ପ୍ରମୂଖ ଖବର
  • କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣା: ମୃତ୍ୟୁ ସଂଖ୍ୟା ୩୮କୁ ବୃଦ୍ଧି, ଆହୁରି ବଢ଼ିପାରେ
  • ||
  • ତେଲେଙ୍ଗାନା ରାସାୟନିକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ; ୩୫କୁ ବଢିଲା ମୃତ୍ୟୁସଂଖ୍ୟା
  • ||
  • ବୁଧବାରଠୁ ଇଂଲଣ୍ଡ- ଭାରତ ଦ୍ୱିତୀୟ ଟେଷ୍ଟ: ଆର୍ଚରଙ୍କୁ ମିଳିଲାନି ସ୍ଥାନ, ଅପରିବର୍ତ୍ତିତ ବେନ୍‌ ସେନା
  • ||
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

ଜିଲ୍ଲା ଭିତ୍ତିକ ନିଯୁକ୍ତି ଦାବିରେ ୧୨ ଘଣ୍ଟିଆ କୋରାପୁଟ ବନ୍ଦ ଡାକରା, ୩୨୬ ନମ୍ବର ରାଞ୍ଚି – ବିଜାଓ୍ବାଡା ଜାତୀୟ ରାଜପଥ ଅବରୋଧ

Published By : Harapriya Sethi | October 4, 2024 11:26 AM

ଲକ୍ଷ୍ମୀପୁର,୦୪/୧୦: ଜିଲ୍ଲା ଭିତ୍ତିକ ନିଯୁକ୍ତି ଦାବିରେ ଅବିଭକ୍ତ କୋରାପୁଟ ଜିଲ୍ଲାର ମାଲକାନଗିରି, ସମେତ ନବରଙ୍ଗପୁର, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ ଶୁକ୍ରବାର ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି । ବିଶେଷ କରି ସି. ଓ. ବି. ଗ୍ରୁପରେ ସରକାର ଯେଉଁ ନିଯୁକ୍ତି କରିଛନ୍ତି ସେଥିରେ ସ୍ଥାନୀୟ ଜିଲ୍ଲାର ପିଲାମାନଙ୍କୁ ନିଯୁକ୍ତି କରାନଯାଇ ବାହାର ଜିଲ୍ଲା ପ୍ରାର୍ଥୀଙ୍କୁ ନିଯୁକ୍ତି ଦିଆଯାଉଥିବା କାରଣରୁ ସ୍ଥାନୀୟ ଶିକ୍ଷିତ ପିଲାମାନେ ଉପେକ୍ଷିତ ହେଉଥିବା ଅଭିଯୋଗ ହୋଇଛି । ତେଣୁ ସରକାର ସେହି ନିୟମ ପ୍ରତ୍ୟାହାର କରି ଜିଲ୍ଲା ଭିତ୍ତିକ ନିଯୁକ୍ତି ନିମନ୍ତେ ନିୟମ ପ୍ରଣୟନ କରି ଜିଲ୍ଲାର ପ୍ରାର୍ଥୀମାନଙ୍କୁ ସି. ଓ. ବି. ଗ୍ରୁପରେ ନିଯୁକ୍ତି କରିବା ଦାବିରେ କୋରାପୁଟ ଜିଲ୍ଲା ବନ୍ଦ ଡାକରା ଦିଆଯାଇଛି ।

ଗୁରୁବାର ସକାଳ ୬ ଟାରୁ ଲକ୍ଷ୍ମୀପୁର ଆମ୍ବେଦକର ଛକ ନିକଟରେ ୩୨୬ ନମ୍ବର ରାଞ୍ଚି – ବିଜାୱାଡା ଜାତୀୟ ରାଜପଥକୁ ଅବରୋଧ କରାଯାଇଛି । ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ବସ୍ ଟ୍ରକ୍ ସହିତ ଯାନବାହାନ ଅଟକି ରହିଛି । ସେହିପରି ଦୋକାନ ବଜାର ମଧ୍ୟ ବନ୍ଦ ରହିଛି । ମିଳିତ କ୍ରିୟାନୁଷ୍ଠାନ କମିଟିର କର୍ମକର୍ତ୍ତା ମାନଙ୍କ ସହିତ ସ୍ଥାନୀୟ ଯୁବକ ମାନେ ଏଥିରେ ସାମିଲ ହୋଇଛନ୍ତି । ଶାନ୍ତି ଶୃଙ୍ଖଳା ପାଇଁ ପୁଲିସ ନିୟୋଜିତ ରହିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.