ପ୍ରମୂଖ ଖବର
  • ରୁଷକୁ ଟ୍ରମ୍ପଙ୍କ ଅଲ୍ଟିମେଟମ୍, ୫୦ ଦିନ ମଧ୍ୟରେ ଯୁଦ୍ଧ ବନ୍ଦ ନକଲେ ଲଗାଇବେ ଶତ ପ୍ରତିଶତ ଶୁଳ୍କ
  • ||
  • ଛୋଟ ଛୋଟ କଥାରେ ବିବାଦ ଯୋଗୁଁ ବିପଦରେ ପଡ଼ୁଛି ହିନ୍ଦୁ ବିବାହ, ଚିନ୍ତା ପ୍ରକାଶ କଲେ ବମ୍ବେ ହାଇକୋର୍ଟ
  • ||
  • ବାରଙ୍ଗ ବ୍ଲକ ଛକରେ ଆମ ବସ୍ ଧକ୍କାରେ ଯୁବକ ମୃତ, ଘଟଣାସ୍ଥଳରେ ଉତ୍ତେଜନା, ରାସ୍ତାରୋକ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା, ଏମ୍ସରେ ପୀଡିତାଙ୍କୁ ଭେଟିଲେ ରାଷ୍ଟ୍ରପତି
  • ||
  • ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଏଫଏମ କଲେଜ ଅଧ୍ୟକ୍ଷ ଗିରଫ
  • ||
  • ମାଲକାନଗିରି: ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ୩ ଗୁରୁତର, -ଜଙ୍ଗଲକୁ ଛତୁ ସଂଗ୍ରହ ପାଇଁ ଯାଇଥିବା ବେଳେ ଫୁଟିଲା ଲ୍ୟାଣ୍ଡମାଇନ୍‌
  • ||
  • କେନ୍ଦୁଝର : ଲଗାଣ ବର୍ଷାରେ ଅସ୍ତବ୍ୟସ୍ତ ତେଲକୋଇ, ପିଟାନାଳି ପୋଲ ଉପରେ ୩ ଫୁଟର ବନ୍ୟା ଜଳ ପ୍ରବାହିତ
  • ||
  • ଭୁବନେଶ୍ୱର : ମୃତ୍ୟୁ ସହ ସଂଘର୍ଷ କରୁଛି ଝିଅ, ସୁସ୍ଥ ହେବା ପାଇଁ ପ୍ରାର୍ଥନା କରନ୍ତୁ କହିଲେ ଏଫଏମ୍ କଲେଜ ପୀଡ଼ିତାଙ୍କ ବାପା
  • ||
  • ଗଞ୍ଜାମ : ମନ୍ଦିର ଗେଟ୍‌ରେ ପିଟିହେଲା ବାଇକ୍‌, ୨ ମୃତ
  • ||
  • ମହାମହିମଙ୍କ ଗସ୍ତ ପାଇଁ କମିଶନରେଟ୍‌ ପୁଲିସ ପକ୍ଷରୁ ଟ୍ରାଫିକ୍ କଟକଣା, ସହର ଭିତରକୁ ୨ ଦିନ ପାଇଁ ଭାରୀଯାନ ମନା
  • ||
  • ପାରାଦ୍ଵୀପର ପରିବା ମାର୍କେଟ୍‌ରେ ଅଗ୍ନିକାଣ୍ଡ, ୬ରୁ ଉର୍ଦ୍ଧ୍ଵ ଦୋକାନ ପୋଡ଼ି ପାଉଁଶ
  • ||
  • ଏଫଏମ୍‌ କଲେଜରେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା, ଆଜି ବାଲେଶ୍ୱର ଗସ୍ତ କରିବ ପିସିସି ଅନୁଧ୍ୟାନ କମିଟି
  • ||
  • ଶ୍ରାବଣ ସୋମବାର ଉପଲକ୍ଷେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା, ବାଲିରେ ଝଲସିଲେ ଦେବ ଦେବ ମହାଦେବ
  • ||
  • ଭେଣ୍ଟିଲେଟରରେ ମୃତ୍ୟୁ ସହ ଲଢୁଛନ୍ତି FM କଲେଜ ଛାତ୍ରୀ, ଭର୍ଚୁଆଲରେ ଦିଲ୍ଲୀ ଏମ୍ସର ପରାମର୍ଶରେ ଚାଲିଛି ଡାୟାଲିସିସ୍‌
  • ||
  • ଡେଲାଙ୍ଗରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିକେନ୍ ପ୍ରେମୀଙ୍କ ମନରେ ଛନକା, ଦୁଇ ଦିନରେ ମରାଗଲାଣି ୬,୭୩୧ କୁକୁଡ଼ା
  • ||
  • ମହାକାଶରୁ ଶୁଭାଂଶୁଙ୍କ ମେସେଜ୍, କହିଲେ ସାରେ ଜହାଁ ସେ ଅଛା, ହିନ୍ଦୁସ୍ତାନ ହମାରା, ଆଜି ମହାକାଶରୁ ପୃଥିବୀ ଅଭିମୁଖେ ଯାତ୍ରା
  • ||
  • ଲଣ୍ଡନ ସାଉଥ୍‌ଏଣ୍ଡ୍ ଏୟାରପୋର୍ଟରେ ବିମାନ ଦୁର୍ଘଟଣା, ଉଡ଼ାଣର କିଛି ସମୟ ଭିତରେ ଜଳିଗଲା ବିଚ୍‌କ୍ରାଫ୍ B200 ସୁପରକିଙ୍ଗ୍
  • ||
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ଏମ୍‌ସ, ରେଭେନ୍ସା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଦେବେ ଯୋଗ
  • ||
  • ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପ ସକ୍ରିୟ: ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ଶ୍ରାବଣ ମାସର ପ୍ରଥମ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ସୁଭଦ୍ରା ଯୋଜନାରେ ଆବେଦନ କରିଛନ୍ତି ୧୫୭ ପୁରୁଷ, ଆଧାର କାର୍ଡ ଲିଙ୍କ୍ ବ୍ୟାଙ୍କ୍ ଡାଟାରୁ ଖୁଲାସା

Published By : Rasmita Pradhan | January 22, 2025 10:30 AM

ଭୁବନେଶ୍ଵର, ୨୨/୦୧ : ସୁଭଦ୍ରା ଯୋଜନାରେ ଆସିଲା ସାଙ୍ଘାତିକ ତଥ୍ୟ। ମହିଳାଙ୍କ ପାଇଁ ହୋଇଥିବା ଯୋଜନାରେ ଆବେଦନ କରିଛନ୍ତି ପୁରୁଷ। ସର୍ଟିଙ୍ଗ୍ ବେଳେ ଜଣାପଡିଲା ସତ। ରାଜ୍ୟରେ ୧୫୭ ଜଣ ପୁରୁଷ ସୁଭଦ୍ରାରେ ଆବେଦନ କରିଛନ୍ତି। ଆଧାର କାର୍ଡର ବ୍ୟାଙ୍କ୍ ଲିଙ୍କ୍ ଡାଟା ଆସିବା ପରେ ଏହା ଜଣାପଡ଼ିଛି। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଭୁଲବଶତଃ ସେମାନେ ଆବେଦନ କରିଥାଇପାରନ୍ତି, ଯୋଜନାରେ ଆବେଦନ କରିଥିବା ସମସ୍ତ ପୁରୁଷଙ୍କୁ ବାଦ୍ ଦିଆଯାଇଛି। ମହିଳାଙ୍କୁ ସ୍ଵାବଲମ୍ଵୀ କରିବାକୁ ସୁଭଦ୍ରା ଯୋଜନାରେ ଆର୍ଥିକ ସହାୟତା ପ୍ରଦାନ କରୁଛନ୍ତି ରାଜ୍ୟ ସରକାର। ହେଲେ ଏହି ଯୋଜନାରେ ପୁରୁଷ ଆବେଦନ କରୁଥିବା ଖବର ଏବେ ଚର୍ଚ୍ଚାର ବିଷୟ ପାଲଟିଛି। 

ଉପମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି ଯେ, ରାଜ୍ୟ ବାହାରେ ରହୁଥିବା ଓଡ଼ିଆ ମହିଳାମାନେ ‘ସୁଭଦ୍ରା’ ଯୋଜନାରେ ସାମିଲ ହୋଇପାରିବେ। ସରକାରୀ ସହାୟତା ବି ପାଇବେ । ଏ ମହତ୍ତ୍ୱାକାଂକ୍ଷୀ ଯୋଜନା ସହ ସେମାନେ ବାହାରେ ରହି ବି ଯୋଡ଼ି ହୁଅନ୍ତୁ। ରାଜ୍ୟ ବାହାରରେ ରହୁଥିବା ମହିଳାମାନେ ଶୀଘ୍ର ଏଥିପାଇଁ ଆବେଦନ କରିବାକୁ ଉପମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି। ଗଞ୍ଜାମ, ମୟୁରଭଞ୍ଜ, ଦେବଗଡ଼, ଅନୁଗୁଳ, ସମ୍ବଲପୁର, ବଲାଙ୍ଗୀର, କୋରାପୁଟରେ ଅଧିକ ପେଣ୍ଡିଂ ଅଛନ୍ତି। ପ୍ରବାସୀ ମହିଳାମାନେ କାମ ପାଇଁ ବାହାରକୁ ଯାଇଛନ୍ତି। ସେମାନେ କମିତି ପାଇବେ ସେଥିପାଇଁ ଚେଷ୍ଟା ଚାଲିଛି ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

ଏହି ଖବରଟିକୁ ପଢନ୍ତୁ-ପ୍ରବାସୀ ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା, ଆବେଦନ କରିବାକୁ କହିଲେ ଉପମୁଖ୍ୟମନ୍ତ୍ରୀ

ସୂଚନାନୁଯାୟୀ, ଚତୁର୍ଥ ପର୍ଯ୍ୟାୟରେ ୨୦ ଲକ୍ଷରୁ ଅଧିକ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିବ । ଏ ପର୍ଯ୍ୟନ୍ତ ୩ଟି ପର୍ଯ୍ୟାୟରେ ପ୍ରାୟ ୮୦ ଲକ୍ଷରୁ ଅଧିକ ମହିଳାଙ୍କୁ ସୁଭଦ୍ରା ସହାୟତା ରାଶି ଦେଲେଣି ସରକାର । ଚତୁର୍ଥ ପର୍ଯ୍ୟାୟରେ ୨୦ ଲକ୍ଷରୁ ଅଧିକ ମହିଳାଙ୍କୁ ଯୋଜନାରେ ସାମିଲ କରି କୋଟିଏ ହିତାଧିକାରୀ ସାମିଲ କରିବାକୁ ଲକ୍ଷ୍ୟ ରଖିଛନ୍ତି ସରକାର । କିନ୍ତୁ ଆକାଉଣ୍ଟରେ ତାଳମେଳ ନ ରହିବା, କେୱାଇସି ଅପଡେଟ୍‌, ଅଜାଣତରେ ଅପ୍‌ଟ ଆଉଟ ଭଳି କାରଣ ପାଇଁ ବହୁ ହିତାଧିକାରୀଙ୍କୁ ସାମିଲ କରି ହେଉନି । ଏହାକୁ ଆଖିରେ ରଖି ମହିଳାଙ୍କୁ ଆଉ ଥରେ ସୁଯୋଗ ଦେବାକୁ ଡିସେମ୍ବର ପରିବର୍ତ୍ତେ ଜାନୁଆରୀ ଶେଷ ସପ୍ତାହରେ ଚତୁର୍ଥ ପର୍ଯ୍ୟାୟ ଟଙ୍କା ଦେବାକୁ ସରକାର ସ୍ଥିର କରିଛନ୍ତି ।




Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.