ପ୍ରମୂଖ ଖବର
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

୫ ବର୍ଷରେ ଚାକିରି ହରାଇଛନ୍ତି ୧୫୯ ଦୁର୍ନୀତିଖୋର୍, ବରଖାସ୍ତ ହୋଇଛନ୍ତି ୧୨୦ ଅଫିସର

Published By : Rasmita Pradhan | March 24, 2025 2:26 PM

ଭୁବନେଶ୍ଵର, ୨୪/୦୩ : ୫ ବର୍ଷରେ ଚାକିରି ହରାଇଛନ୍ତି ୧୫୯ ଦୁର୍ନୀତିଖୋର୍। ଦୁର୍ନୀତି ଏବଂ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାକିରି ହରାଇଛନ୍ତି ୧୫୯ ଜଣ ସରକାରୀ ଅଧିକାରୀ। ୧୨୦ ଜଣ ସରକାରୀ ଅଫିସର ଓ କର୍ମଚାରୀଙ୍କୁ କରାଯାଇଛି ଚାକିରିରୁ ବରଖାସ୍ତ। ୩୯ ଜଣଙ୍କୁ ଦିଆଯାଇଛି ବାଧ୍ୟତାମୂଳକ ଅବସର। ଜବତ ହୋଇଛି ୫୯ କୋଟି ୪୭ ଲକ୍ଷ ୮୪ ହଜାର ୯୮୧ ଟଙ୍କା। ବିଧାନସଭାରେ ଲିଖିତ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ସେହିପରି ଆଉ ଏକ ଲିଖିତ ପ୍ରଶ୍ନରେ ସରକାରଙ୍କ ପକ୍ଷରୁ କୁହାଯାଇଛି ଯେ, ୨୦୧୪ରୁ ଫେବୃଆରୀ ୨୦୨୫ ପର୍ଯ୍ୟନ୍ତ ଭିଜିଲାନ୍ସରେ ୩୬୨୩ ଦୁର୍ନୀତି ନିବାରଣ ମାମଲା ପଞ୍ଜିକରଣ ହୋଇଛି। ସେଥିମଧ୍ୟରୁ ୨୫୫୩ ମାମଲା ଫଇସଲା ହୋଇଛି। ୯୩୯ ଜଣ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ୧୦୫୩ଟି ମାମଲାରେ ଅଭିଯୁକ୍ତ ଦୋଷ ମୁକ୍ତ ହୋଇଛନ୍ତି। 

ଏହି ଖବରଟିକୁ ପଢନ୍ତୁ-ବିରୋଧୀଙ୍କ ହଟ୍ଟଗୋଳରେ ଧୋଇଗଲା ପ୍ରଶ୍ନକାଳ, ଚାଲିପାରିଲାନି ଗୃହ, ଅପରାହ୍ନ ୧୨ଟା ୯ ଯାଏଁ ମୁଲତବୀ


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.