ଭୁବନେଶ୍ୱର,୨।୯ : ଓଡ଼ିଶାର ଆଉ ଦୁଇଟି ସରକାରୀ ମେଡିକାଲ କଲେଜ ପାଇଁ ୨୦୦ ଆସନ ଅନୁମୋଦିତ ହୋଇଛି। ଜାତୀୟ ମେଡିକାଲ କମିଶନ୍ ଏହି ମଞ୍ଜୁରୀ ଦେଇଛନ୍ତି। ଫୁଲବାଣୀ ସରକାରୀ ମେଡିକାଲ କଲେଜ ତାଳଚେର ସ୍ଥିତ ପବିତ୍ର ମୋହନ ପ୍ରଧାନ ସରକାରୀ ମେଡିକାଲ କଲେଜ ପାଇଁ ୧୦୦ ଟି  ଲେଖାଏଁ ସିଟ୍ ଅନୁମୋଦିତ ହୋଇଛି।ଚଳିତ ୨୦୨୫-୨୬ ଶିକ୍ଷା ବର୍ଷରୁ ପାଠ ପଢା ଆରମ୍ଭ ହେବ।

ଜାତୀୟ ମେଡିକାଲ କମିଶନ୍ ଦ୍ଵାରା ଏହି ମଞ୍ଜୁରୀ କୁ ସ୍ବାଗତ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି  ସ୍ବାସ୍ଥ୍ୟ ଶିକ୍ଷା କ୍ଷେତ୍ରରେ ଓଡ଼ିଶା ଆଉ ଏକ ମାଇଲ ଖୁଣ୍ଟ କରି ପାରିଛି। ଗୋଟିଏ ବର୍ଷରେ ୨୦୦ ଅଧିକ ଓଡ଼ିଆ ଛାତ୍ର ଛାତ୍ରୀ ଚଳିତ ଶିକ୍ଷା ବର୍ଷ ଠାରୁ ଡାକ୍ତରୀ ଶିକ୍ଷା ଗ୍ରହଣ କରି ପାରିବେ।

ନୂଆ ସରକାର ଦାୟିତ୍ଵ ଗ୍ରହଣ କରିବା ପରଠାରୁ ଓଡ଼ିଶାର ସ୍ବାସ୍ଥ୍ୟ ସେବା ଓ ସ୍ଵାସ୍ଥ୍ୟ ଶିକ୍ଷାରେ ଉନ୍ନତି ପାଇଁ ରାଜ୍ୟ ସରକାର ନିରନ୍ତର ଉଦ୍ୟମ କରି ଚାଲିଛନ୍ତି। ଏହି ମଞ୍ଜୁରୀ ଦ୍ଵାରା ସରକାରଙ୍କ ଉଦ୍ୟମ ସଫଳ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।