ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ଭୁବନେଶ୍ୱର ପାଇଁ ୧୫ ଅତିରିକ୍ତ ବୁଥ୍‌, ଖୋର୍ଦ୍ଧା ପାଇଁ ଗୋଟିଏ ମତଦାନ କେନ୍ଦ୍ର ବଢ଼ିଲା

ଭୁବନେଶ୍ୱର, ୧୪।୪: ଖୋର୍ଦ୍ଧା ଜିଲ୍ଲାରେ ୧୬ଟି ଅତିରିକ୍ତ ମତଦାନ କେନ୍ଦ୍ର ସୃଷ୍ଟି ହୋଇଛି  । ମଧ୍ୟ ଭୁବନେଶ୍ୱରରେ ଗୋଟିଏ, ଉତ୍ତରରେ ୫ଟି, ଏକାମ୍ର ୯ଟି ଏବଂ ଖୋର୍ଦ୍ଧା ବିଧାନସଭା ଅଧୀନରେ ଗୋଟିଏ ଅତିରିକ୍ତ ମତଦାନ କେନ୍ଦ୍ର ସୃଷ୍ଟି ହୋଇଛି । ଏହି ୪ଟି ବିଧାନସଭା କ୍ଷେତ୍ରରେ ମୋଟି ୯୩୨ଟି ମତଦାନ କେନ୍ଦ୍ର ଥିଲା । ଆଉ ୧୬ଟି ଅତିରିକ୍ତ ବୁଥ୍‌ ବୃଦ୍ଧି ହେବା ଦ୍ୱାରା ମୋଟ ବୁଥ୍‌ ସଂଖ୍ୟା ୯୪୮ରେ ପହଞ୍ଚିଛି  । ସହରାଞ୍ଚଳରେ ୧୬ଶହରୁ ଅଧିକ ମତଦାତା ଏବଂ ଗ୍ରାମାଞ୍ଚଳରେ ୧୫ ଶହରୁ ଅଧିକ ଭୋଟର ଥିବା ପୂର୍ବ ମତଦାନ କେନ୍ଦ୍ରରୁ ପୃଥକ କରି ଏହି ଅତିରିକ୍ତ ମତଦାନ କେନ୍ଦ୍ର ସୃଷ୍ଟି କରାଯାଇଛି । ଏ ସଂକ୍ରାନ୍ତରେ ବିଭିନ୍ନ ରାଜନୈତିକ ଦଳ ଏବଂ ଅଂଶୀଦାରମାନଙ୍କ ସହ ହୋଇଥିବା ବିଚାରବିମର୍ଶକୁ ଆଧାର କରି ପଠାଯାଇଥିବା ପ୍ରସ୍ତାବକୁ ନିର୍ବାଚନ କମିଶନ ଅନୁମୋଦନ କରିବା ପରେ ଏହି ୧୬ଟି ଅତିରିକ୍ତ ମତଦାନ କେନ୍ଦ୍ର ସୃଷ୍ଟି ହୋଇଛି । 

ଏହି ମତଦାନ କେନ୍ଦ୍ରଗୁଡ଼ିକ ସଂପୃକ୍ତ ମୂଳ ମତଦାନ ଥିବା କ୍ୟାମ୍ପସ୍‌ ମଧ୍ୟରେ ହିଁ ରହିବ । ଭୁବନେଶ୍ୱର ମଧ୍ୟ ବିଧାନସଭା ଅନ୍ତର୍ଗତ ଝାରପଡ଼ା ସରକାରୀ ପ୍ରାଥମିକ ବିଦ୍ୟାଳୟ, ଉତ୍ତର ଭୁବନେଶ୍ୱରରେ କଳାରାହାଙ୍ଗ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ପଟିଆ ସରକାରୀ ପ୍ରାଥମିକ ବିଦ୍ୟାଳୟ, ଶୈଳଶ୍ରୀବିହାର ମହର୍ଷି ମହିଳା ମହାବିଦ୍ୟାଳୟ, ଜନତାନଗର, ସାଲିଆସାହି, ସରକାରୀ ପ୍ରାଥମିକ ବିଦ୍ୟାଳୟ, ସରକାରୀ ଉଚ୍ଚ ବିଦ୍ୟାଳୟ, ପଳାଶୁଣି, ଏକାମ୍ରର ଘାଟିକିଆ ଉଚ୍ଚବିଦ୍ୟାଳୟ, ଖଣ୍ଡଗିରି ସରକାରୀ ଉଚ୍ଚ ବିଦ୍ୟାଳୟ, ଡୁମୁଡୁମା ଗ୍ରାମ ସରକାରୀ ଉଚ୍ଚ ବିଦ୍ୟାଳୟ, ଯଦୁପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ବିଏମ୍‌ ସରକାରୀ ଉଚ୍ଚ ବିଦ୍ୟାଳୟ, ପୁରୁଣା ଭୁବନେଶ୍ୱର ସେଣ୍ଟ ଜାଭିୟର ହାଇସ୍କୁଲ, ଖୋର୍ଦ୍ଧା ବିଧାନସଭା କ୍ଷେତ୍ର ଅନ୍ତର୍ଗତ ଗଡ଼ ଖୋର୍ଦ୍ଧା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅତିରିକ୍ତ ବୁଥ୍‌ ଖୋଲିଯିବା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.