ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ଶନିବାର ଠାରୁ ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ, ଅକ୍ଷର ଭୂମିର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୦୨/୦୨: ଫେବ୍ରୁାରୀ ୩ରୁ ତିନି ଦିନ ଧରି ଭୁବନେଶ୍ଵରର ଜନତା ମଇଦାନରେ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି । ଏହି ସମ୍ମିଳନୀକୁ ଆହୁରି ସ୍ମରଣୀୟ କରିବା ନିମନ୍ତେ  ଭୁବନେଶ୍ଵରର କଳାମଣ୍ଡଳ ପରିସରରେ ନିର୍ମିତ ହୋଇଛି ଅକ୍ଷର ଭୂମି ।

ଶୁକ୍ରବାର ସନ୍ଧ୍ୟାରେ ଏକ ବର୍ଣ୍ଣାଢ୍ୟ ପରିବେଶରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅକ୍ଷର ଭୂମିର ଲୋକାର୍ପଣ  କରିଛନ୍ତି । ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀକୁ ସ୍ମରଣୀୟ କରିବା ପାଇଁ ଖାଣ୍ଡେଲାଇଟ ପଥରରେ କଳିଙ୍ଗ ଶୈଳୀରେ ଓଡ଼ିଶାର କଳା ଓ ଭାସ୍କର୍ଯ୍ଯର ଅପୂର୍ବ ନିଦର୍ଶନ ସ୍ବରୂପ ନିର୍ମିତ ହୋଇଛି ଅକ୍ଷର ଭୂମି ।

ଓଡ଼ିଆ ବର୍ଣ୍ଣମାଳାରେ ସୁଶୋଭିତ ଅକ୍ଷର ଭୂମି ଆମ ଭାଷା ପ୍ରୀତିକୁ ଉଜ୍ଜୀବିତ କରି ରଖିବା ସହ ଆମ ଭାଷା  ସଂସ୍କୃତି କଳା ଓ ସ୍ଥାପତ୍ୟର ଜୟ ଗାନ କରି ଚାଲିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଆମର ମହାନ୍ ଐତିହ୍ୟ ଓ  ଶାସ୍ତ୍ରୀୟ ଓଡ଼ିଆ ଭାଷାର ଗୌରବ ବିଷୟରେ ଅକ୍ଷର ଭୂମି ଭବିଷ୍ୟତ ପିଢିକୁ ପ୍ରେରଣା ଦେଇ ଚାଲିବ ବୋଲି  ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି ।

ସୂଚନା ଯୋଗ୍ୟ, ୫-ଟି ଅଧ୍ୟକ୍ଷ ଭି କାର୍ତ୍ତିକ ପାଣ୍ଡିଆନ୍ ନିୟମିତ କଳାମଣ୍ଡଳ ଯାଇ ଅକ୍ଷର ଭୂମି ନିର୍ମାଣ କାର୍ଯ୍ୟ  ତଦାରଖ କରୁଥିଲେ । ତାଙ୍କର ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଏହି କାର୍ଯ୍ୟ ଇଡକୋ ଜରିଆରେ ସମ୍ପାଦିତ ହୋଇଛି ।

ଲୋକାର୍ପଣ ଉତ୍ସବରେ ସଂସ୍କୃତି ମନ୍ତ୍ରୀ ଅଶ୍ଵିନୀ  ପାତ୍ର, ବିଧାୟକ  ଅନନ୍ତ ନାରାୟଣ  ଜେନା, ବିଧାୟକ ସୁଶାନ୍ତ  ରାଉତ, ବିଏମସି ମେୟର ସୁଲୋଚନା ଦାସ, ସିଏମଓର ମୁଖ୍ୟ ଉପଦେଷ୍ଟା ବାଲାକ୍ରିଷ୍ଣନ, ମୁଖ୍ୟ  ଶାସନ ସଚିବ ପ୍ରଦୀପ ଜେନା, ଉନ୍ନୟନ କମିଶନର ଅନୁ ଗର୍ଗ, ଲୋକସମ୍ପର୍କ ବିଭାଗ ପ୍ରମୁଖ ସଚିବ ସଞ୍ଜୟ ସିଂହ ଓ  ସଂସ୍କୃତି ସଚିବ ସୁଜାତା ରାଉତ କାର୍ତ୍ତିକେୟ ପ୍ରମୁଖ ଉପସ୍ଥିତ ଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.