ପ୍ରମୂଖ ଖବର
  • ଟ୍ରମ୍ପଙ୍କ ‘ଭାରତର ମୃତ ଅର୍ଥନୀତି’ ମନ୍ତବ୍ୟକୁ ସମର୍ଥନ କଲେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ
  • ||
  • ରାଜ୍ୟରେ ଆଗାମୀ ୨ ଦିନ ପ୍ରବଳ ବର୍ଷା ସମ୍ଭାବନା, ୨୦ ଜିଲ୍ଲା ଆଲର୍ଟ ଜାରି
  • ||
  • ଶରଧାବାଲି ଦଳାଚକଟା ଘଟଣା, ମୁଖ୍ୟମନ୍ତ୍ରୀ ରିପୋର୍ଟ ପ୍ରଦାନ କଲେ ଉନ୍ନୟନ କମିଶନ, ଖୁବ୍‌ଶୀଘ୍ର ସାମ୍ନାକୁ ଆସିବ ଅସଲ କାରଣ
  • ||
  • କଳାହାଣ୍ଡି : ନୂତନ ଧାନ ମଣ୍ଡିକୁ ବିରୋଧ; ତହସିଲଦାରଙ୍କୁ ଦାବିପତ୍ର ଦେଲେ ଶିଉନି ଗ୍ରାମବାସୀ
  • ||
  • ଜୟପୁରରେ ସୁଭଦ୍ରାର ତୃତୀୟ କିସ୍ତି ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ, କୋଟିଏରୁ ଊର୍ଦ୍ଧ୍ବ ହିତାଧିକାରୀଙ୍କ ଖାତାକୁ ଯିବ ଟଙ୍କା
  • ||
  • ମାଲେଗାଓଁ ବିସ୍ଫୋରଣ ମାମଲା : ସାଧ୍ଵୀ ପ୍ରଜ୍ଞାଙ୍କ ସମେତ ସମସ୍ତ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ, ଏନଆଇଏ କୋର୍ଟଙ୍କ ନିଷ୍ପତ୍ତି
  • ||
  • ହାତୀ ଆକ୍ରମଣରେ ୩ ମୃତ୍ୟୁ ଘଟଣା : ମୃତକଙ୍କ ପରିବାରକୁ ମିଳିବ କ୍ଷତିପୂରଣ, କାର୍ଯ୍ୟରେ ଅବହେଳା ଅଭିଯୋଗରେ ୨ ନିଲମ୍ବିତ
  • ||
  • ଆମେରିକାରେ ଏଫ୍-୩୫ ଯୁଦ୍ଧ ବିମାନ କ୍ରାସ୍, ପାରାସୁଟରେ ବାହାରି ଅଳ୍ପକେ ଜୀବନ ବଞ୍ଚାଇଲେ ଫାଇଲଟ୍
  • ||
  • ଢେଙ୍କାନାଳରେ ହାତୀ ଆତଙ୍କ; ଦେଢଶୂର ଓ ଭାଇବୋହୂ ସମେତ ୩ଙ୍କୁ ଦଳିଦେଲା ଦନ୍ତା
  • ||
  • ଆଜି ବସିବ କେନ୍ଦ୍ର କ୍ୟାବିନେଟ୍ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଉଚ୍ଚ ଶିକ୍ଷା ବିଭାଗର କଡ଼ା ନିର୍ଦ୍ଦେଶ, ଏଣିକି ସି ବକ୍ସ ପୋର୍ଟାଲରେ ଅପଲୋଡ୍‌ ହେବ ଯୌନ ନିର୍ଯାତନା ଅଭିଯୋଗ
  • ||
  • ଗୁରୁବାରଠୁ ଇଣ୍ଡିଆ- ଇଂଲଣ୍ଡ ପଞ୍ଚମ ଟେଷ୍ଟ, ସିରିଜ ବରାବର ପାଇଁ ଶେଷ ସୁଯୋଗ, ଅର୍ଶଦୀପ କରିପାରନ୍ତି ପଦାର୍ପଣ, ଫେରିବେ ଆକାଶଦୀପ
  • ||

କମଳପୁର ଦଣ୍ଡାସାହିରେ ୧୨ ଜଣ୍ଡିସ ରୋଗୀ ଚି଼ହ୍ନଟ

Published By : Suraj Kumar | July 30, 2025 11:24 PM

ବିରିଡି, ୩୦।୭(ଆପ୍ର ) : ବିରିଡି ବ୍ଲକ ପୂରଣ ପଞ୍ଚାୟତର ୧ନମ୍ବର ୱାର୍ଡ କମଳପୁର ଦଣ୍ଡାସାହିରେ ୧୨ ଜଣ ଜଣ୍ଡିସ ରୋଗୀ ଚିହ୍ନଟ ହୋଇଛନ୍ତି ।  ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ଓ ବିରିଡି ଗୋଷ୍ଠୀସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ ଏକ  ଡାକ୍ତରୀ ଟିମ ପହଞ୍ଚି ରୋଗୀଙ୍କ ଚିକିତ୍ସା କରିଛନ୍ତି। 

 କମଳପୁର ଦଣ୍ଡାସାହିରେ କେତେ ଜଣ ଜଣ୍ଡିସ ରୋଗରେ ଆକ୍ରାନ୍ତ ହୋଇଥିଲେ।  ସରପଞ୍ଚ ଯୁଧିଷ୍ଠିର ବେହେରା ଏହା ଜାଣିବାପରେ ସ୍ୱାସ୍ଥ୍ୟବିଭାଗକୁ ଅବଗତ କରାଇଥିଲେ l  ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ଓ ବିରିଡି ଗୋଷ୍ଠୀସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ ଏକ ଡାକ୍ତରୀ ଦଳ  ଗ୍ରାମରେ ପହଞ୍ଚି ରୋଗୀଙ୍କ ରକ୍ତ ନମୁନା ସଂଗ୍ରହ କରି ପରୀକ୍ଷା କରିଥିଲେ l ଗ୍ରାମର ସଂକୁରୀ ଦାସ,ରଞ୍ଜନ ଭୋଇ, ରାଜଶ୍ରୀ ଭୋଇ, ସନ୍ଧ୍ୟାରାଣୀ ଦାସ, ସାଗର ଭୋଇ, ସାଗରୀକା ଭୋଇ, ଅର୍ଜୁନ ଭୋଇ, ସନ୍ଧ୍ୟାରାଣୀ ଭୋଇ, ପ୍ରେମଲତା ଭୋଇ, ସଂଗ୍ରାମ ଭୋଇ,ଶୁଭ୍ରଜିତ ଭୋଇ, ସସ୍ମିତା ଭୋଇ ପ୍ରମୁଖ ଜଣ୍ଡିସ ରୋଗରେ ଆକ୍ରାନ୍ତ ଥିବା ଜଣାପଡିଥିଲା l  ଜିଲ୍ଲା ସ୍ଵାସ୍ଥ୍ୟ ବିଭାଗ ନିର୍ଦେଶରେ ବିରିଡି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ ଡାକ୍ତର ଲୋକନାଥ ସାହୁଙ୍କ ନେତୃତ୍ୱରେ ଏକ ଡାକ୍ତରୀ ଟିମ ସେମାନଙ୍କ ଆବଶ୍ୟକ ଚିକିତ୍ସା କରିଥିଲେ l 

ଜଣ୍ଡିସ ବ୍ୟାପିବା ଜଣାପଡିବା ପରେ ତୁରନ୍ତ ପଦକ୍ଷେପ ଗ୍ରହଣ କରାଯିବା ସହ ସମସ୍ତଙ୍କୁ ହାଲୋଜିନ ବଟିକା ଦିଆଯାଇଛି। ଲୋକଙ୍କ ଘରେ ଥିବା କୂଅ, ନଳକୂଅ କୁ ବ୍ଲିଚିଙ୍ଗ ଦ୍ୱାରା ବିଶୋଧନ କରାଯାଇଛି l ଏଥିପ୍ରତି ତୀକ୍ଷଣ ନଜର ମଧ୍ୟ ରଖାଯାଇଛି l ଅନ୍ୟପଟେ ବ୍ଲକ ଜଳଯୋଗାଣ ବିଭାଗ ପକ୍ଷରୁ ଟ୍ୟାଙ୍କର ଯୋଗେ ବିଶୁଦ୍ଧ ପାଣି ଲୋକଙ୍କୁ ଯୋଗାଯାଉଥିବା ଜଣାପଡିଛି l ବ୍ଲକ ଅଧକ୍ଷା ମମତା ପାତ୍ର, ଜିଲ୍ଲାପରିଷଦ ସଭ୍ୟ ଚନ୍ଦ୍ରଶେଖର ଦାଶ ସେଠାକାର ସ୍ଥିତି ଉପରେ ସରପଞ୍ଚ ଓ ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ର ଡାକ୍ତର ଙ୍କ ସହ ସହିତ ଆଲୋଚନା କରିଥିଲେ।  ବିଧାୟକ ପ୍ରଫେସର ରମାକାନ୍ତ ଭୋଇ ପହଂଚି ସ୍ଥିତି ଅନୁଧ୍ୟାନ କରିଥିବା ଜଣା ପଡିଛି l

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.