ପ୍ରମୂଖ ଖବର
  • ଫୁଲବାଣୀ : ନିଖୋଜ ବ୍ୟବସାୟୀଙ୍କ ଗଳିତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ
  • ||
  • କୋରାପୁଟ ଜିଲ୍ଲାପାଳଙ୍କ ଅଚାନକ କୋଟିଆ ଗସ୍ତ, ଏସ୍ ଏସ୍‌ ଡି ହାଇସ୍କୁଲ ପିଲାଙ୍କ ସହ କରିଲେ ଆଲୋଚନା
  • ||
  • ଗଞ୍ଜାମ : ସ୍କୁଲ ଗେଟ୍‌ରେ ପଡିଲା ତାଲା, ଶିକ୍ଷକଙ୍କ ବଦଳି ପ୍ରତିବାଦରେ ଧାରଣା
  • ||
  • କଟକ : ଗାଁ ଲୋକଙ୍କୁ ଖଣ୍ଡାରେ ଆକ୍ରମଣ ଉଦ୍ୟମ କଲେ ଯୁବକ, ଅଭିଯୁକ୍ତ ଗିରଫ
  • ||
  • ନୟାଗଡ଼ : ସ୍ତ୍ରୀ ଚରିତ୍ରକୁ ସନ୍ଦେହ କରି ସ୍ୱାମୀ ଫୋପାଡ଼ିଲା ବୋମା, ଜଣେ ଆହତ
  • ||
  • ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଅନିଲ-ହଂସିକା, ପୂର୍ବରୁ ଖାରଜ ହୋଇଥିଲା ଆବେଦନ
  • ||
  • ଭୌମ ଏକାଦଶୀ ପାଇଁ ଶ୍ରୀମନ୍ଦିରରେ ରତ୍ନଭଣ୍ଡାର ମରାମତି ବନ୍ଦ,୩ ମାସରେ କାମ ସାରିବ ଏଏସ୍‌ଆଇ
  • ||
  • ‘ସୁଭଦ୍ରା’ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା, ଆଜି ଯାଜପୁରରୁ ସହାୟତା ରାଶି ବାଣ୍ଟିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • କାହାର ହେବ ଦିଲ୍ଲୀ ? ଆପ୍ ମାରିବ ହ୍ୟାଟ୍ରିକ ନା ବାଜିମାରି ନେବ ବିଜେପି, ଆଜି ରେଜଲ୍ଟ
  • ||

ସୁଭଦ୍ରାରେ ସାମିଲ ହେଲେ ଆଉ ୧୭ ହଜାର ମହିଳା, ଜାନୁଆରୀ ଶେଷ ସୁଦ୍ଧା ଖାତାକୁ ଯିବ ଟଙ୍କା

Published By : Prameya | January 17, 2025 1:01 PM

ଭୁବନେଶ୍ଵର, ୧୭/୦୧ : ସୁଭଦ୍ରାକୁ ନେଇ ଆସିଲା ବଡ଼ ଅପଡେଟ୍। ସୁଭଦ୍ରା ଯୋଜନାରେ ସାମିଲ ହେଲେ ୧୭ ହଜାର ମହିଳା। ଅପ୍‌ଟ ଆଉଟ୍ ହୋଇଥିବା ୧୭ ହଜାର ମହିଳା ପୁଣି ସାମିଲ ହୋଇଛନ୍ତି। ସମୁଦାୟ ୩୧ ହଜାର ଅପ୍‌ଟ ଆଉଟ୍ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୧୭ ହଜାରଙ୍କୁ ସାମିଲ କରାଗଲା। ବାକି ୧୪ ହଜାର ମହିଳା ଅପ୍‌ଟ୍ ଇନ୍ କରିନପାରନ୍ତି। ସେମାନେ ଆୟକର ବର୍ଗର ହୋଇ ଥାଇପାରନ୍ତି। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। 

ଏହି ଖବରଟିକୁ ପଢନ୍ତୁ-ସ୍କିମାଟିକ୍ କନିଷ୍ଠ ଶିକ୍ଷକଙ୍କ ବଢିଲା ପାରିଶ୍ରମିକ, ଏବେ ମିଳିବ ୧୬ ହଜାର

ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୫ ଲକ୍ଷ ମହିଳା କେୱାଇସି ଅପଡେଟ୍ କରିନଥିବାରୁ ସରକାର ସମୟ ଦେଇଥିଲେ।୨ ଲକ୍ଷ ମହିଳା କେୱାଇସି ଅପଡେଟ୍ କରିନାହାନ୍ତି। ତେଣୁ ଚତୁର୍ଥ ପର୍ଯ୍ୟାୟ ପୂର୍ବରୁ କେୱାଇସି ଅପଡେଟ୍ କରିଦିଅନ୍ତୁ। ଜାନୁଆରୀ ଶେଷ ସୁଦ୍ଧା ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ଦେବା ପୂର୍ବରୁ ସମସ୍ତଙ୍କୁ କେୱାଇସି ଅପଡେଟ କରିବାକୁ ନିବେଦନ କଲେ ଉପମୁଖ୍ୟମନ୍ତ୍ରୀ। ତେବେ ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବା ପରେ ମଧ୍ୟ କେୱାଇସି ଅପଡେଟ୍ କଲେ କିମ୍ଵା ଅପ୍ଟ ଇନ କଲେ ଯୋଜନାରେ ସାମିଲ ହୋଇ ପାରିବେ। କେହି ବି ଜଣେ ଯୋଗ୍ୟ ହିତାଧିକାରୀଙ୍କୁ ବାଦ ଦିଆଯିବନି।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.