ପ୍ରମୂଖ ଖବର
  • ବୌଦ୍ଧ ଥାନା ୫୭ ନଂ ଜାତୀୟ ରାଜପଥ ଖଜୁରୀପଡା ଠାରେ ଦୁର୍ଘଟଣା, ବୋଲେରୋ ଓ ଟ୍ରକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ ୭ ଆହତ
  • ||
  • ଆଜି ପହିଲି ରଜ; ସବୁଠି ଉତ୍ସାହ, ପୋଡ଼ପିଠା ବାସ୍ନାରେ ମହକୁଛି ଗାଁଠୁ ସହର
  • ||
  • ରଜକୁ ଭିଜାଇବ ବର୍ଷା: ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ଆଲର୍ଟ ଜାରି
  • ||

ଭାରସାମ୍ୟ ହରାଇ ଓଲଟିଲା ଅଟୋ, ୧୨ ଯାତ୍ରୀ ଆହତ

Published By : Harapriya Sethi | June 13, 2025 12:26 PM

ମୋହନା,୧୩/୦୬: ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟିଲା ଅଟୋ । ଫଳରେ ଅଟୋରେ ଥିବା ୧୨ଜଣ ଯାତ୍ରୀ ଆହତ ହୋଇଛନ୍ତି । ଗଜପତି ଜିଲ୍ଲା ମୋହନା ଥାନା କେନ୍ଦୁପଦା ଘାଟିରେ ଏଭଳି ଘଟଣା ଘଟିଛି ।

ସୂଚନା ମୁତାବକ, ରାସନ ଚାଉଳ ଆଣିବା ପାଇଁ ଟାଙ୍ଗିଲିପଦର ଗାଁରୁ ଏକ ଅଟୋରେ ପ୍ରାୟ ୧୫ ଜଣ ଗୋବିନ୍ଦପୁର ପଞ୍ଚାୟତକୁ ଯାଉଥିଲେ । ଏହି ସମୟରେ କେନ୍ଦୁପଦା ଘାଟିରେ ଭାରସାମ୍ୟ ହରାଇ ଅଟୋଟି ରାସ୍ତା କଡ଼କୁ ଓଲଟି ପଡିଥିଲା । ଏହି ଦୁର୍ଘଟଣାରେ ୧୨ଜଣ ଯାତ୍ରୀ ଆହତ ହୋଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ଆହତମାନଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଆମ୍ବୁଲାନ୍ସ ଯୋଗେ ଆଣି ମୋହନା ମେଡିକାଲରେ ଭର୍ତ୍ତି କରିଛନ୍ତି । ଆହତଙ୍କ ମଧ୍ୟରେ ଅଧିକାଂଶ ମହିଳା ଅଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.