ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ଭବାନୀପାଟଣାରେ ବିଜେପିକୁ ଝଟ୍‌କା, ବ୍ଲକ ଅଧ୍ୟକ୍ଷ, ଉପାଧ୍ୟକ୍ଷ, ୧୬ ସମିତିସଭ୍ୟ ବିଜେଡିରେ ସାମିଲ

ଭୁବନେଶ୍ୱର, ୨୬/୦୨ : ଭୋଟ ଆଗରୁ ଭବାନୀପାଟଣାରେ ବିଜେପିକୁ ବଡ଼ ଝଟ୍‌କା ଦେଇଛି ବିଜେଡି । କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ବ୍ଲକ ଅଧ୍ୟକ୍ଷ ପ୍ରଫୁଲ କୁମାର ସାହୁ, ଉପାଧ୍ୟକ୍ଷା ପୁଷ୍ପାଳି ସାହୁ ଓ ୧୬ ସମିତି ସଭ୍ୟଙ୍କ ସହ ଶତାଧିକ ବିଜେପି କର୍ମୀ ବିଜେଡିରେ ସାମିଲ ହୋଇଛନ୍ତି । ରବିବାର ଶଙ୍ଖଭବନରେ ସାଂସଦ ସସ୍ମିତ ପାତ୍ର, ବିଧାୟକ ତଥା କଳାହାଣ୍ଡି ପର୍ଯ୍ୟବେକ୍ଷକ ପ୍ରଣବ ବଳବନ୍ତରାୟ, କଳାହାଣ୍ଡି ଜିଲ୍ଲା ସଭାପତି ତଥା ପୂର୍ବତନ ମନ୍ତ୍ରୀ ପୁଷ୍ପେନ୍ଦ୍ର ସିଂହଦେଓ ଓ ମୁଖପାତ୍ର ପ୍ରିୟବ୍ରତ ମାଝୀଙ୍କ ଉପସ୍ଥିତିରେ ଏହି ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି । 

ବିଜେଡିରେ ସାମିଲ ହୋଇଥିବା ନେତାମାନେ କହିଛନ୍ତି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟକଳାପ ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ସେମାନେ ବିଜେଡିରେ ଯୋଗ ଦେଇଛନ୍ତି । ଆଗକୁ ଦଳ ଯାହା ଦାୟିତ୍ୱ ଦେବ, ତାହାକୁ ସୂଚାରୁ ରୂପେ ତୁଲାଇବେ । ଦଳରେ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ, ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଓ ସମସ୍ତ ନେତୃବୃନ୍ଦଙ୍କୁ ସେମାନେ କୃତଜ୍ଞତା ଜଣାଇଛନ୍ତି । ଏହି ମିଶ୍ରଣ ନିର୍ବାଚନମଣ୍ଡଳୀରେ ଦଳକୁ ଆହୁରି ମଜବୁତ କରିବ ବୋଲି ବିଜେଡି ନେତାମାନେ କହିଛନ୍ତି । ମିଶ୍ରଣ ପର୍ବରେ ଭବାନୀପାଟଣା ବ୍ଲକ ଅଧ୍ୟକ୍ଷ ପ୍ରଫୁଲ ସାହୁ, ଉପାଧ୍ୟକ୍ଷା ପୁଷ୍ପାଳି ସାହୁଙ୍କ ସହ ସମିତି ସଭ୍ୟ ସନ୍ତୋଷ ଦାଶ, ନଳିନୀ ମାଝୀ, ଗୀତା ସାହୁ, ଦାମ ଧରୁଆ, ତିଳୋତ୍ତମା ଜାଲ, ବଲବୀ ନାୟକ, ବିଦ୍ୟାଧର ହା, ସାଧବୀ ମାଝୀ, ଶୁକ୍ରୁ ମାଝୀ, ଜଗମୋହନ ମାଝୀ, ଗୋପାଳ ରଣା, ଟେକରାଜ ସାହୁ, ନୀଳେନ୍ଦ୍ରି ଝଙ୍କାର, ଜନନୀ ବେମଳ, ସୁମନ୍ତ ପାଢ଼ୀ, ପୂର୍ବତନ ସରପଞ୍ଚ ରବୀନ୍ଦ୍ର ନାଥ ସାହୁ, ଜଗଦୀଶ ଭୋଇ, ବେଲାସେନ ଜାନୀ, ମନୋଜ ଜାନ, ପରମେଶ୍ୱର ଝଙ୍କାର, ବିଶ୍ୱନାଥ ମାଝୀ, ଘାସୀ ମାଝୀ, ଦୟା ବେମଲ, ଜନନୀ ବେମଲଙ୍କ ସହ ଶତାଧିକ ବିଜେପି କର୍ମୀ ବିଜେଡିରେ ସାମିଲ ହୋଇଛନ୍ତି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.