ପ୍ରମୂଖ ଖବର
  • ସିଙ୍ଗାପୁର ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ: କହିଲେ ଓଡ଼ିଶା ସହ ବଢିବ ସମ୍ପର୍କ, ବଢିବ ପୁଞ୍ଜି ନିବେଶ
  • ||
  • ଶ୍ରୀମନ୍ଦିରରେ ଲାଗୁ ହେଲା ୫ ସୂତ୍ରୀ ମାର୍ଗଦର୍ଶିକା, ଡିଜିଟାଇଜେସନ୍‌ ହେବ ସମସ୍ତ ଫାଇଲ୍‌ ଏବଂ ରେକର୍ଡ
  • ||
  • ଅଲକାଦିର ଟ୍ରଷ୍ଟ ଭ୍ରଷ୍ଟାଚାର ମାମଲା : ଇମରାନଙ୍କୁ ୧୪ ଏବଂ ପତ୍ନୀଙ୍କୁ ୭ ବର୍ଷ ଜେଲ୍‌ଦଣ୍ଡ
  • ||
  • ଶିମିଳିପାଳ ଜଗିବେ ୧ ପ୍ଳାଟୁନ୍‌ ପୁଲିସ, ଶିକାରୀ ପ୍ରବଣ ଗ୍ରାମରେ ହେବ ପାଟ୍ରୋଲିଂ
  • ||
  • କଟକ : ନବ ଦାସ ହତ୍ୟା ମାମଲା: ସିବିଆଇ ତଦନ୍ତ ପାଇଁ ହାଇକୋର୍ଟରେ ମାମଲା ରୁଜୁ
  • ||
  • ଭୁବନେଶ୍ୱର : ଭଙ୍ଗାହେଲା ବୈକୁଣ୍ଠ ଧାମ, ଆଶ୍ରମ ପରିସରରେ କଡ଼ା ସୁରକ୍ଷା ବ୍ୟବସ୍ଥା
  • ||
  • ରାୟଗଡ଼ା : ଧୁମାଗୁଡ଼ା ଗାଁରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ
  • ||
  • ଶନିବାର ଦିନିକିଆ ରାୟଗଡ଼ା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ସମ୍ୱଲପୁର : ନବଦାସଙ୍କ ଭାଇଙ୍କ ଘରେ ବଡ଼ ଧରଣର ରେଡ୍‌, ତନାଘନା କରୁଛି ଆୟକର ଟିମ୍‌
  • ||
  • ଗଞ୍ଜାମ : କେନାଲରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ସ୍କିମାଟିକ୍ କନିଷ୍ଠ ଶିକ୍ଷକଙ୍କ ବଢିଲା ପାରିଶ୍ରମିକ, ଏବେ ମିଳିବ ୧୬ ହଜାର
  • ||
  • ଚାନ୍ଦବାଲି : ଗ୍ରାହକଙ୍କ ଆକାଉଣ୍ଟରୁ ଆପେ ଆପେ ଗୋଲ୍ ହେଉଛି ଟଙ୍କା, ଚିନ୍ତାରେ ଗ୍ରାହକ
  • ||
  • ଦିଗପହଣ୍ଡି : ଦ୍ରୁତଗତିରେ ଆସି ଓଲଟିଲା କଣ୍ଟେନର: ଅଳ୍ପକେ ବର୍ତ୍ତିଲେ ଲୋକେ, ଡ୍ରାଇଭର ଗିରଫ
  • ||
  • ଜମ୍ମୁ-କାଶ୍ମୀରରେ ରହସ୍ୟମୟ ରୋଗରେ ୧୫ ଶିଶୁ ମୃତ, ତଦନ୍ତ ଲାଗି ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍ ଗଠନ
  • ||
  • ରାଜଧାନୀରେ ପହଞ୍ଚିଲେ ସିଙ୍ଗାପୁର ରାଷ୍ଟ୍ରପତି,ଏୟାରପୋର୍ଟରେ ଭବ୍ୟ ସ୍ବାଗତ କଲେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ
  • ||

ହନୁମାନ ରାଲିକୁ ପଥର ମାଡ଼, ୧୨ ଆହତ : ୧୪୪ ଧାରା ଜାରି

Published By : Prameya | April 14, 2024 10:26 PM

ନୀଳଗିରି,୧୪/୪-ବାଲେଶ୍ୱର ଜିଲ୍ଲା ରେମୁଣା ଅଞ୍ଚଳରେ ହନୁମାନ ରାଲିରେ ଅଘଟଣ ଘଟିଛି।ପଥର ମାଡ଼ରେ ୧୨ ଜଣ ଆହତ ହୋଇଥିବା ବେଳେ ପୋଲିସ ବି ବାଦ ପଡ଼ିନାହିଁ।ଏପରିକି ଏସପି ଙ୍କ ଗାଡି ମଧ୍ୟ ଭଙ୍ଗାରୁଜା ହୋଇଛି।ଫଳରେ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଥିବା ବେଳେ ୧୪୪ ଧାରା ଜାରି ହୋଇଛି।

 ରେମୁଣା ଅଞ୍ଚଳରେ ହନୁମାନ ଜୟନ୍ତୀ ପାଇଁ ଏକ ବାଇକ ଶୋଭାଯାତ୍ରା ହେଉଥିଲା।କ୍ଷୀରଚୋରା ମନ୍ଦିର ନିକଟରୁ ଏହା ବାହାରି ରେମୁଣା ବଜାର, ଗନିପୁର  ଦେଇ ଯାଉଥିବା ବେଳେ ଗନିପୁର ଛକ ନିକଟରେ ବାଜୁଥିବା ଡିଜେ ବନ୍ଦ କରିବାକୁ କିଛି ଅଞ୍ଚଳବାସୀ କହିଥିଲେ। ଏହାକୁ ନେଇ ଉଭୟଙ୍କ ମଧ୍ୟରେ କଥା କଟା ପରେ ଘଟଣା ଉଗ୍ରରୂପ ଧାରଣ କରିଥିଲା।ପୋଲିସ ଉପସ୍ଥିତ ସତ୍ତେ୍ବ ଶୋଭାଯାତ୍ରାକୁ ପଥର ମାଡ଼ ହୋଇଥିଲା।ଫଳରେ ନୀଳଗିରି ଏସଡ଼ିପିଓ ,ଥାନାଧିକାରୀ ଙ୍କ ସମେତ ୧୨ ଆହତ ହୋଇଥିଲେ। ଏସପି ପହଞ୍ଚି ବୁଝାସୁଝା କରିବା ପରେ ପରିସ୍ଥିତି ଶାନ୍ତ ହୋଇନଥିଲା।ଏପରିକି ଏସପି ଗାଡି ମଧ୍ୟ    ଉତ୍ତ୍ୟକ୍ତ ଲୋକେ ଭଙ୍ଗାରୁଜା କରିଥିଲେ। ପରିସ୍ଥିତି ଅଣାୟତ ହେବାରୁ ଆଇଜି ପହଞ୍ଚି ଥିବା ବେଳେ ବ୍ୟାପକ ପୋଲିସ ମୃତୟନ ହୋଇଛି।ଏପରିକି ୧୪୪ ଧାରା ଜାରି ହୋଇଥିବା ବେଳେ ଅଂଚଳରେ ଉତ୍ତେଜନା ଦେଖା ଦେଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.