ପ୍ରମୂଖ ଖବର
  • ଶ୍ରୀମନ୍ଦିରରେ ପୂଜା ହେଲା ଆଇପିଏଲ୍‌ ଟ୍ରଫି, ବିଜୟୀ ହେବାକୁ 'କୋଲକତା ନାଇଟ୍ ରାଇଡର୍ସ'ର ପ୍ରାର୍ଥନା
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବଡ଼ ମହାସ୍ନାନ, ବେହେରଣ ଦ୍ୱାର ନିକଟରେ ପଡିଥିଲା ରକ୍ତ ଛିଟା
  • ||
  • ବାଲେଶ୍ୱର : ଘରେ ପଶି ଅଙ୍ଗନବାଡ଼ି କର୍ମୀଙ୍କୁ ହାଣିଲେ ଦୁର୍ବୃତ୍ତ, ପୋଲିସର ତଦନ୍ତ ଆରମ୍ଭ
  • ||
  • ନୂଆଦିଲ୍ଲୀ ରେଳଷ୍ଟେସନ ଦଳାଚକଟା ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଅଶ୍ୱିନୀ
  • ||
  • ନୂଆଦିଲ୍ଲୀ ରେଳଷ୍ଟେସନ ଦଳାଚକଟା ଘଟଣା, ମୃତ୍ୟୁ ସଂଖ୍ୟା ୧୮କୁ ବୃଦ୍ଧି, ଶୋକବ୍ୟକ୍ତ କଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ
  • ||
  • ଓଡ଼ିଶା ଅର୍ଥନୈତିକ ସର୍ଭେ ରିପୋର୍ଟ: ଚଳିତ ବର୍ଷ ଅଭିବୃଦ୍ଧି ୭.୨%କୁ ହ୍ରାସ, ଆଗାମୀ ବର୍ଷ ୮.୫% ହାରରେ ବଢ଼ିବ
  • ||
  • କଟକ : ଷ୍ଟ୍ରିଟ୍‌ ଲାଇଟ୍‌ ଖୁଣ୍ଟରୁ ଯୁବକଙ୍କୁ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଗରମରୁ ମିଳିବ ସାମାନ୍ୟ ଆଶ୍ୱସ୍ତି: ଆସନ୍ତା ୧୯ରୁ ୨୧ ଯାଏ ବର୍ଷା ସମ୍ଭାବନା, ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି
  • ||

ପରିପୁରକ ପୁଷ୍ଟି କାର୍ଯ୍ୟକ୍ରମରେ ଶସ୍ୟ ପରିବହନ ଖର୍ଚ୍ଚ ବୃଦ୍ଧି

Published By : Prameya | January 21, 2025 10:56 PM

ଭୁବନେଶ୍ୱର,୨୧।୧ :  ପରିପୁରକ ପୁଷ୍ଟି କାର୍ଯ୍ୟକ୍ରମରେ (Supplementary Nutrition Programme) ଚାଉଳ ଓ ଗହମ ପରି ଶସ୍ୟ ପରିବହନ ପାଇଁ ରାଜ୍ୟ ସରକାର କ୍ୱିଣ୍ଟାଲ ପିଚ୍ଛା  ସର୍ବାଧିକ ମୂଲ୍ୟ ୭୫ ଟଙ୍କାରୁ ୧୫୦ ଟଙ୍କାକୁ ବୃଦ୍ଧି କରିଛନ୍ତି। ଏ ସଂପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନୁମୋଦନ ଦେଇଛନ୍ତି। 

ସୂଚନାଯୋଗ୍ୟ ଯେ ପରିପୁରକ ପୁଷ୍ଟି କାର୍ଯ୍ୟକ୍ରମରେ ଗରମ ରନ୍ଧା ଖାଦ୍ୟ (Hot Cooked Meal) ପାଇଁ ଅଙ୍ଗନବାଡି କେନ୍ଦ୍ର ମାନଙ୍କୁ ଚାଉଳ ଯୋଗାଇ ଦିଆଯାଏ। ଏହାସହିତ ଘରକୁ ରେସନ  ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ମାନଙ୍କୁ ଗହମ ପ୍ରଦାନ କରାଯାଇଥାଏ । ଏହି ଚାଉଳ ଓ ଗହମ ପରିବହନ କରିବା ପାଇଁ ପରିବହନ ଏଜେଣ୍ଟ ମାନଙ୍କୁ ନିୟୋଜିତ କରାଯାଇଥାଏ । ୨୦୧୧ ମସିହା ପର ଠାରୁ ଏହି ମୂଲ୍ୟରେ ଆଉ ବୃଦ୍ଧି କରାଯାଇ ନ ଥିଲା । ତେଣୁ ବଢୁଥିବା ଇନ୍ଧନ ଖର୍ଚ୍ଚ ଓ ଅନ୍ୟାନ୍ୟ ଦରଦାମ୍ ବୃଦ୍ଧିକୁ ଦୃଷ୍ଟିରେ ରଖି ପରିବହନ ମୂଲ୍ୟରେ ବୃଦ୍ଧି କରାଯାଇଛି ।

ଏହି ବର୍ଦ୍ଧିତ ମୂଲ୍ୟ ବର୍ତ୍ତମାନ ନିୟୋଜିତ ଥିବା ପରିବହନ ଏଜେଣ୍ଟ ମାନେ ଦାବୀ କରିପାରିବେ ନାହିଁ । କେବଳ ନୂତନ ଭାବେ ନିୟୋଜିତ ହେବାକୁ ଥିବା ଏଜେଣ୍ଟ ମାନଙ୍କ ପାଇଁ ଏହା ଲାଗୁ ହେବ ।

ପରିବହନ ପାଇଁ ଯେଉଁ ନୂଆ ଏଜେଣ୍ଟ ମାନଙ୍କୁ ନିୟୋଜିତ କରାଯିବ, ଟେଣ୍ଡର ପ୍ରକ୍ରିୟା ଜରିଆରେ ଏହାର ପ୍ରକୃତ ମୂଲ୍ୟ ନିର୍ଦ୍ଧାରଣ କରାଯିବ ।   ପରିବହନର ମୂଲ୍ୟ କ୍ୱିଣ୍ଟାଲ ପିଚ୍ଛା ୧୫୦ ଟଙ୍କାରୁ ଅଧିକ ହୋଇପାରିବ ନାହିଁ  ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.