ପ୍ରମୂଖ ଖବର
  • ବଲାଙ୍ଗୀର : ବାଇକ୍‌କୁ ଧକ୍କା ଦେଲା ଟ୍ରକ୍: ଜଣେ ମୃତ, ଜଣେ ଆହତ
  • ||
  • ବିଧାନସଭାରେ ସ୍ବାଭାବିକ ଚାଲିଛି ପ୍ରଶ୍ନକାଳ, ଗୃହ ବାହାରେ ଗଙ୍ଗାପାଣି ଛିଞ୍ଚି ଅଭିନବ ପ୍ରତିବାଦ କଲା ବିଜେଡି
  • ||
  • ମୟୂରଭଞ୍ଜ : ଅନ୍ଵେଷା ହଷ୍ଟେଲରେ ଛାତ୍ରୀଙ୍କ ମୃତ୍ୟୁ ଘଟଣା, ବିଳମ୍ଵିତ ରାତିରେ ହଷ୍ଟେଲ ଛାଡ଼ିଲେ ଅନ୍ତେବାସୀ
  • ||
  • ଦେବଗଡ଼ : ଅଧୁରା ରହିଗଲା ଚାକିରି ସ୍ୱପ୍ନ, ଦୌଡ଼ିବା ବେଳେ ଟଳି ପଡ଼ିଲେ ହୋମଗାର୍ଡ ଆଶାୟୀ
  • ||
  • ଆଇପିଏଲ୍‌ ୨୦୨୫: ଆଜି ସନରାଇଜର୍ସ-ସୁପରଜାଏଣ୍ଟସ ମଧ୍ୟରେ ଲଢ଼େଇ, ବିସ୍ଫୋରକ ବ୍ୟାଟିଂ ମୁଖ୍ୟ ଆକର୍ଷଣ
  • ||
  • ରାୟଗଡ଼ା : ମୁକୁନ୍ଦପୁର ଘାଟିରେ ଓଲଟିଲା ବସ୍‌, ୩ ଗୁରୁତର
  • ||
  • ସରକାରଙ୍କ ବିରୋଧରେ କଂଗ୍ରେସର ରଣ ହୁଙ୍କାର, ଆଜି ବିଧାନସଭା ଘେରିବ, ରାଜ ରାସ୍ତାରେ ଗର୍ଜିବ
  • ||
  • ରାଜ୍ୟରେ ଉପରମୁହାଁ ତାତି, ୨୯ରୁ ପୁଣି ଜଳାଇବ ଖରା: ପଶ୍ଚିମ, କେନ୍ଦ୍ରୀୟ ଓଡ଼ିଶାରେ ୪୦ ଡିଗ୍ରୀ ଟପିବ
  • ||

ଚୋରା ବାଲିଘାଟରେ ଚଢାଉ : ୧୩୯ ଗାଡି ଜବତ, ୧୨୩ ଗିରଫ

Published By : Prameya | March 9, 2025 9:09 PM

ଭୁବନେଶ୍ବର,୯।୩ :  ରାଜ୍ୟରେ ବିଭିନ୍ନ ଜିଲ୍ଲାରେ  ଥିବା ଚୋରା ବାଲିଘାଟରେ ପୋଲିସର ସ୍ୱତନ୍ତ୍ର ଟିମ ଚଢାଉ କରି  ବିଭିନ୍ନ ସ୍ଥାନରୁ ମୋଟ ୧୩୯ଟି ଗାଡି ଜବତ  କରିଛି। ଗାଡି ମଧ୍ୟରେ ଟ୍ରାକ୍ଟର, ଟ୍ରକ, ଟିପର ଓ ହାଇୱା  ରହିଛି। ଏଥିସହ ୧୨୩ ଜଣଙ୍କୁ ଗିରଫ କରିଛି।

ରାଜ୍ୟରେ ଚୋରା ବାଲି ମାଫିଆଙ୍କ ବିରୋଧରେ   କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ନିର୍ଦ୍ଦେଶ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ରବିବାର ରାଜ୍ୟରେ ପୋଲିସ ପକ୍ଷରୁ ବାଲିଘାଟରେ ଚଢ଼ାଉ ଜାରି ରହିଛି। 

ରବିବାର ସକାଳୁ ରାତି ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାର ପୋଲିସର ସ୍ୱତନ୍ତ୍ର ଟିମ ବିଭିନ୍ନ ଚୋରା ବାଲିଘାଟ ଉପରେ ଚଢାଉ କରିଛି। ବିଭିନ୍ନ ସ୍ଥାନରୁ ୧୩୬ ଟି ବାଲି ବୋଝେଇ ଟ୍ରାକ୍ଟର, ଟ୍ରକ, ଟିପର ଓ ହାଇୱା ଜବତ କରାଯାଇଛି। ଏହା ସହ ୧୧୯ ଟି ମାମଲା ରୁଜୁ କରାଯାଇଥିବା ବେଳେ ୧୨୩ ଜଣ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ଏହି ଧରପଗଡ଼ ଲଗାତାର ଭାବେ ଚାଲିବ। ବାଲି, ମୋରମ ଚୋରା କାରବାର ସମ୍ପର୍କରେ ସ୍ଥାନୀୟ ବ୍ୟକ୍ତି ବିଶେଷ ପୋଲିସକୁ ସୂଚନା ମଧ୍ୟ ଦେଇପାରିବେ। ରାଜ୍ୟରେ ଚୋରା ବାଲି ଚାଲାଣ ରୋକିବାକୁ ଆଗାମୀ ଦିନରେ ମଧ୍ୟ ପୋଲିସ ପକ୍ଷରୁ ଉଦ୍ୟମ ଜାରି ରହିବ ବୋଲି ଜଣାପଡିଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.