ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

୩ ବର୍ଷରେ ବ୍ରଜପାତ ନେଲାଣି ୧୦୫୭ ଜୀବନ

Published By : Rasmita Pradhan | December 5, 2024 12:39 PM

ଭୁବନେଶ୍ଵର, ୦୫/୧୨ : ରାଜ୍ୟରେ ବିଗତ ୩ ବର୍ଷରେ ବ୍ରଜପାତରେ ପ୍ରାଣ ହରାଇଥିବା ଲୋକଙ୍କ ସଂଖ୍ୟା ବଢିଛି। ଏହି ସଂଖ୍ୟା ବର୍ତ୍ତମାନ ୧୦୫୭ରେ ପହଞ୍ଚିଛି। ଚଳିତ ବର୍ଷ ୭ ମାସ ମଧ୍ୟରେ ୨୦୧ ଲୋକଙ୍କ ଜୀବନ ଗଲାଣି। ସେହିପରି ୨୦୨୩-୨୪ ରେ ବଜ୍ରପାତରେ ୨୭୨ ଜଣ ପ୍ରାଣ ହରାଇଥିଲେ। ୨୦୨୨-୨୩ ରେ ମଧ୍ୟ ୩୦୬ ଜଣଙ୍କ ଜୀବନ ଯାଇଥିଲା। ବଜ୍ରପାତ ଦ୍ୱାରା ସର୍ବାଧିକ ମୟୁରଭଞ୍ଜ, ବାଲେଶ୍ଵର ଏବଂ ଗଞ୍ଜାମ ଜିଲ୍ଲାରେ ମୃତ୍ୟୁ ହୋଇଛି। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ବିଧାନସଭାରେ ଏନେଇ ଲିଖିତ ଉତ୍ତର ରଖିଛନ୍ତି। 

ଓଡ଼ିଶାରେ ବଜ୍ରପାତ ଜନିତ ମୃତ୍ୟୁ ସଂଖ୍ୟା ଅନ୍ୟ ରାଜ୍ୟ ତୁଳନାରେ ବେଶୀ। ମୃତ୍ୟୁ ସଂଖ୍ୟା ରୋକିବାକୁ କୌଣସି ସ୍ଥାୟୀ ନିରାକରଣ ନାହିଁ। ଏହାକୁ ରୋକିବାକୁ ଗବେଷଣା ଜାରି ରହିଛି। ବଜ୍ରପାତ ରୋକିବାକୁ ତାଳ ଗଛ ରୋପଣ ଉପରେ ଗୁରୁତ୍ଵ ଦିଆଯାଇଛି। ନିକଟରେ ରାଜସ୍ଵ ବିଭାଗ ଜଙ୍ଗଲ ବିଭାଗକୁ ୭ କୋଟି ଟଙ୍କା ପ୍ରଦାନ କରିଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.