ପ୍ରମୂଖ ଖବର
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ଜୁଆ ଆଡ୍ଡା ଉପରେ ଚଢ଼ାଉ, ୧୧ ଜୁଆଡ଼ି ଗିରଫ

Published By : Rasmita Pradhan | October 28, 2024 11:58 AM

ଟିଟଲାଗଡ଼, ୨୮/୧୦ : ଜୁଆ ଖେଳ ଚାଲିଥିବା ବେଳେ ମାଡ଼ି ବସିଲା ପୋଲିସ। ରବିବାର ବିଳମ୍ବିତ ରାତିରେ ଟିଟିଲାଗଡ ସ୍ଥିତ କୁମୁଡ଼ା ପାହାଡ ପଛପଟେ ଜୁଆ ଆଡ୍ଡା ଉପରେ ପୋଲିସ ରେଡ୍ କରିଛି। ୧୧ ଜୁଆଡିଙ୍କୁ ଗିରଫ କରିବା ସହ ୩୨ ହଜାର ଟଙ୍କା ୨ଟି ବାଇକ୍ ଓ ୬ଟି ମୋବାଇଲ୍ ଫୋନ୍ ଜବତ କରିଛି ପୋଲିସ।

ସୂଚନାନୁଯାୟୀ, ରବିବାର ବିଳମ୍ବିତ ରାତିରେ ଟିଟିଲାଗଡ ସ୍ଥିତ କୁମୁଡ଼ା ପାହାଡ ପଛପଟେ ଜୁଆ ଆଡ୍ଡା ଚାଲିଥିଲା। ବିଶେଷ ସୂତ୍ରରୁ ଖବର ପାଇ ଟିଟଲାଗଡ଼ ପୋଲିସ ଜୁଆ ଆଡ୍ଡା ଉପରେ ଚଢାଉ କରିଥିଲା। ଚଢାଉ ବେଳେ ୧୧ ଜଣ ଜୁଆଡି ଗିରଫ ହୋଇଛନ୍ତି। ସେମାନଙ୍କ ନିକଟରୁ ନଗଦ ୩୨ ହଜାର ଟଙ୍କା ୨ଟି ବାଇକ୍ ଓ ୬ଟି ମୋବାଇଲ୍ ଫୋନ୍ ଜବତ ହୋଇଛି। ସମସ୍ତ ଅଭିଯୁକ୍ତ ଟିଟଲାଗଡ଼ ସହର ଆଖପାଖ ଅଞ୍ଚଳର ବୋଲି ଜଣାପଡ଼ିଛି। ସେମାନଙ୍କ ନାଁରେ ପୂର୍ବରୁ ମାମଲା ରହିଥିବା ଟିଟିଲାଗଡ଼ ଏସଡିପିଓ କହିଛନ୍ତି। ଏହି ଅଭିଯୁକ୍ତଙ୍କୁ ଆଜି କୋର୍ଟ ଚାଲାଣ କରାଯିବ ବୋଲି ସୂଚନା ମିଳିଛି।  

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.