ପ୍ରମୂଖ ଖବର
  • ଏନଡିଏ ସରକାର ଗଢ଼ିବ, ମୋ ବାପା ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ…ନୀତୀଶ କୁମାରଙ୍କ ପୁଅ ନିଶାନ୍ତଙ୍କ ବଡ଼ ଦାବି
  • ||
  • ଏନଡିଏ ସରକାର ଗଢ଼ିବ, ମୋ ବାପା ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ…ନୀତୀଶ କୁମାରଙ୍କ ପୁଅ ନିଶାନ୍ତଙ୍କ ବଡ଼ ଦାବି
  • ||
  • ଇଣ୍ଡୋନେସିଆରେ ମଝି ସମୁଦ୍ରରେ ହୁତୁ ହତୁ ହୋଇ ଜଳିଗଲା ଜାହାଜ, ଜୀବନ ବିକଳରେ ପାଣିକୁ ଡେଇଁପଡ଼ିଲେ ଯାତ୍ରୀ
  • ||
  • ବ୍ରିଟେନ ଓ ମାଳଦ୍ୱୀପ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି,ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ଦକ୍ଷିଣ ଓଡ଼ିଶାରେ ବର୍ଷିବ
  • ||
  • ଭବାନୀପାଟଣା, ସ୍ୱାମୀର ପରକୀୟା ପ୍ରୀତି ଯୋଗୁଁ ସ୍ତ୍ରୀଙ୍କ ଆତ୍ମହତ୍ୟା, ସୁଇସାଇଡ୍‌ ନୋଟ୍‌ ଦୁଇ ଜଣଙ୍କ ନାମ
  • ||
  • ଏଫ୍ଏମ୍‌ ଛାତ୍ରୀ ଆତ୍ମାହୁତି ଘଟଣାର ତଦନ୍ତ ପାଇଁ ପହଞ୍ଚଲେ କ୍ରାଇମବ୍ରାଞ୍ଚ ଡିଜି, ଭାରପ୍ରାପ୍ତ ଅଧ୍ୟକ୍ଷଙ୍କୁ ଘଟଣାର ବିଭିନ୍ନ ଦିଗ ସମ୍ପର୍କରେ ପଚାରି ବୁଝିଥିଲେ
  • ||
  • ଏୟାର ଲିଫ୍ଟ ହେଲେ ବଳଙ୍ଗା ପୀଡିତା, ଉନ୍ନତ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର
  • ||
  • ବଳଙ୍ଗା ନାବାଳିକା ପୋଡ଼ି ଘଟଣା : ପୀଡିତାଙ୍କ ପିଉସୀଙ୍କୁ ଉଠାଇନେଲା ପୋଲିସ
  • ||
  • ପଦ୍ମନାଭପୁର ଟୋଲଗେଟରେ ଭାରସାମ୍ୟ ହରାଇ ବୁଥ ଉପରକୁ ମାଡିଗଲା ଦ୍ରୁତଗାମୀ କାର, ଚାଳକ ଗୁରୁତର
  • ||
  • AIIMSରେ ଚିକିତ୍ସାଧୀନ ବଳଙ୍ଗା ପୀଡ଼ିତାଙ୍କ ହେବ ଏୟାରଲିଫ୍ଟ, ସୂଚନା ଦେଲେ ପୀଡ଼ିତାଙ୍କ ସମ୍ପର୍କୀୟ ଭାଇ
  • ||
  • ଭୂମିକମ୍ପ ଝଟ୍‌କାରେ ଥରିଲା ଇରାନ୍, ତାଜିକିସ୍ତାନ, ରିକ୍ଟର ସ୍କେଲ୍‌ରେ ତୀବ୍ରତା ୫.୬ ରେକର୍ଡ, ଆସାମର ନାଗାୱରେ ବି ଭୂକମ୍ପ ଅନୁଭୂତ
  • ||
  • ଶରଣକୂଳ ଥାନା ଦରପଦା ନିକଟରେ ବୋଲବମ୍ ଅଟୋକୁ ଧକ୍କା ଦେଲେ ପିକ୍ଅପ୍ ଭ୍ୟାନ୍, ଯବତୀ ମୃତ, ୭ ଗୁରୁତର
  • ||
  • ସୋମବାରଠୁ ସଂସଦର ମୌସୁମୀ ଅଧିବେଶନ,ଆଜି ନୂଆଦିଲ୍ଲୀରେ ବସିବ ସର୍ବଦଳୀୟ ବୈଠକ, ଆସିପାରେ ୮ଟି ବିଲ୍
  • ||
  • ସୋସିଆଲ ମଡିଆରେ ହାତଲେଖା ପ୍ରଶ୍ନପତ୍ର ଭାଇରାଲ, ଆଜି ହେବାକୁ ସ୍ପେସାଲ୍‌ ଓଟିଇଟି-୨୦୨୫ ବାତିଲ
  • ||

କ୍ଷୟକ୍ଷତି ରିପୋର୍ଟ ଦେବାକୁ ରାଜସ୍ୱ ମନ୍ତ୍ରୀଙ୍କ ନିର୍ଦ୍ଦେଶ, ବାତ୍ୟାରେ ୧୦୮ ବ୍ଲକ୍ ପ୍ରଭାବିତ

Published By : Swapna Ray | October 27, 2024 2:46 PM

ଭୁବନେଶ୍ୱର, ୨୭।୧୦: ବାତ୍ୟା ‘ଦାନା’ର କ୍ଷୟକ୍ଷତି ରିପୋର୍ଟ ଆସିବା ନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସୂଚନା । ଏନେଇ ଏସ୍‌ଆର୍‌ସି ଚିଠି ଲେଖିଛନ୍ତି ମନ୍ତ୍ରୀ । ନଭେମ୍ବର ୨ ତାରିଖ ସୁଦ୍ଧା କ୍ଷୟକ୍ଷତିର ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ବାତ୍ୟା 'ଦାନା' ପ୍ରଭାବରେ ୧୦୮ଟି ବ୍ଲକ୍ ପ୍ରଭାବିତ ହୋଇଥିବା ବେଳେ ୧୪ ଜିଲ୍ଲାର ୧୦୮ ବ୍ଲକର ୧୬୭୧ ପଞ୍ଚାୟତ ପ୍ରଭାବିତ ହୋଇଛି । ଏବେ ମଧ୍ୟ କିଛି ଲୋକ ବାତ୍ୟା ଆଶ୍ରୟସ୍ଥଳରେ ଅଛନ୍ତି । ସ୍ଥିତି ସୁଧୁରିବା ଯାଏ ଆଶ୍ରୟସ୍ଥଳରେ ରହିପାରିବେ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି । 

୩୧ ସହରାଞ୍ଚଳର ୪୨୬ଟି ୱାର୍ଡରେ ବାତ୍ୟା ଯୋଗୁଁ ପ୍ରଭାବିତ ହୋଇଥିବା ସୂଚନା । ବାତ୍ୟା ଯୋଗୁଁ  ୩୫ ଲକ୍ଷ ୯୫ ହଜାର ଲୋକ ପ୍ରଭାବିତ ହୋଇଥିବା ବେଳେ ୮ ଲକ୍ଷ ୧୦ ହଜାର ୮୯୬ ଜଣଙ୍କୁ ସ୍ଥାନାନ୍ତର କରାଯାଇଥିଲା । ୧ ଲକ୍ଷ ୨୫ ହଜାର ୯୧ଟି ଘର କ୍ଷତିଗ୍ରସ୍ତ ଓ ୭୫୫ ଜଣଙ୍କୁ ପାଲ ବଣ୍ଟନ କରାଯାଇଛି । ବାତ୍ୟାରେ ପ୍ରଭାବିତ ଲୋକଙ୍କୁ କ୍ଷତିପୂରଣ ମଧ୍ୟ ଦିଆଯିବା ନେଇ ସୂଚନା ଦିଆଯାଇଛି । ସୋମବାର ପାଗ ଅନୁକୂଳ ରହିଲେ ମୁଖ୍ୟମନ୍ତ୍ରୀ ଆକାଶମାର୍ଗରୁ ଅନୁଧ୍ୟାନ କରିବେ । ସେହିପରି ବନ୍ୟା ସ୍ଥିତି ନେଇ ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ କହିଛନ୍ତି, ରାଜ୍ୟରେ ବନ୍ୟା ସ୍ଥିତି ନାହିଁ । ଭଦ୍ରକ, କେନ୍ଦ୍ରାପଡ଼ା, ବାଲେଶ୍ଵର ଓ ମୟୁରଭଞ୍ଜରେ ଅଧିକ ବର୍ଷା ହୋଇଥିବା ସେ କହିଛନ୍ତି । ବୁଢ଼ାବଳଙ୍ଗରେ ବନ୍ୟା ସ୍ଥିତି ଉପୁଜିଥିଲା । ଜଳସ୍ତର ବଢ଼ିବାରୁ ତଳିଆ ଅଞ୍ଚଳରେ ପାଣି ପଶିଯାଇଥିଲା । କିନ୍ତୁ, ଏବେ ସ୍ଥିତି ସ୍ୱାଭାବିକ ଥିବା ସେ କହିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.