ପ୍ରମୂଖ ଖବର
  • ବାଜିଲା ବିଗୁଲ; ଜୁନ୍ ୧୯ରେ ୪ ରାଜ୍ୟର ୫ ବିଧାନସଭା ଆସନରେ ଉପନିର୍ବାଚନ, ଏହି ଦିନ ରେଜଲ୍ଟ
  • ||
  • Mann ki Baat; ସାହସ ଓ ସଂକଳ୍ପର ପ୍ରତୀକ 'ଅପରେସନ୍ ସିନ୍ଦୂର, ଆତଙ୍କବାଦ ଶେଷ ଭାରତର ସଂକଳ୍ପ କହିଲେ ପ୍ରଧାନମନ୍ତ୍ରୀ
  • ||
  • ରଥଯାତ୍ରା ପ୍ରସ୍ତୁତି: ରଥଖଳାରେ ପହଞ୍ଚିଲା ୩୨ଟି ୪୦ ଫୁଟିଆ କାଠ
  • ||
  • ଭଦ୍ରକ : ନିଆଁ ଲାଗି ଜଳିଗଲା ୬ ବଖରା ଘର, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ନଷ୍ଟ
  • ||
  • ବିଶ୍ୱର ୪ର୍ଥ ସର୍ବବୃହତ ଅର୍ଥନୈତିକ ଦେଶ ଭାରତ, ଜାପାନକୁ ଟପିଲା
  • ||
  • IPL 2025: ଆଜି ଚେନ୍ନାଇ- ଗୁଜରାଟ ମଧ୍ୟରେ ଶେଷ ଲିଗ୍‌ ମ୍ୟାଚ୍‌, ଟାଇଟନ୍ସ ପାଇଁ ଗୁରୁତ୍ୱପୂର୍ଣ୍ଣ
  • ||
  • ନନ୍ଦନକାନନ ପ୍ରାଣୀ ଉଦ୍ୟାନ ପାଇଁ ଖୁସି ଖବର, ଅଣ୍ଡାରୁ ଫୁଟି ବାହାରିଲେ ୧୪ ଘଡ଼ିଆଲ ଛୁଆ
  • ||
  • ଭାରତ ପ୍ରହାରରେ ଥରହର ପାକିସ୍ତାନ; ପ୍ରତିରକ୍ଷା ବଜେଟ୍ ବଢାଇବାକୁ ପ୍ଲାନ୍‌, କହିଲା ଆମ ପଡ଼ୋଶୀ...
  • ||
  • ସମ୍ବଲପୁର ବୁର୍ଲା ଥାନା ଲଡୁଖାଇ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକକୁ ପିଟିଲା କାର୍‌, ୨ ମୃତ, ୨ ଗୁରୁତର
  • ||
  • ରବିବାର ଏନ୍‌ଡିଏ ମୁଖ୍ୟମନ୍ତ୍ରୀଙ୍କ ସମ୍ମିଳନୀ,ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ, ଫୋକସରେ ଭାରତ- ପାକ୍ ତିକ୍ତତା
  • ||
  • ମଞ୍ଚେଶ୍ୱର ଶିଳ୍ପାଞ୍ଚଳରେ ଅଗ୍ନିକାଣ୍ଡ: ହୁତୁହୁତୁ ହୋଇ ଜଳିଗଲା ଗଦି ତିଆରି କାରଖାନା, ୧୦କୋଟି ଟଙ୍କାର ସମ୍ପତ୍ତି ନଷ୍ଟ
  • ||
  • ୫ ଦିନରେ ଓଡ଼ିଶାରେ ମୌସୁମୀ: ଏବେ ଝିପିଝିପି, ୨୭ରୁ ୩୦ ଯାଏଁ ଅଧିକ ବର୍ଷା ସମ୍ଭାବନା, ଜୁନ୍ ପୁଣି ଗରମ
  • ||

ନଳିହାଡ଼ରେ ୧୨୨ତମ ମନ୍ କି ବାତ୍ କାର୍ଯ୍ୟକ୍ରମ ଅନୁଷ୍ଠିତ

Published By : Harapriya Sethi | May 25, 2025 2:41 PM

କୁକୁଡାଖଣ୍ଡି,୨୫/୦୫: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀ କୁକୁଡାଖଣ୍ଡି ବ୍ଲକ ଅନ୍ତର୍ଗତ ରୋହିଗାଁର ନଳିହାଡ଼ ଗାଁରେ 'ମନ୍ କି ବାତ୍' କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମ ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ରଙ୍କ ନିର୍ଦ୍ଦେଶନା ଓ ବିଜେପି ସକ୍ରିୟ କର୍ମୀ ସନାତନ ସଂଗ୍ରାମ ସିଂଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଛି । 

ସୂଚନା ମୁତାବକ, ପ୍ରତି ମାସ ଶେଷ ରବିବାରରେ ପ୍ରଧାନମନ୍ତ୍ରୀଙ୍କ 'ମନ୍ କି ବାତ୍' କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥାଏ । ସେହି ଅନୁସାରେ, ଆଜି ଅର୍ଥାତ୍ ରବିବାର ନଳିହାଡ ଗାଁର କୋଠଘର ଠାରେ ଆଭାସୀ ମାଧ୍ୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜ ମନର କଥା କର୍ମୀଙ୍କୁ ଶୁଣାଇଥିଲେ । ପ୍ରଧାନମନ୍ତ୍ରୀ ଦେଶର ବିକାଶ ଉପରେ ଚିନ୍ତା କରୁଥିବା ନେଇ ସନାତନ ସଂଗ୍ରାମ ସିଂ କହିଛନ୍ତି । ଏହାଛଡ଼ା ବିଜେପି ସରକାରଙ୍କ ଉନ୍ନୟନ ମୂଳକ କାର୍ଯ୍ୟ ଉପରେ ପ୍ରଧାନମନ୍ତ୍ରୀ ଆଭାସୀ ମଧ୍ୟରେ କର୍ମୀଙ୍କୁ ଜଣାଇଛନ୍ତି । ଏହି କାର୍ଯ୍ୟକ୍ରମରେ ମଣ୍ଡଳ ସଭାପତି ଲଳିତ ମୋହନ ବିଷୋୟୀ, ୭୬ ନମ୍ବର ବୁଥ୍ ସଭାପତି ଲିଲି ସଂଗ୍ରାମ ସିଂ, ଯୁବ ନେତା ଫକୀର ଚରଣ ବେହେରା, ସିମାଞ୍ଚଳ ଦାସ, ପବିତ୍ର ସ୍ୱାଇଁ, ନିରଞ୍ଜନ ସ୍ୱାଇଁ, ଉଦୟ ଲେଙ୍କା, ସବିତା ବିଷୋୟୀ, ଜୟ ବିଷୋୟୀ ସହ ବହୁ ବିଜେପି କର୍ମୀ ଉପସ୍ଥିତ ରହିଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.