ପ୍ରମୂଖ ଖବର
  • ସୁନ୍ଦରଗଡ଼ : ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରେଲର; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ଚଢାଉ ବେଳେ ଅବକାରୀ ଟିମ୍‌ ଉପରେ ଆକ୍ରମଣ ଘଟଣା: ୨ ଗିରଫ

Published By : Harapriya Sethi | January 10, 2025 12:36 PM

ଭୋଗରାଇ,୧୦/୦୧: ବ୍ରାଉନସୁଗାର ଚଢାଉ କରିବାକୁ ଯାଇଥିବା ବେଳେ ଅବକାରୀ ବିଭାଗ କର୍ମଚାରୀଙ୍କୁ ଆକ୍ରମଣ କରି ଗାଡି ଚାବି ଛଡାଇବା ଏବଂ ଅଟକ ରଖିବା ଘଟଣାରେ ଆଉ ଦୁଇଜଣ ଗିରଫ ହୋଇଛନ୍ତି । ଘଟଣାର ମୁଖ୍ୟ ମହିଳା ଅଭିଯୁକ୍ତ ମଲ୍ଲିକା ଏବଂ ଅନ୍ୟ ଜଣେ ସହଯୋଗୀକୁ ଗିରଫ କଲା ପୋଲିସ । ବାଲେଶ୍ୱର ଜିଲ୍ଲା ଭୋଗରାଇ ଅଞ୍ଚଳରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ଗତବର୍ଷ ଡିସେମ୍ୱର ୨୩ ତାରିଖରେ କମର୍ଦ୍ଦା ଥାନା ଅନ୍ତର୍ଗତ କମର୍ଦ୍ଦା ବଜାର ନିକଟରେ ବ୍ରାଉନସୁଗାର ବେପାର ହେଉଥିବା ଖବର ପାଇଁ ଅବକାରୀ ବିଭାଗର ଏକ ଟିମ୍‌ ଚଢ଼ାଉ କରିଥିଲା । ଏହି ସମୟରେ ଅବକାରୀ ଟିମ୍‌ ଉପରକୁ ଦୁର୍ବୃତ୍ତମାନେ ଆକ୍ରମଣ କରିଥିଲେ । ଘଟଣାର ତଦନ୍ତ କରି ୧୦ ଜଣ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିଲା । ତେବେ ବର୍ତ୍ତମାନ ଏହି ଘଟଣାର ମୁଖ୍ୟ ମହିଳା ଅଭିଯୁକ୍ତ ଏବଂ ଜଣେ ସହଯୋଗୀକୁ ପୋଲିସ ଗିରଫ କରିଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.