ଭୁବନେଶ୍ୱର, ୦୭/୧୧: ରାଷ୍ଟ୍ରୀୟ ଗୀତ ବନ୍ଦେ ମାତରମ୍ର ୧୫୦ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେ Xରେ ଲେଖିଛନ୍ତି, ଆଜିର ଏହି ଐତିହାସିକ ଦିନଟି, ଆମ ପାଇଁ ଏକ ମହାସଙ୍କଳ୍ପର କ୍ଷଣ। ଯେଉଁ ଚିରନ୍ତନ ବାଣୀ “ବନ୍ଦେ ମାତରମ୍” ଭାରତକୁ ଏକ ଅଖଣ୍ଡ ଶକ୍ତି ଭାବରେ ଦେଖିବାର ସ୍ୱପ୍ନ ସଞ୍ଚାର କରିଥିଲା, ଆଜି ତା'ର ୧୫୦ ବର୍ଷ ପୂର୍ତ୍ତି। ଏହା କେବଳ ମାତ୍ର ଏକ ଐତିହାସିକ ଦିନଟିଏ ନୁହେଁ; ଏହା ହେଉଛି ଆମ ପୂର୍ବପୁରୁଷମାନଙ୍କର ବଳିଦାନ ଏବଂ ତ୍ୟାଗରୁ ଜନ୍ମ ନେଇଥିବା ଏକ ଜାତୀୟ ସଙ୍କଳ୍ପକୁ ମନେପକାଇବାର ଦିନ। ଋଷି ବଙ୍କିମ ଚନ୍ଦ୍ରଙ୍କ ଲେଖନୀରୁ ସୃଷ୍ଟି ହୋଇ, ଗୁରୁ ରବୀନ୍ଦ୍ରନାଥ ଟାଗୋରଙ୍କ କଣ୍ଠରେ ଶକ୍ତି ପାଇଥିବା ଏହି ଗୀତ ଆମ ସ୍ୱାଧୀନତା ସଂଗ୍ରାମୀମାନଙ୍କ ପାଇଁ ମୃତ୍ୟୁଞ୍ଜୟ ମନ୍ତ୍ର ଥିଲା। ରାଷ୍ଟ୍ରପ୍ରେମର ଏହି ମହାମନ୍ତ୍ର ସ୍ୱାଧୀନତା ସଂଗ୍ରାମର ଶହ ଶହ କ୍ରାନ୍ତିକାରୀଙ୍କୁ ଫାଶୀ ଖୁଣ୍ଟରେ ବିଜୟର ସ୍ମିତହାସ୍ୟ ଦେଇଥିଲା। ଯେତେବେଳେ ଇଂରେଜ ସରକାର ଏହାକୁ ନିଷିଦ୍ଧ କରିବାକୁ ଚେଷ୍ଟା କଲେ, ସେତେବେଳେ ତାହାର ପ୍ରତିଟି ଧାଡ଼ି ଭାରତୀୟମାନଙ୍କ ପାଇଁ ବଜ୍ରଶପଥ ପାଲଟିଥିଲା।
ଆଜିର ଏହି ଐତିହାସିକ ଦିନଟି, ଆମ ପାଇଁ ଏକ ମହାସଙ୍କଳ୍ପର କ୍ଷଣ। ଯେଉଁ ଚିରନ୍ତନ ବାଣୀ “ବନ୍ଦେ ମାତରମ୍” ଭାରତକୁ ଏକ ଅଖଣ୍ଡ ଶକ୍ତି ଭାବରେ ଦେଖିବାର ସ୍ୱପ୍ନ ସଞ୍ଚାର କରିଥିଲା, ଆଜି ତା'ର ୧୫୦ ବର୍ଷ ପୂର୍ତ୍ତି। ଏହା କେବଳ ମାତ୍ର ଏକ ଐତିହାସିକ ଦିନଟିଏ ନୁହେଁ; ଏହା ହେଉଛି ଆମ ପୂର୍ବପୁରୁଷମାନଙ୍କର ବଳିଦାନ ଏବଂ ତ୍ୟାଗରୁ ଜନ୍ମ ନେଇଥିବା… pic.twitter.com/hDHh3epAbl
— Mohan Charan Majhi (@MohanMOdisha) November 7, 2025
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ୱାନକ୍ରମେ , ଆସନ୍ତୁ ଆଜି ଏହି ମହାନ ଗୀତର ଅମୃତ କାହାଣୀକୁ ସ୍ମରଣ କରି, ଆମେ ସମସ୍ତେ ମାତୃଭୂମିର ସାର୍ବଭୌମତ୍ୱ ଓ ଏକତା ପାଇଁ ପୁନର୍ବାର ଆମର ଜୀବନ ସମର୍ପିତ କରିବାର ଶପଥ ନେବା। ବନ୍ଦେ ମାତରମ୍! ଭାରତ ମାତା କି ଜୟ! ଜୟ ହିନ୍ଦ!