ପ୍ରମୂଖ ଖବର
  • ବ୍ରହ୍ମପୁର, : ଲାଞ୍ଜିପଲ୍ଲୀ ଜେଲ ଗେଟ୍ ନିକଟରୁ ୩ ବୋମା ଜବତ
  • ||
  • କୋଏଲ ନଦୀରେ ବୁଡି ଛାତ୍ର ମୃତ
  • ||
  • ଭିଜିଲାନ୍ସ ଜାଲରେ ପୁଣି ଜଣେ ଯନ୍ତ୍ରୀ, ୧୦ ହଜାର ଲାଞ୍ଚ ନେବା ବେଳେ କନିଷ୍ଠ ଯନ୍ତ୍ରୀ ଅଶୋକ ଦାସଙ୍କୁ ଧରିଲା ଭିଜିଲାନ୍ସ ଟିମ୍
  • ||
  • ଆସନ୍ତା ୧୯ରୁ ହାଇକୋର୍ଟଙ୍କ ଗ୍ରୀଷ୍ମ ଅବକାଶ, ୮ ଦିନ ବସିବ ଅବକାଶକାଳୀନ ଅଦାଲତ
  • ||
  • ଆସନ୍ତା ୩୧ରେ ଆଇଟିଆଇ ନାମଲେଖା ଆବେଦନ ଶେଷ, ଜୁନ୍‌ ୬ରେ ପ୍ରଥମ ମେଧା ତାଲିକା
  • ||
  • ନିଶ୍ଚିନ୍ତକୋଇଲି ବ୍ଲକ୍‌ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ୍‌ ରାଜନୀତି, ୩୦ରେ ଆସ୍ଥା ପ୍ରମାଣିତ କରିବେ ରୋଜି
  • ||
  • ଯାଜପୁରରେ ଟାଟା କରିବ ୬୩ ହଜାର କୋଟିର ପ୍ରକଳ୍ପ, ୩୪ ହଜାର ଲୋକଙ୍କୁ ମିଳିବ ନିଯୁକ୍ତି
  • ||
  • କନ୍ଧମାଳ : ଗାଧେଇବା ବେଳେ ଅଘଟଣ, ପୋଖରୀରେ ବୁଡି ଶିଶୁ ମୃତ
  • ||
  • କେନ୍ଦୁଝର : ନଦୀରେ ବୁଡି ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ପାଇଁ ସ୍ଥାନୀୟଲୋକଙ୍କ ଦାବି
  • ||
  • Operation Sindoor; ଖୋଲିବ ପାକିସ୍ତାନ ପୋଲ୍, ୭ ସାଂସଦଙ୍କୁ ନେଇ ସର୍ବଦଳୀୟ ଟିମ୍‌ ଗଠନ
  • ||
  • ନୂଆପଡ଼ା: ଜୁଆ ଆଡ୍ଡା ଉପରେ ଚଢ଼ାଉ ବେ​‌ଳେ​‌ ୧୫ ଗିରଫ, ୨୭ ହଜାରୁ ଉର୍ଦ୍ଧ୍ୱ ଟଙ୍କା ଜବତ
  • ||
  • ବରଗଡ଼: ଅନୁପ ଶତପଥି ହେଲେ ବରଗଡ ଜିଲ୍ଲା ଅଦାଲତର ଭାରପ୍ରାପ୍ତ ପିପି
  • ||
  • ଗଞ୍ଜାମ : ସିନ୍ଦୂରାପଲ୍ଲୀରେ ବୁଲିଲା ଖଣ୍ଡା ଏବଂ ଠେଙ୍ଗା, ୨୦ରୁ ଉର୍ଦ୍ଧ୍ୱ ଆହତ
  • ||
  • କଟକ: ବିସ୍କୁଟ୍ କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ, କୋଟିଏ ଟଙ୍କାର କ୍ଷୟକ୍ଷତି, ବହୁ ଅତ୍ୟାଧୁନିକ ମେସିନ୍ ପୋଡ଼ି ପାଉଁଶ
  • ||
  • ଉପକୂଳରେ କଲବଲ କରୁଛି ଅସମ୍ଭାଳ ଗୁଳୁଗୁଳି, ୫ ଦିନ ଯାଏଁ ନିସ୍ତାର ନାହିଁ
  • ||
  • ଅନୁପ ଶତପଥି ହେଲେ ବରଗଡ ଜିଲ୍ଲା ଅଦାଲତର ଭାରପ୍ରାପ୍ତ ପିପି
  • ||
  • କଟକ : ଧାନ ବିଲକୁ ଯାଇଥିଲେ ବୃଦ୍ଧ, ବିଦ୍ୟୁତ ଆଘାତରେ ଚାଲିଗଲା ଜୀବନ
  • ||
  • କେନ୍ଦୁଝର : ହାଇୱାକୁ ପଛରୁ ପିଟିଲା ମିନି ଟ୍ରକ୍‌, ଦୁଇ ଗୁରୁତର
  • ||
  • ସମ୍ବଲପୁର: ତପସ୍ବନୀ ଏକ୍ସପ୍ରେସ୍‌କୁ ପଥର ମାଡ଼, ଭାଙ୍ଗିଲା ଟ୍ରେନ୍ କାଚ୍
  • ||
  • ରାତି ୨ଟା ୩୦ରେ ମୁନିର ଫୋନ୍ କରିଥିଲେ; କହିଲେ ଭାରତ ହମଲା କରିଦେଲା...ନୂର ଏୟାରବେସ୍‌ରେ ମିସାଇଲ ମାଡ଼କୁ ମାନିଲେ ଶେହବାଜ
  • ||
  • ରବିବାର ଇସ୍ରୋର ୧୦୧ତମ ଉତ୍‌କ୍ଷେପଣ, ଶ୍ରୀହରିକୋଟାରୁ ଲଞ୍ଚ୍‌ ହେବ ଇସ୍ରୋର ଇଓଏସ୍‌-୯ ମିଶନ
  • ||
  • IPL 2025: ୧୦ ଦିନ ପରେ ଫେରିଲା ଫଟାଫଟ୍ କ୍ରିକେଟ୍, ଆଜି ରୟାଲ ଚ୍ୟାଲେଞ୍ଜର୍ସକୁ ଭେଟିବ ନାଇଟ୍‌ ରାଇଡର୍ସ
  • ||
  • ଭୁବନେଶ୍ୱର : ବାଇକ୍‌ରେ ଆସି କାର୍‌ କାଚ ଭାଙ୍ଗିଲେ ଦୁର୍ବୃତ୍ତ, ଅଭିଯୁକ୍ତ ଫେରାର
  • ||
  • ବାସୁଦେବପୁର : ଭୋଜି ଖାଇ ଫେରିବା ବେଳେ ଓଲଟିଲା ଚାରି ଚକିଆ ଗାଡି, ୧୦ରୁ ଉର୍ଦ୍ଧ୍ଵ ଗୁରୁତର
  • ||
  • ମେ' ୨୦ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା ଫଳ, ଏବେ ଚୂଡ଼ାନ୍ତ ପର୍ଯ୍ୟାୟରେ ପ୍ରକ୍ରିୟା
  • ||

ଅବ୍ୟବସ୍ଥାରେ ୧୦୮ ଆମ୍ବୁଲାନ୍ସ ସେବା; ଅସହ୍ୟ ଗୁଳଗୁଳିରେ ବୁହା ହେଉଛନ୍ତି ରୋଗୀ

Published By : Bijay Swain | May 17, 2025 10:10 PM

ମୋହନା, ୧୭/୫(ଆପ୍ର): ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ପରିବର୍ତନ ଆଣିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବହୁ ବ୍ୟବସ୍ଥା କରିଛନ୍ତି l ଉଭୟ ସରକାରଙ୍କ ମିଳିତ ଉଦ୍ୟମରେ ରୋଗୀ କଲ୍ୟାଣ ସମିତି ଦ୍ୱାରା ରାଜ୍ୟର ବିଭିନ୍ନ ସହର ଓ ଗାଁ ଗୁଡିକରେ ରୋଗୀଙ୍କୁ ମାଗଣା ସେବା ଯୋଗାଇବା ପାଇଁ ୧୦୮ ଆମ୍ବୁଲାନ୍ସ ସେବା ଚାଲିଛିl ପୂର୍ବ ସରକାର ଅମଳରୁ ମୋହନା ନିର୍ବାଚନ ମଣ୍ଡଳୀର ମୋହନା, ଅଡବା, ଚନ୍ଦ୍ରଗିରି, ଆର ଉଦୟଗିରି, ରାୟଗଡରେ ଥିବା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଓ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଗୁଡିକ ନିକଟରେ ୧୦୮ ଆମ୍ବୁଲାନ୍ସ ସେବା ରଖାଯାଇଛି। ଦୁର୍ଘଟଣା ହେଉ କିମ୍ବା ଗର୍ଭବତୀ ମାଙ୍କୁ ମେଡିକାଲ ପହଞ୍ଚାଇବା ହେଉ କିମ୍ବା ଗୁରୁତର ଥିବା ରୋଗୀଙ୍କୁ ମେଡିକାଲ ନେବା ପାଇଁ ମାଗଣାରେ ଏହି ଆମ୍ବୁଲାନ୍ସ ସେବା ସରକାର ଯୋଗାଇଛନ୍ତି l 

ତେବେ ଏହି ଆମ୍ବୁଲାନ୍ସ ସେବା ଏବେ ଅତ୍ୟନ୍ତ ଅବ୍ୟବସ୍ଥା ଦେଇ ଗତି କରୁଛି। ବର୍ତମାନ ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରଭାବରେ ଗରମ ଓ ଗୁଳଗୁଳି ଲାଗି ରହିଛି। ଏଥି ମଧ୍ୟରେ ରୋଗୀଙ୍କୁ ମୋହନାରୁ ବ୍ରହ୍ମପୁର ମେଡିକାଲ ନେବା ହେଉ କିମ୍ବା ଚନ୍ଦ୍ରଗିରିରୁ ମୋହନା କିମ୍ବା ଦୁର୍ଘଟଣାସ୍ଥଳରୁ ସ୍ଥାନୀୟ ମେଡିକାଲ ନେବା ସମୟରେ ରୋଗୀଙ୍କୁ ଏହି ଅସହ୍ୟ ଗରମ ଓ ଗୁଳୁଗୁଳିରେ ଯିବାକୁ ପଡୁଛି। ୧୦୮ ଆମ୍ବୁଲାନ୍ସରେ ଶୀତତାପ ନିୟନ୍ତ୍ରିତ ବ୍ୟବସ୍ଥା ଅଚଳ ହେlଇ ରହିଥିବା ବେଳେ ପଙ୍ଖା ମଧ୍ୟ୍ୟ ନାହିଁ। ବଡ଼ କଷ୍ଟରେ ରୋଗୀଙ୍କୁ ନେବାକୁ ପଢୁଛି ବୋଲି କହିଛନ୍ତି ୧୦୮ ଆମ୍ବୁଲାନ୍ସ କର୍ମଚାରୀ। ଦୀର୍ଘ ଦୁଇ ବର୍ଷ ହେଲାଣି ଅଚଳ ଏଭଳି ସମସ୍ୟା ଥିବା ଅଭିଯୋଗ କରିଛନ୍ତି କର୍ମଚାରୀ। 

ଏବିଷୟରେ ଉପର ଅଧିକାରୀ ଙ୍କୁ ଜଣାଇଲେ ମଧ୍ୟ ସମସ୍ୟାର ସମାଧାନ ହେଉନି। ଯାହା ଦ୍ୱାରା ଝରକା ଖୋଲି ରୋଗୀଙ୍କୁ ନେବାକୁପଡୁଛି ବୋଲି କହିଛନ୍ତି କର୍ମଚାରୀ। ତେଣୁ ୧୦୮ ଆମ୍ବୁଲାନ୍ସ ସମସ୍ୟା ଦୂର ପାଇଁ ପଦକ୍ଷେପ ନେବାକୁ ଦାବି କରିଛନ୍ତି କର୍ମଚାରୀ ଓ ସ୍ଥାନୀୟ ବାସିନ୍ଧା l ଏନେଇ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡ.ମୁବାରକ ଅଲ୍ଲୀଙ୍କୁ ପଚାରିବା ପରେ ସେ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.