ପ୍ରମୂଖ ଖବର
  • ପୁରୀ: ନବଦିନାତ୍ମକ ଯାତ୍ରା ସାରି ବାହୁଡିବେ ନୀଳାଦ୍ରିନାଥ, ବାହୁଡ଼ାଦିଅଁଙ୍କ ପହଣ୍ଡି ବିଜେ
  • ||
  • ସୁନ୍ଦରଗଡ଼: ପ୍ରେମ କଳିକୁ ନେଇ ଡବଲ ମର୍ଡର, ପ୍ରେମିକା ଓ ତାର ସହପାଠୀକୁ ଛୁରୀ ଭୁସି ହତ୍ୟା କଲା ଡ୍ରାଇଭର୍ ପ୍ରେମିକ
  • ||
  • ଭୁବନେଶ୍ୱର: କଳାଭୂମି ନିକଟରେ ବୃଦ୍ଧଙ୍କ ଉପରେ ମାଡିଗଲା ବାଲି ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ୱିମ୍ବଲଡନ ଟାଇଟଲ ଲଢ଼େଇ: ଭେଟେରାନ ଜୋକୋଭିକଙ୍କୁ ହରାଇ କାର୍ଲୋସ ଅଲକାରାଜ ଚାମ୍ପିଅନ୍
  • ||
  • ସୋମବାରଠୁ ସିବିଏସ୍‌ଇ ସପ୍ଲିମେଣ୍ଟାରୀ ପରୀକ୍ଷା, ଉଭୟ ଦଶମ ଓ ଦ୍ୱାଦଶ ଛାତ୍ରଛାତ୍ରୀ ଦେବେ ଏକ୍ସଜାମ୍
  • ||
  • ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ: ଆଜି ଦକ୍ଷିଣ- ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଜନ୍ମବେଦିରୁ ଶ୍ରୀମନ୍ଦିରକୁ ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି: ୧୨ଟାରେ ପହଣ୍ଡି, ୪ଟାରେ ରଥ ଟଣା
  • ||

ଚାଲିଥିଲା ସ୍କୁଲ୍... ହଠାତ୍ ଅସୁସ୍ଥ ହୋଇଗଲେ ୧୨ ଛାତ୍ରୀ, ଡାକ୍ତରଖାନାରେ ଭର୍ତ୍ତି

ଆନନ୍ଦପୁର, ୦୯/୦୭ : ଚାଲିଥିଲା ସ୍କୁଲ୍, ହଠାତ୍ ଅସୁସ୍ଥ ହୋଇଗଲେ ୧୨ ଛାତ୍ରୀ। ଆନନ୍ଦପୁର ଉପଖଣ୍ଡ କେଶଦୁରାପାଳ ଜନମଙ୍ଗଳ ହାଇସ୍କୁଲରେ ଘଟିଛି ଏଭଳି ଘଟଣା। ୯ମ ଓ ଦଶମ ଶ୍ରେଣୀରୁ ମିଶାଇ ମୋଟ ୧୨ଜଣ ଛାତ୍ରୀ ଅସୁସ୍ଥ ହୋଇଛନ୍ତି। ସମସ୍ତ ଛାତ୍ରୀଙ୍କୁ ନିକଟସ୍ଥ ଗୋଷ୍ଠି ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। 

ସୂଚନାନୁଯାୟୀ, ଆନନ୍ଦପୁର ଉପଖଣ୍ଡ କେଶଦୁରାପାଳ ଜନମଙ୍ଗଳ ହାଇସ୍କୁଲରେ ସବୁଦିନ ଭଳି କ୍ଲାସ ଚାଲିଥିଲା। ଦିନ ପ୍ରାୟ ୧୧ଟା ବେଳେ ଜଣଙ୍କ ପରେ ଜଣେ ଛାତ୍ରୀ ଅସୁସ୍ଥ ହୋଇପଡିଥିଲେ। ଛାତିରେ ଯନ୍ତ୍ରଣା ଅନୁଭବ କରିବା ସହ ନିଶ୍ଵାସ ନେବାରେ ଅସୁବିଧା ହେଲା। ଫଳରେ ଶିକ୍ଷକମାନେ ସେମାନଙ୍କୁ ତୁରନ୍ତ କେଶଦୂକପାଳ ଗୋଷ୍ଟି ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରୁ ପୁଣିଥରେ ସମସ୍ତ ଛାତ୍ରୀଙ୍କୁ ଆମ୍ବୁଲାନ୍ସ ଯୋଗେ ଆନନ୍ଦପୁର ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଗତ ଶନିବାର ଦିନ ଠିକ୍ ଏହିଭଳି ଅସୁସ୍ଥ ଅବସ୍ଥାରେ ୨-୩ ଜଣ ଛାତ୍ରୀ ମେଡିକାଲରେ ଭର୍ତି ହୋଇଥିଲେ। ସେମାନେ ସୁସ୍ଥ ହେବାପରେ ଘରକୁ ଫେରିଥିବା ଅବିଭାବକ କହିଛନ୍ତି। ପୁନର୍ବାର ସ୍କୁଲରେ ଏଭଳି ଘଟଣା ପାଇଁ ଅଭିଭାବକ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେଉଁ କାରଣ ପାଇଁ ଏଭଳି ଘଟୁଛି ତାହା ଅସ୍ପଷ୍ଟ ରହିଛି। ତେବେ ଏହି ଛାତ୍ରୀମାନଙ୍କ ସେଭଳି କିଛି ସ୍ଵାସ୍ଥ୍ୟଗତ ସମସ୍ୟା ନଥିବା କହିଛନ୍ତି ମେଡିକାଲ ସୁପରିଟେଣ୍ଡେଣ୍ଟ। 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.