ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା ରସାବଳିକୁ ମିଳିଲା ଜିଆଇ ଟ୍ୟାଗ୍ ମାନ୍ୟତା , ୧୩ ଡିସେମ୍ୱର ୨୦୨୧ରେ ହୋଇଥିଲା ଆବେଦନ
  • ||
  • ସ୍ବିଡେନ୍‌: ପଦାର୍ଥ ବିଜ୍ଞାନରେ ୩ ଜଣଙ୍କୁ ନୋବେଲ ପୁରସ୍କାର
  • ||
  • ନୂଆଦିଲ୍ଲୀ: ଭୂକମ୍ପରେ ଥରିଲା ଦିଲ୍ଲୀରୁ ଉତ୍ତରାଖଣ୍ଡ, କେନ୍ଦ୍ରସ୍ଥଳ ନେପାଳ
  • ||
  • ବାଙ୍କୀ : ମହାନଦୀ ବ୍ରିଜ୍‌ରେ ଝୁଲୁଛି ବସ୍, ସମସ୍ତ ଯାତ୍ରୀ ସୁରକ୍ଷିତ ଭାବେ ଉଦ୍ଧାର
  • ||
  • ଭୁବନେଶ୍ଵର : ଲୋକସେବା ଭବନରେ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ
  • ||
  • କରଞ୍ଜିଆ : ଭୁଜାଲି ମାଡ଼ରେ ମହିଳା ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି
  • ||
  • ଶ୍ରୀନଗର : ରାଜୌରୀ କାଲାକୋଟ ଆରାରେ ଗୁଳିବିନିମୟ, ୯ ପାରା କମାଣ୍ଡୋ ୟୁନିଟର ୩ ଯବାନ ଆହତ
  • ||
  • ସୁନ୍ଦରଗଡ଼ : ମାଟି କାନ୍ଥ ଭୁଶୁଡ଼ି ଜଣେ ମୃତ
  • ||
  • ବାଲିଗୁଡ଼ା : ବିସ୍କୁଟ ଗୋଦାମରେ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ
  • ||

ପିକଅପ୍‌କୁ ପଛରୁ ଧକ୍କା ଦେଲା ୧୦୮ ଅମ୍ବୁଲାନ୍ସ, ରୋଗୀ ସମେତ ୫ ଆହତ

ବସ୍ତା, ୨/୯ : ପିକଅପ୍‌କୁ ପଛରୁ ଧକ୍କା ଦେଲା ୧୦୮ ଅମ୍ବୁଲାନ୍ସ। ରୂପସା ଥାନା ଅନ୍ତର୍ଗତ ୬୦ ନଂ ଜାତୀୟ ରାଜପଥ ମିର୍ଗୀମୁଣ୍ଡି ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି। ଫଳରେ ଆମ୍ବୁଲାନ୍ସ କର୍ମଚାରୀ ସମେତ ୫ ଜଣ ଗୁରୁତର ହୋଇଥିବା ଜଣାପଡ଼ିଛି। 

ପ୍ରକାଶ ଯେ, ବାଲେଶ୍ୱର ଜିଲ୍ଲା ଭୋଗରାଇ ଥାନା ଅନ୍ତର୍ଗତ ଜଳେଶ୍ୱରପୁର ଅଞ୍ଚଳରୁ ଜଣେ ରୋଗୀକୁ ନେଇ ୧୦୮ ଅମ୍ବୁଲାନ୍ସ ବାଲେଶ୍ୱର ଡାକ୍ତରଖାନାକୁ ଯାଉଥିଲା। ଆମ୍ଵୁଲାନ୍ସଟି ଶନିବାର ଭୋର ସମୟରେ ୬୦ ନଂ ଜାତୀୟ ରାଜପଥ ରୁପସା ନିକଟରେ ରାସ୍ତା ପାର୍ଶ୍ୱରେ ଛିଡା ହୋଇଥିବା ଏକ ପିକଅପକୁ ପଛପଟୁ ଧକ୍କା ଦେଇଥିଲା। ଫଳରେ ରୋଗୀ ସମେତ ୫ ଜଣ ଗୁରୁତର ହୋଇଥିଲେ। ସମସ୍ତ ଆହତଙ୍କୁ ପୁଣି ଏକ ଆମ୍ବୁଲାନ୍ସ ରେ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

PrameyaOdia
prameyanews
prameya

Copyright © 2022 - Summa Real Media Private Limited. All Rights Reserved.