ପ୍ରମୂଖ ଖବର
  • ରଥଯାତ୍ରା ଏଂବ ସ୍ନାନ ପୂର୍ଣ୍ଣିମାକୁ ନେଇ ଗୁରୁତ୍ଵପୂର୍ଣ୍ଣ ବୈଠକ ବସିବ, ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ
  • ||
  • ପଙ୍କରେ ଫସିଲେ ୩ ଦନ୍ତା ହାତୀ, ଖାଦ୍ୟ ଅନ୍ବେଷଣରେ ଆସି ଅଟକି ରହିଛନ୍ତି
  • ||
  • ମୋହନା: ଶଳାକୁ ଗୁଳି କରି ହତ୍ୟା କଲା ଭିଣୋଇ
  • ||
  • ଜମି ବିବାଦକୁ ନେଇ ମାଆ ଓ ଝିଅଙ୍କୁ ଛୁରା ମାଡ଼ ଘଟଣା, ଜେଲ ଗଲା ଅଭିଯୁକ୍ତ ସୂରଜ
  • ||
  • ଭାରତୀୟ ରେଳବାଇ ରଚିଲା ଇତିହାସ, 'ଲିମକା ବୁକ୍ ଅଫ୍ ରେକର୍ଡସ'ରେ ପାଇଲା ସ୍ଥାନ
  • ||
  • କରଞ୍ଜିଆ: ଫେରିଲେ ଝାଡ଼ଖଣ୍ଡି ହାତୀପଲ, ୨୦ରୁ ଊର୍ଦ୍ଧ୍ବ ଗାଁରେ ଭୟର ବାତାବରଣ
  • ||
  • ଅଗ୍ନିକାଣ୍ଡରେ ଜଳିଗଲା ଦୁଇ ବଖରା ଘର, ନିଆଁରେ ପୋଡି ହୋଇ ମହିଳା ଗୁରୁତର
  • ||
  • ଆଜି ଶେଷ ରଜ ଉତ୍ସବ: ସବୁଠି ପିଠା, ମିଠା, ପାନର ଆସର
  • ||
  • ଆଜି ପିତୃ ଦିବସ: ବାପାଙ୍କ ପାଇଁ ଦିନଟିଏ, ବାପା ବିଶ୍ବାସର ବରଗଛ, ଭରଷାର ଭବିଷ୍ୟତ
  • ||
  • ଓଡ଼ିଶାରେ ନାକେଦମ୍ କରୁଛି ତାତି, କାଲିଠୁ ମିଳିବ ଆଶ୍ୱସ୍ତି: ୨୪ ସୁଦ୍ଧା ରାଜ୍ୟରେ ମୌସୁମୀ ବର୍ଷା ସମ୍ଭାବନା
  • ||

ସ୍କୁଟି ସହ ୧୨ କିଲୋ ଗଞ୍ଜେଇ ଜବତ, ୨ ଗିରଫ

ଫିରିଙ୍ଗିଆ,୨୩।୫  କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ମାଶ୍ରୀପଡା ଛକ ନିକଟରୁ ଅବକାରୀ ବିଭାଗ ଗୁରୁବାର ଏକ ସ୍କୁଟି ସହ ବାର କିଲୋ ଗଞ୍ଜେଇ ଜବତ କରିବା ସହ ଦୁଇଜଣ ଗଞ୍ଜେଇ ଚାଲାଣକାରୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି I 

ଗୁରୁବାର ସକାଳୁ ଅବକାରୀ ଅଧିକ୍ଷକଙ୍କ ନିର୍ଦେଶ କ୍ରମେ ଫୁଲବାଣୀ ସଦର ଇନ୍ସପେକ୍ଟର ପୁର୍ଣଚନ୍ଦ୍ର ବେହେରା, ଭବାନୀଶଙ୍କର ସେଠି,  ସୁଜିତ କୁମାର ମୁଦୁଲି ଓ ଏଏସଆଇ ଭୃଗୁପତି ଦିଗାଳ ପାଟ୍ରୋଲିଂ  ଗୁରୁବାର ସକାଳେ ପାଟ୍ରୋଲିଂ କରୁଥିଲେ। ଏହି  ସମୟରେ ଫୁଲବାଣୀ ବାଲିଗୁଡା ମୁଖ୍ୟ ରାସ୍ତାର ମାଶ୍ରୀପଡା ଛକ ନିକଟରେ ସ୍କୁଟିକୁ ଅବକାରୀ ବିଭାଗ ଅଟକାଇ ଯାଞ୍ଚ କରିଥିଲେ । ଯାଞ୍ଚ କରିବା ସମୟରେ ସ୍କୁଟିରୁ ବାର କିଲୋ ଗଞ୍ଜେଇ ଜବତ କରିବାରେ ସଫଳ ହୋଇଥିଲେ I ଏଥିସହ  ଫିରିଙ୍ଗିଆ ଥାନା ନୁଆଁପଦର ପଞ୍ଚାୟତ ବିଲୁପଦର ଗାଁ ର କିଶୋର ଚନ୍ଦ୍ର ବେହେରା ଓ ସୁନୀଲ ଦିଗାଳଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।  

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.