ପ୍ରମୂଖ ଖବର
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ନିର୍ଯାତନା ସହି ନପାରି ୧୦୮ ଡ୍ରାଇଭରଙ୍କ ଆତ୍ମହତ୍ୟା ଉଦ୍ୟମ, ସୋସିଆଲ୍ ମିଡିଆରେ ଭିଡିଓ ଭାଇରାଲ୍‌

Published By : Harapriya Sethi | December 14, 2024 11:44 AM

ଆଠଗଡ଼, ୧୪/୧୨: ଉପରସ୍ଥ ଅଧିକାରୀଙ୍କ ମାନସିକ ନିର୍ଯାତନାର ଶିକାର ହୋଇ ଆତ୍ମହତ୍ୟା ଉଦ୍ୟମ କଲେ ୧୦୮ ଆମ୍ୱୁଲାନ୍ସ ଡ୍ରାଇଭର । ସୋସିଆଲ୍‌ ମିଡିଆରେ ଭାଇରାଲ ହେଲା ଆତ୍ମହତ୍ୟା ବେଳର ଭିଡିଓ । ଯୁବକ ଜଣକ ବିଜୟ କୁମାର ପ୍ରଧାନ ବୋଲି ଜଣାପଡ଼ିଛି । କଟକ ଜିଲ୍ଲା ଆଠଗଡ଼ ଥାନା ଅନ୍ତର୍ଗତ ଖୁଣ୍ଟକଟା ପଞ୍ଚାୟତ ମହୀଧରପୁର ଗାଁରେ ଏହି ଘଟଣା ଘଟିଛି ।

ସୂଚନା ମୁତାବକ, ବିଜୟ କୁମାର ପ୍ରଧାନ ୧୦୮ ଆମ୍ବୁଲାନ୍ସର ଡ୍ରାଇଭର ଭାବରେ କାମ କରୁଥିଲେ । ଘରେ ରୋଗୀଣା ସ୍ତ୍ରୀ ଏବଂ ଦୁଇଟି ଛୋଟ ପିଲା । ଅର୍ଥର ଅଭାବ ହେତୁ କରିଥିଲେ ଲକ୍ଷାଧିକ ଟଙ୍କାର କରଜ । ଉପରସ୍ଥ ଅଧିକାରୀ ମାନେ ଲଗାତର ଭାବେ ମାନସିକ ନିର୍ଯାତନା ଦେଇ ଆସୁଥିଲେ । ଏପରିକ ତାଙ୍କ ଚାକିରି ମଧ୍ୟ ଚାଲି ଯାଇଥିଲା । ଶେଷରେ ଅତିଷ୍ଠ ହୋଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ ବିଜୟ । ଯାହାର ଭିଡିଓ ସୋସିଆଲ୍‌ ମିଡିଆରେ ଭାଇରାଲ ହେବାରେ ଲାଗିଛି । ବିଜୟଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି । ସେପଟେ ଏହି ଘଟଣା ସଂପର୍କରେ ଉପରିସ୍ଥ କର୍ମଚାରୀଙ୍କ ବିରୋଧରେ ଆଠଗଡ଼ ଥାନାରେ ଅଭିଯୋଗ କରିଛନ୍ତି ବିଜୟଙ୍କ ପତ୍ନୀ ଅନୀତା ରାଣୀ ପ୍ରଧାନ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.