ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ଲାଲ ସଂଗଠନକୁ ବଡ଼ ଝଟକା, ୧୩ ସକ୍ରିୟ ମାଓବାଦୀଙ୍କୁ ବାନ୍ଧିଲା ପୋଲିସ

Published By : Prameya | April 1, 2025 10:25 AM

ଭୁବନେଶ୍ୱର ୦୧/୦୪: ପୋଲିସକୁ ବଡ଼ ସଫଳତା। ମାଓବାଦୀ ସଂଗଠନକୁ ଲାଗିଲା ବଡ଼ ଝଟକା ।୧୩ ସକ୍ରିୟ ମାଓବାଦୀଙ୍କୁ ଗିରଫ କଲେ ସୁରକ୍ଷା ବାହିନୀ। ସେମାନଙ୍କ ମଧ୍ୟରୁ ଜଣଙ୍କ ମୁଣ୍ଡ ଉପରେ ୧ ଲକ୍ଷ ଟଙ୍କା ପୁରସ୍କାର ରାଶି ଥିଲା। 

ସୂଚନା ଅନୁଯାଇ,ମାଲକାନଗିରି- ଛତିଶଗଡ଼ ସୀମାନ୍ତ ଉସୁର ଥାନା ଅନ୍ତର୍ଗତ ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ ଚାଲିଥିଲା। ଏହି ସମୟରେ ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଲ୍ୟାଣ୍ଡମାଇନ୍‌ ଲଗାଉଥିବା ବେଳେ ୭ ଜଣ ମାଓବାଦୀଙ୍କୁ ଗିରଫ କରିଛନ୍ତି ସୁରକ୍ଷାକର୍ମୀ । ସେହିପରି ବାସାଗୁଡ଼ା ଥାନା ଅଞ୍ଚଳରେ ଦୁଇ ଜଣ ଗ୍ରାମବାସୀଙ୍କୁ ହତ୍ୟା ଅଭିଯୋଗରେ ୬ ଜଣ ମାଓବାଦୀ ଗିରଫ ହୋଇଛନ୍ତି । ଡିଆର୍‌ଜି, କୋବ୍ରା, ସିଆର୍‌ପିଏଫ୍‌ ବାହିନୀର ମିଳିତ ଅପରେସନ ବେଳେ ବିଜାପୁରର ବିଭିନ୍ନ ସ୍ଥାନରୁ ଏହି ସବୁ ନକ୍ସଲ ଗିରଫ କରାଯାଇଛି। ସେମାନଙ୍କ ନିକଟରୁ ବିପୁଳ ପରିମାଣର ମାଓ ସାମଗ୍ରୀ ମଧ୍ୟ ଜବତ କରାଯାଇଛି।



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.