ପ୍ରମୂଖ ଖବର
  • ରାଜ୍ୟ ବଜେଟ୍ ଉପସ୍ଥାପିତ, ଧାନ କ୍ବିଣ୍ଟାଲ ୩୧ ଶହ ଟଙ୍କା
  • ||
  • ୨୬ରେ ଅଲିମ୍ପିକ୍ସ ଉଦ୍‌ଘାଟନୀ ଉତ୍ସବ: ଅଷ୍ଟ୍ରେର୍ଲିଜ ପୋଲରୁ ଆରମ୍ଭ, ଆଇଫିଲ୍‌ ଟାୱାରରେ ଶେଷ
  • ||
  • ମୋହନ ସରକାରଙ୍କ ପ୍ରଥମ ବଜେଟ୍, ୨୦୨୪-୨୫ ପାଇଁ ଆସିବ ପୂର୍ଣ୍ଣାଙ୍ଗ ବଜେଟ୍ ଅପରାହ୍ନ ୫ଟା ଉପସ୍ଥାପନ
  • ||
  • ଆସନ୍ତା ୨୭ରେ ଲଘୁଚାପ, ୨୯ ଯାଏ ବର୍ଷା ସମ୍ଭାବନା: ଆଜି ତିନି ଜିଲ୍ଲାକୁ ଆଲର୍ଟ ଜାରି
  • ||

ରାଜ୍ୟ କ୍ୟାବିନେଟରେ ୧୮ ପ୍ରସ୍ତାବ ପାରିତ, ମୋ ଘର ଯୋଜନା ପ୍ରସ୍ତାବରେ ବାଜିଲା ମୋହର

ଭୁବନେଶ୍ଵର, ୨୯/୫ : ରାଜ୍ୟ କ୍ୟାବିନେଟ ବୈଠକରେ ୧୮ଟି ପ୍ରସ୍ତାବରେ ବାଜିଲା ମୋହର । ମୋ ଘର ଯୋଜନାରେ ମୋହର ମାରିଲା କ୍ୟାବିନେଟ । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ବସିଥିଲା। ମନ୍ତ୍ରୀମଣ୍ଡଳ ଅଦଳବଦଳ ପରେ ଏହା ପ୍ରଥମ କ୍ୟାବିନେଟ ବୈଠକ।

ପଞ୍ଚମ ପାଳି ସରକାରର ପଞ୍ଚମ ବର୍ଷ ଆରମ୍ଭର ପ୍ରଥମ ଦିନରେ ନବୀନ ବଡ଼ ଘୋଷଣା କରିଛନ୍ତି। ସରକାର ନିର୍ବାଚନ ବର୍ଷକୁ ପ୍ରବେଶ କରୁଥିବାରୁ ଏହି କ୍ୟାବିନେଟରେ ବଡ଼ ଘୋଷଣା କରାଯାଇଥିବା ଜଣାପଡ଼ିଛି । ୨୦୧୯ ମେ’ ୨୯ରେ ନବୀନଙ୍କ ପଞ୍ଚମ ପାଳି ସରକାର ଗଠନ ହୋଇଥିଲା । ପଞ୍ଚମ ପାଳି ସରକାର ଶପଥ ଗ୍ରହଣ ଦିନ ହିଁ କ୍ୟାବିନେଟ ବୈଠକ ଡାକି ମୁଖ୍ୟମନ୍ତ୍ରୀ ନିର୍ବାଚନରେ ଦେଇଥିବା ସମସ୍ତ ପ୍ରତିଶ୍ରୁତିକୁ ପୂରଣ କରିବାକୁ ନିଷ୍ପତ୍ତି ନେଇଥିଲେ । ସେହି ଅନୁସାରେ ନବୀନ ନିଜ ପ୍ରତିଶ୍ରୁତି ପୂରଣ କରି ଚାଲିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.