ପ୍ରମୂଖ ଖବର
  • ସିଙ୍ଗାପୁର ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ: କହିଲେ ଓଡ଼ିଶା ସହ ବଢିବ ସମ୍ପର୍କ, ବଢିବ ପୁଞ୍ଜି ନିବେଶ
  • ||
  • ଶ୍ରୀମନ୍ଦିରରେ ଲାଗୁ ହେଲା ୫ ସୂତ୍ରୀ ମାର୍ଗଦର୍ଶିକା, ଡିଜିଟାଇଜେସନ୍‌ ହେବ ସମସ୍ତ ଫାଇଲ୍‌ ଏବଂ ରେକର୍ଡ
  • ||
  • ଅଲକାଦିର ଟ୍ରଷ୍ଟ ଭ୍ରଷ୍ଟାଚାର ମାମଲା : ଇମରାନଙ୍କୁ ୧୪ ଏବଂ ପତ୍ନୀଙ୍କୁ ୭ ବର୍ଷ ଜେଲ୍‌ଦଣ୍ଡ
  • ||
  • ଶିମିଳିପାଳ ଜଗିବେ ୧ ପ୍ଳାଟୁନ୍‌ ପୁଲିସ, ଶିକାରୀ ପ୍ରବଣ ଗ୍ରାମରେ ହେବ ପାଟ୍ରୋଲିଂ
  • ||
  • କଟକ : ନବ ଦାସ ହତ୍ୟା ମାମଲା: ସିବିଆଇ ତଦନ୍ତ ପାଇଁ ହାଇକୋର୍ଟରେ ମାମଲା ରୁଜୁ
  • ||
  • ଭୁବନେଶ୍ୱର : ଭଙ୍ଗାହେଲା ବୈକୁଣ୍ଠ ଧାମ, ଆଶ୍ରମ ପରିସରରେ କଡ଼ା ସୁରକ୍ଷା ବ୍ୟବସ୍ଥା
  • ||
  • ରାୟଗଡ଼ା : ଧୁମାଗୁଡ଼ା ଗାଁରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ
  • ||
  • ଶନିବାର ଦିନିକିଆ ରାୟଗଡ଼ା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ସମ୍ୱଲପୁର : ନବଦାସଙ୍କ ଭାଇଙ୍କ ଘରେ ବଡ଼ ଧରଣର ରେଡ୍‌, ତନାଘନା କରୁଛି ଆୟକର ଟିମ୍‌
  • ||
  • ଗଞ୍ଜାମ : କେନାଲରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ସ୍କିମାଟିକ୍ କନିଷ୍ଠ ଶିକ୍ଷକଙ୍କ ବଢିଲା ପାରିଶ୍ରମିକ, ଏବେ ମିଳିବ ୧୬ ହଜାର
  • ||
  • ଚାନ୍ଦବାଲି : ଗ୍ରାହକଙ୍କ ଆକାଉଣ୍ଟରୁ ଆପେ ଆପେ ଗୋଲ୍ ହେଉଛି ଟଙ୍କା, ଚିନ୍ତାରେ ଗ୍ରାହକ
  • ||
  • ଦିଗପହଣ୍ଡି : ଦ୍ରୁତଗତିରେ ଆସି ଓଲଟିଲା କଣ୍ଟେନର: ଅଳ୍ପକେ ବର୍ତ୍ତିଲେ ଲୋକେ, ଡ୍ରାଇଭର ଗିରଫ
  • ||
  • ଜମ୍ମୁ-କାଶ୍ମୀରରେ ରହସ୍ୟମୟ ରୋଗରେ ୧୫ ଶିଶୁ ମୃତ, ତଦନ୍ତ ଲାଗି ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍ ଗଠନ
  • ||
  • ରାଜଧାନୀରେ ପହଞ୍ଚିଲେ ସିଙ୍ଗାପୁର ରାଷ୍ଟ୍ରପତି,ଏୟାରପୋର୍ଟରେ ଭବ୍ୟ ସ୍ବାଗତ କଲେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ
  • ||

ରାଜ୍ୟସଭା ନିର୍ବାଚନ : ନାମାଙ୍କନ ଭରିଲେ ବିଜେଡି ପ୍ରାର୍ଥୀ ଦେବାଶିଷ ଓ ଶୁଭାଶିଷ

Published By : Prameya | February 13, 2024 1:00 PM

ଭୁବନେଶ୍ଵର, ୧୩/୦୨ : ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ୨ ବିଜେଡି ପ୍ରାର୍ଥୀ। ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ ନାମାଙ୍କନ ଦାଖଲ କରିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ଅଛନ୍ତି। ସୋମବାର ସନ୍ଧ୍ୟାରେ ଦେବାଶିଷ  ଓ ଶୁଭାଶିଷଙ୍କ ନାମରେ ମୋହର ମାରିଥିଲେ ସୁପ୍ରିମୋ। ତେବେ ଦଳୀର  ତୃତୀୟ ପ୍ରାର୍ଥୀ କିଏ ସେ ସଂପର୍କରେ କିଛି ଘୋଷଣା ହୋଇନି । ବିଜେଡିରୁ କିଏ ଯିବ ରାଜ୍ୟସଭା? ଏହାକୁ  ନେଇ ଦଳୀୟ ମହଲରେ ବେଶ୍‌ ଚର୍ଚ୍ଚା ଲାଗି ରହିଛି।

ଦେବାଶିଷ ବିଜେଡିର ଟାଣୁଆ ନେତା ଭାବେ ପରିଚିତ । ସେ ୨୦୦୦ ମସିହାରେ ପ୍ରଥମେ ତିର୍ତ୍ତୋଲରୁ ଜିତିଥିଲେ । ଏହାପରେ ସେ ବାରବାଟୀ-କଟକରୁ ୨ଥର ବିଧାୟକ ଭାବେ  ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ମାତ୍ର  ଗତ ନିର୍ବାଚନରେ ସେ ପରାସ୍ତ ହୋଇଥିଲେ ।

ସେହିଭଳି ଶୁଭାଶିଷ ପୁରୀର ଟାଣୁଆ ଯୁବନେତା ଭାବେ ପରିଚିତ । ସେ ରାଜ୍ୟ ଯୁବ ବିଜେଡି ଉପସଭାପତି ଅଛନ୍ତି । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ଆଗେଇ ନେବାରେ ତାଙ୍କର ବଡ଼ ଯୋଗଦାନ ଥିଲା । ତାଙ୍କ ଦକ୍ଷତା ଓ ସକ୍ରିୟତାକୁ ଆଧାର କରି ନବୀନ ତାଙ୍କୁ ରାଜ୍ୟସଭା ପଠାଇବାକୁ ନିଷ୍ପତ୍ତି ନେଇଛନ୍ତି । ଓଡ଼ିଶାରୁ ୩ଟି ରାଜ୍ୟସଭା ଆସନ ଖାଲି ହେଉଛି । ସାଂସଦ ଅମର ପଟ୍ଟନାୟକ, ଅଶ୍ୱିନୀ ବୈଷ୍ଣବ ଓ ପ୍ରଶାନ୍ତ ନନ୍ଦଙ୍କ କାର୍ଯ୍ୟକାଳ ଆସନ୍ତା ଏପ୍ରିଲରେ ସରୁଛି । ଖାଲି ୩ ଆସନ ପାଇଁ ଆସନ୍ତା ୨୭ରେ ଭୋଟ ହେବ । 




  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.