ପ୍ରମୂଖ ଖବର
  • ସିଂହଦ୍ବାର ସମ୍ମୁଖରେ ଲାଗିଲା ତିନି ରଥ, ଗୁଣ୍ଡିଚା ଯାତ୍ରା ସାରି ବାହୁଡ଼ିଲେ ଶ୍ରୀଜିଉ
  • ||
  • ପୁରୀ: ନବଦିନାତ୍ମକ ଯାତ୍ରା ସାରି ବାହୁଡିବେ ନୀଳାଦ୍ରିନାଥ, ବାହୁଡ଼ାଦିଅଁଙ୍କ ପହଣ୍ଡି ବିଜେ
  • ||
  • ସୁନ୍ଦରଗଡ଼: ପ୍ରେମ କଳିକୁ ନେଇ ଡବଲ ମର୍ଡର, ପ୍ରେମିକା ଓ ତାର ସହପାଠୀକୁ ଛୁରୀ ଭୁସି ହତ୍ୟା କଲା ଡ୍ରାଇଭର୍ ପ୍ରେମିକ
  • ||
  • ଭୁବନେଶ୍ୱର: କଳାଭୂମି ନିକଟରେ ବୃଦ୍ଧଙ୍କ ଉପରେ ମାଡିଗଲା ବାଲି ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ୱିମ୍ବଲଡନ ଟାଇଟଲ ଲଢ଼େଇ: ଭେଟେରାନ ଜୋକୋଭିକଙ୍କୁ ହରାଇ କାର୍ଲୋସ ଅଲକାରାଜ ଚାମ୍ପିଅନ୍
  • ||
  • ସୋମବାରଠୁ ସିବିଏସ୍‌ଇ ସପ୍ଲିମେଣ୍ଟାରୀ ପରୀକ୍ଷା, ଉଭୟ ଦଶମ ଓ ଦ୍ୱାଦଶ ଛାତ୍ରଛାତ୍ରୀ ଦେବେ ଏକ୍ସଜାମ୍
  • ||
  • ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ: ଆଜି ଦକ୍ଷିଣ- ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଜନ୍ମବେଦିରୁ ଶ୍ରୀମନ୍ଦିରକୁ ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି: ୧୨ଟାରେ ପହଣ୍ଡି, ୪ଟାରେ ରଥ ଟଣା
  • ||

ଜାତୀୟ ସ୍ୱାସ୍ଥ୍ୟ ମିଶନ ସମୀକ୍ଷା ବୈଠକ, ୧୫ ମିନିଟ୍‌ରେ ପହଞ୍ଚିବ ୧୦୮

ଭୁବନେଶ୍ୱର, ୨୬/୦୬ : ମାତ୍ର ୧୫ ମିନିଟ୍‌ ଭିତରେ ରୋଗୀଙ୍କ ପାଖରେ ଆମ୍ବୁଲାନ୍ସ ପହଞ୍ଚିବ । ଫଳରେ ଆଉ ରୋଗୀଙ୍କୁ ଡାକ୍ତରଖାନାରେ ୧୦୮ ଆମ୍ବୁଲାନ୍ସରେ ପହଞ୍ଚାଇବାରେ ବିଳମ୍ବ ହେବନି । ଏଥିସହ ରାଜ୍ୟର ସିଏଚ୍‌ସିଗୁଡିକ ୨୪ ଘଣ୍ଟା ଖୋଲା ରହିବ । ସେହିପରି ସବୁ ଜିଲ୍ଲାର ସ୍ୱାସ୍ଥ୍ୟ କେନ୍ଦ୍ରଗୁଡିକରେ ନିୟମିତ ବ୍ୟବଧାନରେ ଯୋଗ ପ୍ରଶିକ୍ଷଣ ଶିବିର ଆୟୋଜନ କରାଯିବ । ଏଥିନିମନ୍ତେ ସ୍ଥାୟୀ ଯୋଗ ପ୍ରଶିକ୍ଷକ ନିଯୁକ୍ତି ପାଇବେ ବୋଲି ନିର୍ଦ୍ଦେଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । 

ଜାତୀୟ ସ୍ୱାସ୍ଥ୍ୟ ମିଶନର ମୁଖ୍ୟ କାର୍ଯ୍ୟାଳୟରେ ମନ୍ତ୍ରୀ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି । ବୈଠକରେ ଜାତୀୟ ସ୍ୱାସ୍ଥ୍ୟ ମିଶନର ବିଭିନ୍ନ ଯୋଜନା ବିଷୟରେ ଆଲୋଚନା ହୋଇଛି । ବିଶେଷ କରି ଜନନୀ ଶିଶୁ ସୁରକ୍ଷା କାର୍ଯ୍ୟକ୍ରମ, ରାଷ୍ଟ୍ରୀୟ ବାଳସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ, ରକ୍ତ ଶିକୁଳି ଜନିତ ସମସ୍ୟା, ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଆଦି କାର୍ଯ୍ୟକ୍ରମ ବିଷୟରେ ସମୀକ୍ଷା ହୋଇଛି । ବୈଠକରେ ମନ୍ତ୍ରୀ କହିଛନ୍ତି, ରାଜ୍ୟବାସୀଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ଏକ ବଡ଼ ଦାୟିତ୍ୱ । ତେଣୁ ଜାତୀୟ ସ୍ୱାସ୍ଥ୍ୟ ମିଶନର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିବା ପାଇଁ ବିଭିନ୍ନ ପଦବି ଯଥା ଶୀଘ୍ର ପୂରଣ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ସୂଚନା ଓ ପ୍ରଯୁକ୍ତି ବିଦ୍ୟାକୁ ଉପଯୋଗ କରାଯିବ । ଏଥିସହ ସ୍ୱାସ୍ଥ୍ୟସେବାକୁ ଅଧିକ ଜନକଲ୍ୟାଣକାରୀ କରିବାକୁ ବିଭାଗୀୟ ଅଧିକାରୀ ପଦକ୍ଷେପ ନେବାକୁ ମନ୍ତ୍ରୀ କହିଛନ୍ତି । ଏହି ବୈଠକରେ ବିଭାଗୀୟ ମୁଖ୍ୟ ଡି. ବୃନ୍ଦାଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.