ପ୍ରମୂଖ ଖବର
  • ଶିମିଳିପାଳ ପାଦ ଦେଶରୁ ତିନି ଶିକାରୀ ଗିରଫ, ୩ ବନ୍ଧୁକ ଜବତ
  • ||
  • ବଢୁଛି ଭାରତ-ପାକିସ୍ତାନ ଉତ୍ତେଜନା, ସ୍ଥଳପଥ ପରେ ଜଳପଥରେ ବି ହାଇଆଲର୍ଟ ଜାରି
  • ||
  • ବଢିଲା ଭାରତ - ପାକିସ୍ତାନ ଯୁଦ୍ଧ ଭୟ, ବିଜୁ ପଟ୍ଟନାୟକ ଏୟାରପୋର୍ଟରେ ହାଇଆଲର୍ଟ ଜାରି
  • ||
  • ଚଣ୍ଡୀଗଡ଼ରେ ବାଜିଲା ଯୁଦ୍ଧ ସାଇରନ୍, ଲୋକଙ୍କୁ ଘର ଭିତରେ ରହିବାକୁ ଅନୁରୋଧ
  • ||
  • ସ୍ୱଦେଶ ବାହୁଡ଼ି ଯିବେ ବିଦେଶୀ ଖେଳାଳି, ଖୁବ୍‌ଶୀଘ୍ର ବଡ଼ ନିଷ୍ପତ୍ତି ନେଇପାରେ ବିସିସିଆଇ
  • ||
  • ଚଣ୍ଡୀଗଡ଼​‌ରେ ବାଜିଲା ସାଇରନ୍‌, ଏୟାରଫୋର୍ସ ଷ୍ଟେସନ୍‌କୁ ଓ୍ବାର୍ଣ୍ଣିଂ, ଲୋକଙ୍କୁ ଘରୁ ନବାହାରିବାକୁ ନିର୍ଦ୍ଦେଶ
  • ||
  • LOC ଏବଂ IBରେ କଡ଼ା ଜବାବ, ପାକିସ୍ତାନର ୫୦ରୁ ଉର୍ଦ୍ଧ୍ଵ ଡ୍ରୋନ୍ ଖସାଇଲା ଭାରତ
  • ||
  • ଶ୍ରୀକ୍ଷେତ୍ରରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା, ପୋଲିସ ଛାଉଣୀରେ ବଡ଼ଦେଉଳ
  • ||
  • ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ମୟୂରଭଞ୍ଜ : ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

ଦୁଇଟି ପୃଥକ୍‌ ସ୍ଥାନରୁ ୧୩୦୯ କେଜି ଗଞ୍ଜେଇ ଜବତ, ୪ ଗିରଫ

Published By : Harapriya Sethi | January 29, 2025 2:39 PM

ଭୁବନେଶ୍ୱର, ୨୯/୦୧: ବୌଦ୍ଧ ପୋଲିସ ଦୁଇଟି ପୃଥକ ମାମଲାରେ ମୋଟ ୧୩୦୯ କେଜି ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ଥିବା ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି । ଗିରଫ ହୋଇଥିବା ଅଭିଯୁକ୍ତମାନେ ବଣ୍ଡାବଳଦିଆ ଗାଁର ମିଥୁନ ହାତୀ, ଉଦୟ ଚନ୍ଦ୍ର ଭୋଇ, ଶ୍ରୀକାନ୍ତ ମୁଦୁଲି ଏବଂ ନୀଳକଣ୍ଠ ଭୋଇ ବୋଲି ଜଣାପଡ଼ିଛି ।  ଏହା ସହ ଅଭିଯୁକ୍ତଙ୍କ ନିକଟରୁ ଦେଶୀ ବନ୍ଧୁକ, ଅଫୁଟା ଗୁଳି, ଗଞ୍ଜେଇ ଚୋରା ଚାଲାଣ ପାଇଁ ବ୍ୟବହୃତ ହେଉଥିବା ୬ ବାଇକ୍‌ ଏବଂ ପିକଅପ୍ ଭ୍ୟାନକୁ ମଧ୍ୟ ପୋଲିସ ଜବତ କରିଛି । ଗୋଟିଏ ମାମଲା ବୌଦ୍ଧ ଆଦର୍ଶ ଥାନା ଅଞ୍ଚଳରେ ହୋଇଥିବା ବେଳେ ଅନ୍ୟ ମାମଲାଟି ଘଣ୍ଟପଡା ଥାନାରେ ପଞ୍ଜିକୃତ ହୋଇଛି । ଏନେଇ ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟଠାରେ ଏକ ପ୍ରେସ୍‌ ମିଟ୍‌ ଜରିଆରେ ସୂଚନା ଦିଆଯାଇଛି ।

ସୂଚନା ମୁତାବକ, ବୌଦ୍ଧ ଆଦର୍ଶ ଥାନା ପୋଲିସ ଟିମ୍ ଅମ୍ବାଝରୀ ଗ୍ରାମ ପଂଚାୟତ ଅଧୀନ ବଣ୍ଡାବଳଦିଆ ଗାଁରେ ମିଥୁନ ହାତୀ ଓ ତାଙ୍କର ଅନ୍ୟ ଜଣେ ସହଯୋଗୀ ନିଶା ଦ୍ରବ୍ୟ ରଖି ଚୋରା ଚାଲାଣ କରୁଥିବା ନେଇ ପୋଲିସ ଖବର ପାଇଥିଲା । ଖବର ପାଇ ଚଢ଼ାଉ କରିଥିଲା। ଏହି ଚଢାଉ ବେଳେ ସମ୍ପୃକ୍ତ ଅଭିଯୁକ୍ତଙ୍କ ନିକଟରୁ ୫୬୦ କେଜି ଗଞ୍ଜେଇ ଓ ଏକ ମୋଟର ସାଇକେଲ ଜବତ କରାଯାଇଛି । 

ସେହିପରି ଘଣ୍ଟପଡ଼ା ଥାନା ଅଞ୍ଚଳରେ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ଖବର ପାଇ ପୋଲିସ ଚଢ଼ାଉ କରିଥିଲା। ଚଢ଼ାଉ ବେଳେ ଅଭିଯୁକ୍ତଙ୍କ ନିକଟରୁ ୭୪୯ କେଜି ଗଞ୍ଜେଇ, ଗୋଟିଏ ଦେଶୀ ବନ୍ଧୁକ,୫ ରାଉଣ୍ଡ ଅଫୁଟା ଗୁଳି, ଏକ ପିକଅପ୍ ଗାଡ଼ି, ୫ଟି ମୋଟର ସାଇକେଲ ଜବତ କରିଛି ପୋଲିସ । ଏହା ସହ ଘଟଣାସ୍ଥଳରୁ ୩ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଗିରଫ କରାଯାଇଛି । ଉଭୟ ଘଟଣାର ତଦନ୍ତ କରିବା ସହ ଚୋରା ଚାଲାଣରେ ସମ୍ପୃକ୍ତ ଥିବା ଅନ୍ୟ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.