ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

୧୩ରେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ : ୪ ଲୋକସଭା ଆସନରେ ୩୭ ପ୍ରାର୍ଥୀ

ଭୁବନେଶ୍ବର, ୧୧।୫ : ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪ର ଚତୁର୍ଥ ପର୍ଯ୍ୟାୟ ତଥା ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ୪ ଗୋଟି ସଂସଦୀୟ କ୍ଷେତ୍ର କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ଏବଂ ଏସବୁ ସଂସଦୀୟ କ୍ଷେତ୍ର ଅନ୍ତର୍ଗତ୨୮ଟି ବିଧାନସଭା କ୍ଷେତ୍ର ପାଇଁ ମଇ ୧୩ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ । ଏହି ପର୍ଯ୍ୟାୟରେ ଚାରୋଟି  ସଂସଦୀୟ କ୍ଷେତ୍ର ଅଧିନରେ ମୋଟ ୬୨,୮୭,୨୨୨ ଜଣ ମତଦାତା ନିଜ ନିଜର ମତାଧିକାର ସାବ୍ୟସ୍ତ କରିବେ । ଏମାନଙ୍କ ମଧ୍ୟରେ ୩୦,୯୭,୫୨୭ ପୁରୁଷ, ୩୧,୮୯,୦୬୦ ମହିଳା ଓ ୬୩୫ ତୃତୀୟ ଲିଙ୍ଗ ଭୋଟର ରହିଛନ୍ତି ଏବଂ ମତଦାତା ଲିଙ୍ଗ ଅନୁପାତ ୧୦୩୦ ରହିଛି । ପୁରୁଷ ଭୋଟରଙ୍କ ଅପେକ୍ଷା ମହିଳା ଭୋଟରଙ୍କ ସଂଖ୍ୟା ଅଧିକ ରହିଛି । ଏମାନଙ୍କ ମଧ୍ୟରେ ୧,୭୫,୧୩୪ ଜଣ ୧୮-୧୯ ବର୍ଷ ବୟସର ପ୍ରଥମ ଥର ମତଦାତା, ୨୦-୨୯ ବର୍ଷ ବୟସର ୧୪,୬୮,୫୦୪ ଜଣ ଯୁବ ମତଦାତା ରହିଛନ୍ତି । ଏହି ପର୍ଯ୍ୟାୟରେ ମୋଟ ୭୨୮୯ଟି ମତଦାନ କେନ୍ଦ୍ର ଓ ୧୪ଟି ଅତିରିକ୍ତ ମତଦାନ କେନ୍ଦ୍ର ରହିଛି । ପରିସୀମା ଭାବରେ ଏହି ପର୍ଯ୍ୟାୟରେ ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ସବୁଠୁ ସାନ ଓ କୋରାପୁଟ ସବୁଠାରୁ ବଡ଼ ସଂସଦୀୟ କ୍ଷେତ୍ର । ବିଧାନସଭା କ୍ଷେତ୍ରମାନଙ୍କ ମଧ୍ୟରେ ବ୍ରହ୍ମପୁର ସବୁଠାରୁ ସାନ ଓ ମାନକାନଗିରି ସବୁଠାରୁ ବଡ଼ ଅଟେ । ମତଦାତା ସଂଖ୍ୟା ହିସାବରେ କୋରାପୁଟ ସଂସଦୀୟ କ୍ଷେତ୍ରରେ ସର୍ବନିମ୍ନ ୧୪୮୦୯୨୨ ଜଣ ମତଦାତା ଓ କଳାହାଣ୍ଡି ସଂସଦୀୟ କ୍ଷେତ୍ରରେ ସର୍ବାଧିକ ୧୭,୦୦,୭୮୦ ଜଣ ମତଦାତା ରହିଛନ୍ତି । ବିଧାନସଭା କ୍ଷେତ୍ରଗୁଡ଼ିକ ମଧ୍ୟରେ ଲକ୍ଷ୍ମୀପୁରରେ ସର୍ବନିମ୍ନ ୧,୭୩,୭୨୧ ଜଣ ଓ ଧର୍ମଗଡ଼ରେ ସର୍ବାଧିକ ୨,୬୧,୭୦୮ ଜଣ ମତଦାତା ରହିଛନ୍ତି । ଏହି ଚତୁର୍ଥ ପର୍ଯ୍ୟାୟରେ ସାମଗି୍ରକ ଭାବରେ ୩୯,୯୯୫ ଜଣ ୮୫ ବର୍ଷରୁ ଊଦ୍ଧ୍ୱର୍ ମତଦାତା, ୧୨୯୪ ଜଣ ୧୦୦ ବର୍ଷ ବୟସରୁ ଊଦ୍ଧ୍ୱର୍ ମତଦାତା, ୩୧ ଜଣ ପ୍ରବାସୀ ମତଦାତା ଓ ୬୨୯୬ ଜଣ ସର୍ଭିସ୍‌ ଭୋଟର ରହିଛନ୍ତି ।

 ଉକ୍ତ ଚତୁର୍ଥ ପର୍ଯ୍ୟାୟରେ ଅତିରିକ୍ତ ମତଦାନ କେନ୍ଦ୍ରକୁ ମିଶାଇ ରହିଥିବା ୭୩୦୩ ମତଦାନ କେନ୍ଦ୍ର ମଧ୍ୟରୁ ୭୪୮ଟି ସହରାଞ୍ଚଳ ଓ ୬୫୫୫ଟି ଗ୍ରାମାଞ୍ଚଳରେ ରହିଛି । ଏହା ମଧ୍ୟରେ ‘ସଂପୂର୍ଣ୍ଣ ରୂପେ ମହିଳା କର୍ମଚାରୀ ପରିଚାଳିତ ମତଦାନ କେନ୍ଦ୍ର’, ‘ସଂପୂର୍ଣ୍ଣ ରୂପେ ଭିନ୍ନକ୍ଷମ କର୍ମଚାରୀ ପରିଚାଳିତ ମତଦାନ କେନ୍ଦ୍ର’ ଏବଂ ‘ସଂପୂର୍ଣ୍ଣ ରୂପେ ଯୁବ କର୍ମଚାରୀଙ୍କ ଦ୍ୱାରା ପରିଚାଳିତ ମତଦାନ କେନ୍ଦ୍ର’ ରହିଛି । ଏହି ପର୍ଯ୍ୟାୟରେ ମୋଟ ୬୬୨ଟି ଆଦର୍ଶ ମତଦାନ କେନ୍ଦ୍ର (ମଡ଼େଲ୍‌ ବୁଥ୍‌) ରହିଛି । ଏହି ପର୍ଯ୍ୟାୟରେ ପ୍ରାୟ ୫୩୦୦୦ ଜଣ ପୋଲିଂ କର୍ମଚାରୀ ନିୟୋଜିତ ହୋଇଛନ୍ତି । ସର୍ବମୋଟ ୭୩୦୩ଟି ବୁଥ୍‌ ମଧ୍ୟରୁ ପ୍ରାୟ ୬୦ ପ୍ରତିଶତ ବୁଥ୍‌ରେ ଓ୍ବେବ୍‌କାଷ୍ଟିଂ କରାଯିବ ।

କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ପାଇଁ ମୋଟ ୩୭ ଜଣ (ପୁରୁଷ-୩୦, ମହିଳା-୭) ପ୍ରାର୍ଥୀ ରହିଛନ୍ତି । ଏହି ସଂସଦୀୟ କ୍ଷେତ୍ରଗୁଡ଼ିକ ଅନ୍ତର୍ଗତ ୨୮ଟି ବିଧାନସଭା କ୍ଷେତ୍ର ପାଇଁ ମୋଟ ୨୪୩ ଜଣ (ପୁରୁଷ-୨୧୪, ମହିଳା-୨୯) ପ୍ରାର୍ଥୀ ରହିଛନ୍ତି । କୋରାପୁଟ, କଳାହାଣ୍ଡି ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ପାଇଁ ୧୧ ଜଣ ଲେଖାଏଁ ପ୍ରାର୍ଥୀ ଏବଂ ନବରଙ୍ଗପୁରରେ ୪ ଜଣ ପ୍ରାର୍ଥୀ ରହିଛନ୍ତି । ଝରିଗାଁ, ନବରଙ୍ଗପୁର ଓ ଡାବୁଗାଁ  ପାଇଁ ସର୍ବନିମ୍ନ ୩ ଜଣ ଲେଖାଏଁ ପ୍ରାର୍ଥୀ ରହିଛନ୍ତି । ବ୍ରହ୍ମପୁର ବିଧାନସଭା ପାଇଁ ସର୍ବାଧିକ ୧୭ ଜଣ ପ୍ରାର୍ଥୀ ରହିଛନ୍ତି। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.