ପ୍ରମୂଖ ଖବର
  • ରାଜ୍ୟରେ ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ତୀର୍ଥଯାତ୍ରାରେ ଗଲେ ୧୫୧ ଜଣ ବରିଷ୍ଠ ନାଗରିକ

ପୁରୀ ୭/୨ : ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ ପୁରୀ ଜିଲ୍ଲାରୁ ଆଜି ୧୫୧ ଜଣ ବରିଷ୍ଠ ନାଗରିକଙ୍କୁ ତୀର୍ଥଯାତ୍ରାରେ ଯାଇଛନ୍ତି।ଏହି ବରିଷ୍ଠ ନାଗରିକ ମାନେ ତିରୁପତି ଭେଲୋର   ପରିଭ୍ରମଣ କରିବା ସହ ଚଳିତ ମାସ ୧୩ ତାରିଖରେ ଆସିବାର କାର୍ଯ୍ୟକ୍ରମ ରହିଛି।

ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ପ୍ରଦୀପ କୁମାର ସାହୁ,ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ କୈଳାସ ଚନ୍ଦ୍ର ନାୟକ,ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ଡଃ ଶରତ ଚନ୍ଦ୍ର ମହାପାତ୍ର,  ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଦେବାଶୀଷ ପଟ୍ଟନାୟକ, ପର୍ଯ୍ୟଟନ ସହକାରୀ ନିର୍ଦ୍ଦେଶକ ସରୋଜ କାନ୍ତ ପ୍ରଧାନ,ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ , ଆରଟିଓ ରବିନ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ରହି ତୀର୍ଥଯାତ୍ରୀ ମାନଙ୍କୁ ପୁଷ୍ପ ଗୁଛ ଦେଇ ଯାତ୍ରାର ଶୁଭ କାମନା କରିଥିଲେ।ଅନ୍ୟ ମାନଙ୍କ ମଧ୍ୟରେ ରେଡକ୍ରସ ସଦସ୍ୟ ଜୟନ୍ତୀ ମହାପାତ୍ର, ମଧୁମିତା ମହାପାତ୍ର ପ୍ରମୁଖ ଯୋଗ ଦେଇ ତୀର୍ଥଯାତ୍ରୀ ଙ୍କୁ ସହାୟତା କରିଥିଲେ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.