ମେଷ : କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ, ଅପନିନ୍ଦା ମିଳିବ । ନିଜର ଲୋକମାନେ ଦୂରେଇ ଯିବେ ଏବଂ ପରିବାରରେ ଅଶାନ୍ତିର ବାତାବରଣ ସୃଷ୍ଟି ହେବ । ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ ଏବଂ ଧନକୁ ନେଇ ବିବାଦ ଦେଖାଦେଇପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଅଶ୍ୱିନୀ ମେଷ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୬, ଆରାଧନା : ପ୍ରଭୁ ସ୍କନ୍ଦ ।

ବୃଷ : ଅଷ୍ଟମ ଚନ୍ଦ୍ର, ସକାଳ ୯ଟା ୨୨ ମିନିଟ୍ ପରେ ବିଷ୍ଟିକରଣ ଓ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍, ଇଲେକ୍ଟ୍ରିକ୍ ଦ୍ରବ୍ୟ ବ୍ୟବହାର ଏବଂ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ସମସ୍ତ କର୍ମ ଆଜି ଆପଣଙ୍କ ପାଇଁ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : କଫି, ସଂଖ୍ୟା : ୨, ଆରାଧନା : ମା’ ଗାୟତ୍ରୀ ।

ମିଥୁନ : ସପ୍ତମ ଚନ୍ଦ୍ର, ଶୁକ୍ରବାର ଓ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ପୁତ୍ରକନ୍ୟା, ଭାତୃଭଗ୍ନିଙ୍କ ବୈବାହିକ କର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ବୈବାହିକ କର୍ମରେ ଯୋଗଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ସବୁଜ, ସଂଖ୍ୟା : ୪, ଆରାଧନା : ମା’ ଛିନ୍ନମସ୍ତା ।

କର୍କଟ : ଷଷ୍ଠ ଚନ୍ଦ୍ର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନସମ୍ପର୍କ ବୃଦ୍ଧି ପାଇବ ଏବଂ ହୃତଧନ ଫେରିପାଇବେ । ପୁରାତନ ରୋଗରୁ ଆରୋଗ୍ୟ ଲାଭ କରିବେ ଏବଂ ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ । ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ ଏବଂ ଋଣମୁକ୍ତ ହେବାର ସୁଯୋଗ ଜୁଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ଧଳା, ସଂଖ୍ୟା : ୫, ଆରାଧନା : ମା’ ସମଲେଶ୍ୱରୀ ।

ସିଂହ : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର, ଘାତ ନକ୍ଷତ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଇତର ଜନଠାରୁ ଅପମାନ ପାଇବେ । ସନ୍ତାନମାନଙ୍କ ଶିକ୍ଷା, ଦୀକ୍ଷା ଓ କର୍ମ ବିବାଦୀୟ ହେବ ଏବଂ ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ । ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ବୁଝାମଣାର ଅଭାବ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ବହୁବିଧ ସମସ୍ୟା ଦେଖାଦେବ । ଯେଉଁମାନଙ୍କର ମଘା ସିଂହ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୧୧, ଆରାଧନା : ମା’ ମାତଙ୍ଗୀ ।

କନ୍ୟା : ଚତୁର୍ଥ ଚନ୍ଦ୍ର, ଶୁକ୍ରବାର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ ଏବଂ ଧନର ସତ୍ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ ପ୍ରମୋଶନ ମିଳିପାରେ । ଯେଉଁମାନଙ୍କର ଉତ୍ତରା ଫାଲ୍ଗୁନୀ ଓ ଚିତ୍ରା କନ୍ୟା, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୮, ଆରାଧନା : ମା’ ଷୋଡ଼ଶୀ ।

ତୁଳା : ଘାତଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଭାଇଭଉଣୀଙ୍କ ସହ ବିବାଦ ଉଗ୍ରରୂପ ଧାରଣ କରିବ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ଗ୍ରହଣ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ମାଟିଆ, ସଂଖ୍ୟା : ୪, ଆରାଧନା : ମା’ କମଳା ।

ବିଛା : ଘାତବାର ଓ କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି ତଥା ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ । ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର କଲାବେଳେ ସତର୍କତା ଅବଲମ୍ବନ କରିବେ ଏବଂ ଯେକୌଣସି କର୍ମ କରିବା ପୂର୍ବରୁ ଭଲ ଭାବେ ଚିନ୍ତା କରି ଆରମ୍ଭ କରିବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା : ପ୍ରଭୁ ସ୍କନ୍ଦ ।

ଧନୁ : ଘାତବାର ଓ ଶ୍ରୀଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା, ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ ଓ ପଡ଼ୋଶୀଙ୍କ ସହ ସମ୍ପର୍କ ନିବିଡ଼ ହେବ । ଆମୋଦପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ପରିବାର ସହ କୌଣସି ବୈବାହିକ କର୍ମରେ ଯୋଗଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମବିଶ୍ୱାସ ଓ ଆତ୍ମତୃପ୍ତି ରହିବ । କର୍ମରେ ସଫଳତା, ସମ୍ମାନ ଓ ସହକର୍ମୀଙ୍କ ସାହାଯ୍ୟ, ସହଯୋଗ ପ୍ରାପ୍ତ ହେବ । ଯେଉଁମାନଙ୍କର ପୂର୍ବାଷାଢ଼ା ଓ ଉତ୍ତରାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ମା’ ତାରା ।

ମକର : ଦ୍ୱାଦଶ ଚନ୍ଦ୍ର, ଶୁକ୍ରବାର ଓ କେତୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ପୁରାତନକୁ ପରିତ୍ୟାଗ କରି ନୂତନକୁ ସ୍ୱାଗତ କରିବେ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ଅପବ୍ୟୟ, ଅପବାଦ, ଅପଯଶରୁ ସାମୟିକ ମୁକ୍ତି ମିଳିବ ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ଦୂରେଇ ଯିବ ଏବଂ ମନରେ ଦୃଢ଼ ଇଚ୍ଛାଶକ୍ତି ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ ଅଟକିଥିବା କାମକୁ ଆଜି ସଫଳତାର ସହ ସମ୍ପାଦନ କରିବେ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : କଳା, ସଂଖ୍ୟା : ୧୧, ଆରାଧନା : ମା’ କାଳୀ ।

କୁମ୍ଭ : ଘାତଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ଧନକୁ ନେଇ ବିବାଦ କିମ୍ବା ମାଲିମକଦ୍ଦମାରେ ପଡ଼ିପାରନ୍ତି । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିପର୍ଯ୍ୟୟ ଘଟିବ ଏବଂ କର୍ମରେ ବିଫଳତା ଓ କର୍ମ ପ୍ରତି ବିପଦ ଆସିପାରେ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୬, ଆରାଧନା : ମା’ ବିମଳା ।

ମୀନ : ଘାତବାର ଓ ଦଶମ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ପରିବାରରେ ଅଶାନ୍ତିର ବାତାବରଣ ସୃଷ୍ଟି ହେବ । ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଗୁରୁତ୍ୱ ରହିବ ଏବଂ ବ୍ୟବସାୟ କର୍ମରେ ଅଧିକ ସଫଳତା ମିଳିବ । ସମସ୍ତ କର୍ମକୁ ପୂର୍ଣ୍ଣାଙ୍ଗ କରିବାରେ ସମର୍ଥ ହେବେ ଏବଂ ସମସ୍ତ କର୍ମ ଆଜି ଆପଣଙ୍କ ପାଇଁ ସହଜ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୭, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ଜ୍ୟୋତିର୍ବିଦ୍ : କୈଳାସ ଦାଶ

ଯୋଗାଯୋଗ : ୯୪୩୭୧୩୩୪୭୩