ପ୍ରମୂଖ ଖବର
  • ରାଜଧାନୀରେ ଧରାପଡ଼ିଲେ ନକଲି DSP, ୨ଲକ୍ଷରୁ ଅଧିକ ନକଲି ଟଙ୍କା ସହ ପୋଲିସ ୟୁନିଫର୍ମ ଜବତ
  • ||
  • ବିଧାନସଭା ବଜେଟ୍ ଅଧିବେଶନ: ଆଜି ବି ଚାଲିପାରିଲାନି ପ୍ରଶ୍ନକାଳ, ୧୨ଟା ୯ ମିନିଟ୍ ଯାଏ ଗୃହ ମଲତବୀ
  • ||
  • ଗଞ୍ଜାମ : ପାହାଡ଼ ତଳୁ ନରକଙ୍କାଳ ଉଦ୍ଧାର ଘଟଣା: ମିଳିଲା ନାବାଳିକାଙ୍କ ପରିଚୟ, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ
  • ||
  • ଉଦଳା : ବନ କର୍ମଚାରୀଙ୍କୁ ଶିକାରୀଙ୍କ ଗୁଳିମାଡ଼: ୪ ଶିକାରୀ ଗିରଫ
  • ||
  • ଆମେରିକାର ଏକଚାଟିଆ ନୀତିକୁ କରାଯିବନି ବରଦାସ୍ତ: ୟୁରୋପର ଦୀର୍ଘମିଆଦୀ ରଣନୀତି, ଅସ୍ତ୍ର ଭଣ୍ଡାର ୩୦% ବଢ଼ାଯିବ
  • ||
  • ଦୁଇ ଦିନର ବିରତି ପରେ ସରଗରମ ହେବ ବିଧାନସଭା, ନାରୀ ନିର୍ଯାତନା ପ୍ରସଙ୍ଗରେ କମ୍ପିବ ଗୃହ
  • ||
  • ଆଇପିଏଲ୍‌ ୨୦୨୫: ଆଜି କ୍ୟାପିଟାଲ୍ସ- ସୁପରଜାଏଣ୍ଟ୍‌ସ ଫାଇଟ୍, ପୁରୁଣା ଦଳ, ନୂଆ ପ୍ରତିଦ୍ୱନ୍ଦ୍ୱୀ ମଧ୍ୟରେ ହେବ ଟକ୍କର
  • ||
  • ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଆଜି କଣ୍ଟିଲୋରେ ମହାପ୍ରଭୁ ଶ୍ରୀନୀଳମାଧବଙ୍କୁ କରିବେ ଦର୍ଶନ
  • ||
  • ସୋମବାର ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା, ମଙ୍ଗଳବାରଠାରୁ ବଢ଼ିବ ତାତି
  • ||

ଛତିଶଗଡ଼ ବିଜାପୁରର ଏନକାଉଣ୍ଟରେ ୧୨ ମାଓବାଦୀ ନିହତ, ୨ ଯବାନ ସହିଦ

Published By : Prameya | February 9, 2025 11:55 AM

ମାଲକାନଗିରି, ୯।୨: ଛତିଶଗଡ଼ ବିଜାପୁରରରେ ଏନକାଉଣ୍ଟର । ଏଥିରେ ୧୨ ଜଣ ମାଓବାଦୀ ନିହତ ହୋଇଥିବା ବେଳେ ୨ ଜଣ ଯବାନ ସହିଦ ହୋଇଥିବା  ଜଣାପଡ଼ିଛି । ଏଥିସହ ୨ ଜଣ ଯବାନ ଗୁରୁତର ଆହତ ହୋଇଛନ୍ତି । ଆହତଙ୍କୁ ତୁରନ୍ତ ମେଡିକାଲ ନେବା ଲାଗି ଜଗଦଲପୁର ଅଞ୍ଚଳରୁ ଏମ୍‌ଆଇ ହେଲିକେପ୍ଟରକୁ ପଠାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି । 

ରବିବାର ସକାଳେ ବିଜାପୁରର ଇନ୍ଦ୍ରାବତୀ ନ୍ୟାସନାଲ ପାର୍କ ଅଞ୍ଚଳରେ ଏହି ଏନକାଉଣ୍ଟର ହୋଇଥିବା ବେଳେ ମାଓବାଦୀ ଓ ଯବାନଙ୍କ ମଧ୍ୟରେ ଗୁଳିବିନିୟମ ହୋଇଥିଲା । ୩୧ ଜାନୁଆରୀରୁ ସେନାମାନଙ୍କ ପକ୍ଷରୁ ଆଣ୍ଟି-ମାଓବାଦୀ ଅପରେସନ୍ ଆରମ୍ଭ ହୋଇଛି । ପଶ୍ଚିମ ବସ୍ତର ଅଞ୍ଚଳରେ ମାଓବାଦୀଙ୍କ କାର୍ଯ୍ୟକଳାପ ନେଇ ସୂଚନା ମିଳିଥିଲା । ଯାହା ପରେ ଜିଲ୍ଲା ଆରକ୍ଷୀ ଅଧିକାରୀ ଓ ସିଆରପିଏଫ୍ ସ୍ସେଶାଲ ଟାସ୍କ ଫୋର୍ସ ମିଳିତ ଭାବେ କମାଣ୍ଡୋ ବାଟାଲିୟନ୍ ଫର୍ ରିଜୋଲ୍ୟୁଟ୍ ଆକ୍ସନ କୋବ୍ରା ଏହି ଅପରେସନ୍‌ରେ ସାମିଲ । ଏଭଳି ଘଟଣା ପରେ ବସ୍ତର ପୋଲିସ ସର୍ଚ୍ଚ ଅପରେସନ ଜାରି ରଖିଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.