ପ୍ରମୂଖ ଖବର
  • କାମାକ୍ଷାନଗର : ଟାଙ୍ଗିଆରେ ସ୍ତ୍ରୀକୁ ହାଣି ଦେଲା ପାଗଳ ସ୍ୱାମୀ, କାରଣ ଅସ୍ପଷ୍ଟ
  • ||
  • ସୁନ୍ଦରଗଡ଼ : ପଡିଆରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କଟକ: ଛତ୍ରବଜାରରେ ଯୋଗାଣ ବିଭାଗର ରେଡ୍ ଦର ନିୟନ୍ତ୍ରଣ ପାଇଁ ବେପାରିଙ୍କୁ ତାଗିଦ୍
  • ||
  • ପାଟଣାରେ ପୁଣି ଶୂନ୍ୟରୁ ଶୁଭିଲା ପ୍ରଚଣ୍ଡ ଶବ୍ଦ, ଥରି ଉଠିଲା ଘରଦ୍ଵାର
  • ||
  • ମାଲକାନଗିିରି: ଲାଲବାହିନୀର ବର୍ବରକାଣ୍ଡ, ମୋବାଇଲ୍ ଟାୱାର ଉଡାଇଦେଲେ ମାଓବାଦୀ
  • ||
  • କଟକ: ମହାନଦୀକୁ ଡେଇଁ ଆତ୍ମହତ୍ୟା, ମୃତଦେହ ଜବତ କରିବ ପରିଚୟ ଖୋଜୁଛି ପୋଲିସ
  • ||
  • ନଭେମ୍ବରରେ ୧.୮୨ ଲକ୍ଷ କୋଟିର ଜିଏସ୍‌ଟି ସଂଗ୍ରହ
  • ||
  • ପାଟଣା : ଶୋଇବା ଘରୁ ଇଞ୍ଜିନିୟରିଂ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଭଦ୍ରକ : ଗୋରୁ ବୋଝେଇ ଗାଡ଼ିକୁ ଗୋଡେଇ ଗୋଡେଇ ଧରିଲା ପୋଲିସ, ଡ୍ରାଇଭର ଫେରାର
  • ||
  • ବୈପାରିଗୁଡା : ବିପୁଳ ପରିମାଣର ନକଲି ବିଦେଶୀ ମଦ ଜବତ, ୫ ଗିରଫ
  • ||
  • ଏମ୍‌କେସିଜିରେ ପୁଣି ଜୁନିୟର୍‌ଙ୍କୁ ରାଗିଂ ଅଭିଯୋଗ, ଆଜି ଆଣ୍ଟି ରାଗିଂ ସେଲ୍‌ର ବୈଠକ
  • ||
  • ଆନନ୍ଦପୁର : ଖଣି ବିଭାଗ ଏନଫୋର୍ସମେଣ୍ଟ ସ୍କ୍ୱାର୍ଡ ଉପରେ ଆକ୍ରମଣ, ୪ ଆହତ
  • ||
  • ବଙ୍ଗୋପସାଗରରେ ପୁଣି ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ, ୪ ଯାଏ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା
  • ||

ଗୁଇନ୍ଦା ବିଭାଗର ସାଂଘାତିକ ତଥ୍ୟ: ଜମ୍ମୁ-କଶ୍ମୀରରେ ସକ୍ରିୟ ଅଛନ୍ତି ୧୧୯ ଆତଙ୍କବାଦୀ

ନୂଆଦିଲ୍ଲୀ, ୧୩।୧୧: ଜମ୍ମୁ-କଶ୍ମୀରରେ ୧୧୯ ଆତଙ୍କବାଦୀ ସକ୍ରିୟ ଥିବା ସୂଚନା ଦେଇଛି ଗୁଇନ୍ଦା ବିଭାଗ । ଉଭୟ ଅପରେସନ୍ ଓ ନିଯୁକ୍ତି ପ୍ରକ୍ରିୟାରେ ସାମିଲ ରହି ଉପତ୍ୟକାର ସୁରକ୍ଷା ପ୍ରତି ଚ୍ୟାଲେଞ୍ଜ ସୃଷ୍ଟି କରୁଛନ୍ତି । ଆତଙ୍କବାଦୀଙ୍କ ମୂଳପୋଛ ପାଇଁ ପ୍ରସ୍ତୁତ ହେଉଛି ସ୍ୱତନ୍ତ୍ର ରଣନୀତି । ଗୁଇନ୍ଦା ବିଭାଗର ରିପୋର୍ଟ ଅନୁସାରେପୀର ପଞ୍ଜଲ ରେଞ୍ଜରେ ଏବେ ମୋଟ ୭୯ ଜଣ ଆତଙ୍କବାଦୀ ରହିଛନ୍ତି । ଏମାନଙ୍କ ମଧ୍ୟରେ ୧୮ ଜଣ ସ୍ଥାନୀୟ ଓ ୬୧ ଜଣ ବିଦେଶୀ ଆତଙ୍କୀ ରହିଛନ୍ତି । ଦକ୍ଷିଣ ପୀର ପଞ୍ଜଲରେ ସକ୍ରିୟ ଥିବା ୪୦ ଜଣଙ୍କ ମଧ୍ୟରୁ ୩୪ ଜଣ ବିଦେଶୀ ଓ ୬ ଜଣ ସ୍ଥାନୀୟ ଆତଙ୍କବାଦୀ ଅଛନ୍ତି । ଏଭଳି ତଥ୍ୟ ଆସିବା ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଅଧିକ ସତର୍କତା ଅବଲମ୍ବନ କରାଯାଇଛି । ଆତଙ୍କବାଦୀଙ୍କ ମୂଳପୋଛ ପାଇଁ ସ୍ୱତନ୍ତ୍ର ରଣନୀତି ପ୍ରସ୍ତୁତ କରାଯାଉଥିବା ଜଣାପଡ଼ିଛି । 

କହିରଖୁ କିଜମ୍ମୁ-କଶ୍ମୀରରରେ ୨୦୨୩ରେ ୨୫ଟି ଆତଙ୍କବାଦ ଜଡ଼ିତ ଘଟଣା ଘଟିଥିବା ବେଳେ ୨୭ ଜଣ ସୁରକ୍ଷାକର୍ମୀ ସହିଦ ହୋଇଥିଲେ । ଚଳିତ ବର୍ଷ ଆତଙ୍କବାଦ ନିରୋଧ ଅପରେସନ ବେଳେ ସୁରକ୍ଷାକର୍ମୀଙ୍କୁ ମଧ୍ୟ ସଫଳତା ମିଳିଛି । ସୁରକ୍ଷାକର୍ମୀଙ୍କ ଗୁଳିରେ ଚଳିତ ବର୍ଷ ୬୧ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୪୫ ଜଣ ଜମ୍ମୁ-କଶ୍ମୀରର ବିଭିନ୍ନ ସ୍ଥାନରେ ଓ ୧୬ ଜଣ ଏଲଓସି ନିକଟରେ ଆଖି ବୁଜିଛନ୍ତି । ନିହତ ୬୧ ଜଣଙ୍କ ମଧ୍ୟରୁ ୨୧ ଜଣ ହେଉଛନ୍ତି ପାକିସ୍ତାନ ନାଗରିକ । ୨୦୨୩ରେ ୬୦ ଜଣ ଆତଙ୍କୀ ନିହତ ହୋଇଥିଲେ । 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.