ପ୍ରମୂଖ ଖବର
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

୧୫୨ ଲିଟର ବିଦେଶୀ ମଦ ଜବତ, ୨ ଗିରଫ

Published By : Harapriya Sethi | October 11, 2024 10:25 AM

ବ୍ରହ୍ମପୁର ,୧୧/୧୦: ବିଦେଶୀ ମଦ ଚାଲାଣ ଗାଡିକୁ ଧରିଲା ଦିଗପହଣ୍ଡି ପୋଲିସ । ଜବତ ହେଲା ୧୫୨ ଲିଟର ବିଦେଶୀ ମଦ । ଏହି ଘଟଣାର ସମ୍ପୃକ୍ତ ଥିବା ୨ ଜଣ ବେପାରୀଙ୍କୁ ଗିରଫ କରିଛି ପୋଲିସ । ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ଅଞ୍ଚଳରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ଦିଗପହଣ୍ଡି ପୋଲିସ ରାସ୍ତାରେ ଯାତାୟାତ କରୁଥିବା ଗାଡି ଗୁଡ଼ିକୁ ଯାଞ୍ଚ କରୁଥିଲା । ଏହି ସମୟରେ ଏକ ଗାଡ଼ି ଉପରେ ପୋଲିସର ସନ୍ଦେହ ହୋଇଥିଲା । ସନ୍ଦେହ ହେବାରୁ ପୋଲିସ ଉକ୍ତ ଗାଡ଼ିକୁ ଅଟକାଇ ଯାଞ୍ଚ କରିଥିଲା ।  ଯାଞ୍ଚ କରିବା ବେଳେ ଉକ୍ତ ଗାଡ଼ିରୁ ୧୫୨ ଲିଟର ବିଦେଶୀ ମଦ ଜବତ କରିଲା ପୋଲିସ । ଏହା ସହ ଏଥିରେ ସମ୍ପୃକ୍ତ ଥିବା ୨ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ପୋଲିସ ଗିରଫ କରିଛି । ଏହା ସହ ଘଟଣାର ତଦନ୍ତ ଚଳାଇଛି ଦିଗପହଣ୍ଡି ପୋଲିସ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.