଙ୍ଗିଆ ଗାଁର ରାମଦାସ ଦିଗାଳ ବୋଲି ଜଣାପଡ଼ିଛି । 

ପ୍ରକାଶ ଯେ‌, ଫିରିଙ୍ଗିଆରୁ ବୌଦ୍ଧ ଅଂଚଳକୁ ଏକ କାରରେ ଗଞ୍ଜେଇ ଚାଲାଣ ହେଉଥିବା କୌଣସି ସୂତ୍ରରୁ ସଦର ଅବକାରୀ ବିଭାଗକୁ ଖବର ମିଳିଥିଲା । ଏହାପରେ ସଦର ଅବକାରୀ ବିଭାଗର ଓଆଇସି ପ୍ରକାଶ ଚନ୍ଦ୍ର ମଲ୍ଲିକଙ୍କ ସହ ଏକ ସ୍ୱତନ୍ତ୍ର ଟିମ୍ ଭେଟଖୋଲ ଘାଟିରେ ଜଗି ରହିଥିଲେ । ପରେ କାରଟି ଆସିବା ପରେ ତାକୁ ଅଟକାଇ ଯାଞ୍ଚ କରିବାରୁ ଗାଡ଼ିରେ ଏକ ବସ୍ତାରେ ୧୦କିଲୋ ଗଞ୍ଜେଇ ବାହାରିଥିଲା I ପରେ କାର ସହ ଗଞ୍ଜେଇକୁ ଜବତ କରିବା ସହ ଚାଲାଣକାରି ଯୁବକକୁ ଗିରଫ କରିଥିଲେ I 

ଅନ୍ୟପଟେ ଏହି ଘଟଣାରେ ସଦର ଅବକାରୀ ବିଭାଗରେ କେଶ ନଂ ୯୨/୨୫ରେ ଏକ ମାମଲା ରୁଜୁ କରାଯାଇ ମଙ୍ଗଳବାର ଚାଲାଣ କାରି ଯୁବକକୁ କୋର୍ଟ ଚାଲାଣ କରାଯାଇଥିବାବେଳେ ଏହି ଚଢ଼ଉରେ ବିଭାଗର ଅନିଲ ବେହେରା, ସଚିନ ଗୁରୁ, ସୌମ୍ୟରଞ୍ଜନ ବେହେରାଙ୍କ ସହ ଅନ୍ୟ କର୍ମଚାରୀମାନେ ଉପସ୍ଥିତ ଥିଲେ I

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.