ପ୍ରମୂଖ ଖବର
  • ବିହାର ଭୋଟର ତାଲିକାରୁ କଟିପାରେ ୩୪ ଲକ୍ଷ ମତଦାତାଙ୍କ ନାଁ, କାରଣ କହିଲେ ନିର୍ବାଚନ ଆୟୋଗ
  • ||
  • ବିହାର ରାଜନୀତିରେ ବଡ଼ ଟ୍ବିଷ୍ଟ, ଖୁବଶୀଘ୍ର ନୂଆ ଦଳ ଘୋଷଣା କରିପାରନ୍ତି ତେଜ ପ୍ରତାପ ଯାଦବ
  • ||
  • ଜନ୍ମଦିନରେ ଛତିଶଗଡ଼ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅ ଗିରଫ; ଅବକାରୀ ଦୁର୍ନୀତି ମାମଲାରେ ବନ୍ଧିଲା ଇଡି
  • ||
  • ସକାଳେ ଗୁଳୁଗୁଳି, ଅପରାହ୍ନରେ ବର୍ଷା: ଭିଜିବ ଉପକୂଳରୁ ନେଇ ଆଭ୍ୟନ୍ତରୀଣ ଓଡ଼ିଶା, ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||
  • FM କଲେଜରେ ପହଞ୍ଚିଲେ ୟୁଜିସି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍, ତଦନ୍ତ କରୁଛନ୍ତି ୪ ଜଣିଆ ଦଳ
  • ||
  • ଚାକିରି ଆଶା ଦେଖାଇ ଯୁବତୀଙ୍କୁ ନିର୍ଯାତନା: ରାଜସ୍ଥାନରୁ ଉଦ୍ଧାର ପରେ ଘରକୁ ଫେରିଲେ ଝିଅ
  • ||
  • ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ, ଯୁବକଙ୍କୁ ପଥରରେ ଛେଚି ମାରିଦେଲେ ବାଇକ୍ ଚୋର
  • ||
  • ଦିଲ୍ଲୀରେ ପୁଣି ୨୦ ଅଧିକ ବୋମା ଧମକ,ଆସିଥିଲା ଧମକପୂର୍ଣ୍ଣ ମେଲ୍, ପୁଲିସର ତଦାଘନା
  • ||
  • ଭୂକମ୍ପ ଝଟକାରେ ଥରିଲା ଚିଲି, ରିକ୍ଟର ସ୍କେଲରେ ତୀବ୍ରତା ୫.୭ ରେକର୍ଡ଼
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମାହୁତି ଘଟଣା: ଆଜି ବାଲେଶ୍ୱରରେ ଉଚ୍ଚଶିକ୍ଷା ବିଭାଗ କମିଟିର ତଦନ୍ତ, ଉପସ୍ଥିତ ରହିବେ ଆଇସିସିର ସମସ୍ତ ସଦସ୍ୟ
  • ||
  • TRFକୁ ଆତଙ୍କୀ ସଂଗଠନ ଘୋଷଣା କଲା ଆମେରିକା, ପହଲଗାମ ଆତଙ୍କୀ ଆକ୍ରମଣ ପାଇଁ କଲା ଦାୟୀ
  • ||

ଭୁଶୁଡ଼ୁଛି ଲାଲଗଡ଼, ଆତ୍ମସମର୍ପଣ କଲେ ୧୨ ହାର୍ଡକୋର୍ ମାଓବାଦୀ

Published By : Rasmita Pradhan | June 19, 2025 1:21 PM

ମାଲକାନଗିରି, ୧୯/୦୬ : ଭୁଶୁଡ଼ୁଛି ଲାଲଗଡ଼। ଅସ୍ତ୍ର ଛାଡ଼ିଲେ ୧୨ ହାର୍ଡକୋର୍ ମାଓବାଦୀ। ମାଲକାନଗିରି ଜିଲ୍ଲା ସୀମାନ୍ତ ତେଲେଙ୍ଗାନାର ଭଦ୍ରାଦ୍ରୀ କୋତାଗୁଡ଼େମ ଜିଲ୍ଲା ଏସପିଙ୍କ ନିକଟରେ ୧୨ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସେମାନଙ୍କୁ ମୁଖ୍ୟ ସ୍ରୋତରେ ସାମିଲ କରାଯିବା ସହ ସରକାରଙ୍କ ତରଫରୁ ପ୍ରୋତ୍ସାହନ ରାଶି ଯୋଗାଇ ଦିଆଯିବ ବୋଲି ଭଦ୍ରାଦ୍ରୀ କୋତାଗୁଡ଼େମ ଜିଲ୍ଲା ଏସପି ରୋହିତ ରାଜ ସୂଚନା ଦେଇଛନ୍ତି। ଅନ୍ୟ ମାଓବାଦୀ ମଧ୍ୟ ଜଙ୍ଗଲରେ ନରହି ହିଂସା ଛାଡି ଆତ୍ମସମର୍ପଣ କରି ମୁଖ୍ୟସ୍ରୋତରେ ସାମିଲ ହେବାକୁ ଆହ୍ୱାନ ଦେଇଛନ୍ତି। 

ମାଓ ପ୍ରବଣ ଅଞ୍ଚଳରେ ନୂତନ ସୁରକ୍ଷା ଶିବିର ପ୍ରତିଷ୍ଠା ହୋଇଛି। ଏଥି ସହିତ ସରକାରଙ୍କ ବିକାଶମୁଖୀ କାର୍ଯ୍ୟ ଗାଁ ରାସ୍ତା, ପରିବହନ ସୁବିଧା, ପାଣି, ବିଦ୍ୟୁତ ସହ ସରକାରଙ୍କ ଜନ କଲ୍ୟାଣକାରୀ ଯୋଜନା ଦୁର୍ଗମ ଅଞ୍ଚଳର ଗରିବ  ଆଦିବାସୀ ଲୋକଙ୍କ ପାଖରେ ପହଞ୍ଚିବା ଆରମ୍ଭ କରିଛି । ତେଣୁ ସରକାରଙ୍କ ଆତ୍ମସମର୍ପଣ ଏବଂ ପୁନର୍ବାସ ନୀତିରେ ଖୁସି ହୋଇ ଏହି ମାଓବାଦୀମାନେ ପୁଲିସ ନିକଟରେ ଆତ୍ମସମର୍ପଣ କରୁଛନ୍ତି । ସମାଜର ମୁଖ୍ୟ ସ୍ରୋତରେ ସାମିଲ ହୋଇଥିବା ମାଓବାଦୀମାନଙ୍କୁ ପ୍ରୋତ୍ସାହନ ରାଶି ପ୍ରଦାନ କରାଯାଉଛି । ସେମାନଙ୍କୁ ଥଇଥାନ କରାଯାଉଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.