ପ୍ରମୂଖ ଖବର
  • ମାଲକାନଗିରି ଜିଲ୍ଲାରେ ଭିଷଣ ବର୍ଷା, ନଦୀରେ ବନ୍ୟା ଜଳ ଯୋଗୁଁ ଯୋଗାଯୋଗ ବିଛିନ୍ନ
  • ||
  • ବୌଦ୍ଧ : ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀର ଗଳା କାଟି ହତ୍ୟା କଲା ନୃଶଂସ ସ୍ବାମୀ
  • ||
  • ଖଣ୍ଡପଡ଼ା : ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ମରଣାନ୍ତକ ଆକ୍ରମଣ, ଯୁବକ ଗୁରୁତର
  • ||
  • ଭୁବନେଶ୍ବର : ପଡୋଶୀଙ୍କୁ ବନ୍ଧୁକ ଦେଖାଇଲେ ଯୁବକ, ଅଭିଯୁକ୍ତ ଗିରଫ
  • ||
  • ଚିତ୍ରକୋଣ୍ଡା : ମାଟି ଅତଡ଼ା ଧସି ରାସ୍ତା ଅବରୋଧ, ଯାତାୟତ ଠପ୍‌
  • ||
  • ସୋର : ଆଇନଜୀବୀଙ୍କ ଘରୁ ଚୋରି, ଲକ୍ଷାଧିକ ଟଙ୍କାର ସୁନା ଗହଣା ଓ ନଗଦ ୨୦ ହଜାର ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ
  • ||
  • ଢେଙ୍କାନାଳ: ଅସହାୟ ଯୁବତୀଙ୍କୁ ମାସାଧିକକାଳ ଗଣଦୁଷ୍କର୍ମ ଘଟଣା: ୪ ଅଭିଯୁକ୍ତଙ୍କୁ ଉଠାଇ ଆଣିଲା ପୁଲିସ, ୨ ଫେରାର୍
  • ||
  • ଭଦ୍ରକ: ବାଇକ୍‌କୁ ଧକ୍କା ଦେଲା ଟ୍ରକ୍, ଦୁର୍ଘଟଣାସ୍ଥଳରେ ଚାଲିଗଲା ଦୁଇ ଜୀବନ
  • ||
  • ବାଲେଶ୍ୱର : ଖଡ଼ୁପାହି ବେଳାଭୂମିରୁ ମିଳିଲା ଅଜଣା ମହିଳାଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • କେନ୍ଦ୍ରାପଡ଼ା ୨୨ ଗାଁରେ କୁକୁଡ଼ା ମରା ଅଭିଯାନ: ପୋତାଗଲା ୪ ହଜାର କୁକୁଡ଼, ଚିକେନ୍‌-ଅଣ୍ଡା ବିକ୍ରି ଉପରେ କଟକଣା
  • ||
  • ନବରଙ୍ଗପୁର : ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଚାଲିଗଲା ଯୁବକଙ୍କ ଜୀବନ, ମୃତ୍ୟୁସଂଖ୍ୟା ୩କୁ ବୃଦ୍ଧି
  • ||
  • କୋରାପୁଟ : ଜଲାପୁଟ ଡ୍ୟାମ୍‌ର ଖୋଲିଲା ୬ଟି ଗେଟ୍‌, ସ୍ପିଲ୍‌ ୱେ ଡ୍ୟାମ୍‌ ଏବଂ ମୁଖ୍ୟ ଡ୍ୟାମ୍‌ ଦେଇ ୨୩,୦୦୦ କ୍ୟୁସେକ ଜଳ ନିଷ୍କାସିତ
  • ||
  • ଭୁବନେଶ୍ୱର: କେଶରୀ ଏନକ୍ଲେଭରେ ବୋମାମାଡ଼, ପାର୍ବଣ ସମୟରେ ପୁଲିସକୁ ଚ୍ୟାଲେଞ୍ଜ
  • ||
  • ବଙ୍ଗୋପସାଗରରେ ଗଭୀର ଅବପାତ: ଉପକୂଳକୁ ଭୀଷଣ, ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କତା ଜାରି କଲେ SRC
  • ||
  • ବୌଦ୍ଧ : ସାପ କାମୁଡ଼ାରେ ତିନି ନାବାଳିକା ଝିଅଙ୍କ ମୃତ୍ୟୁ, ବାପା ଗୁରୁତର
  • ||

ପୂର୍ବର ସମସ୍ତ ବେଆଇନ କାରବାରକୁ ମୂଳପୋଛ କରାଯିବ: ଅବକାରୀ ମନ୍ତ୍ରୀ

ଭୁବନେଶ୍ୱର,୦୩/୦୯: ବେଆଇନ ମଦ କାରବାର ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ଅଗଷ୍ଟ ମାସ ୨୦ ତାରିଖରୁ ଆରମ୍ଭ ହୋଇଥିବା ଚଢ଼ାଉ ଅଭିଯାନ ଆଜି ବି ଜାରି ରହିଛି I ଦୀର୍ଘ ୧୫ ଦିନ ଧରି ଚାଲିଥିବା ଏହି ଚଢ଼ାଉ ସମଗ୍ର ରାଜ୍ୟରେ ଦୀର୍ଘତମ ତଥା ସର୍ବବୃହତ ଚଢ଼ାଉ ଅଭିଯାନ ବୋଲି ବିବେଚନା କରାଯାଉଛି I

      ରାଜ୍ୟସରକାରଙ୍କ କଡା ଆଭିମୁଖ୍ୟ ସ୍ଵରୂପ ପୂର୍ବରୁ ରହି ଆସିଥିବା ଏହି ବେଆଇନ ମଦ ଭାଟି ଓ ବିକ୍ରୟ କେନ୍ଦ୍ର ଗୁଡିକୁ ଅବକାରୀ ବିଭାଗର ବିଭିନ୍ନ ଟିମ ପକ୍ଷରୁ ଖୋଜି ବାହାର କରିବା ସହିତ ସମ୍ପୂର୍ଣ୍ଣ ରୂପେ ଭଙ୍ଗା ଯାଉଛି I ଏହି କ୍ରମରେ ସମଗ୍ର ରାଜ୍ୟର ୧୪୪୩ଟି ବେଆଇନ ମଦ ଭାଟିକୁ ଭାଙ୍ଗି ନଷ୍ଟ କରାଯିବା ସହ ପାଖାପାଖି ୧୦ ଟିରୁ ଉର୍ଦ୍ଧ ଭାଟିକୁ ବୁଲଡୋଜର ଯୋଗେ ସମ୍ପୂର୍ଣ୍ଣ ରୂପେ ଧୂଳିସାତ କରାଯାଇଛି I ଏଥିମଧ୍ୟରୁ କେବଳ ରାଜଧାନୀର ୫୧ ଟି ବେଆଇନ ମଦ ଭାଟିକୁ ନଷ୍ଟ କରାଯାଇଛି I

      ଅବକାରୀ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଆଜି ସୁଦ୍ଧା ବେଆଇନ ମଦ କାରବାର ନେଇ ୩୬୧୮ ଟି ମାମଲା ରୁଜୁ ହେବା ସହିତ ୧୫୧୯ ସ୍ଥାନରେ ଚଢ଼ାଉ କରାଯାଇ  ୧୯୫୭ ଜଣକୁ ଗିରଫ କରାଯାଇଛି I ଏହି କ୍ରମରେ ୧ ଲକ୍ଷ ୮୩ ହଜାର ୬୬୯ ଲିଟର ବେଆଇନ ମଦ ଏବଂ ୧୭ ଲକ୍ଷ ୨୬ ହଜାର ୫୦୯ କେଜି ପ୍ରସ୍ତୁତି ସାମଗ୍ରୀ ଜବତ ହୋଇଛି I ଏଥି ସହ ବେଆଇନ କାର୍ଯ୍ୟରେ ବ୍ୟବହୃତ ୧୮୩ ଟି ଗାଡିକୁ ମଧ୍ୟ ଅବକାରୀ ବିଭାଗ ପକ୍ଷରୁ ଜବତ ହୋଇଛି I 

   ଏହି ଚଢ଼ାଉ କାର୍ଯ୍ୟକ୍ରମ ସମ୍ପର୍କରେ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ  ପୃଥ୍ୱୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖି କହିଛନ୍ତି ଯେ ପୂର୍ବରୁ ଚାଲି ଆସିଥିବା ଏହି ସମସ୍ତ ବେଆଇନ କାରବାର ଉପରେ ରାଜ୍ୟ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିବେ I ଆଗକୁ ଏହି ଭଳି ଅଭିଯାନକୁ ଆହୁରି ଜୋରଦାର କରାଯିବ ଏବଂ ସମସ୍ତ ବେଆଇନ କାରବାର ଉପରେ ରୋକ ଲଗାଯିବ I

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.