ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ବାପା ମୃତ, ପୁଅ ଓ ଅନ୍ୟ ଜଣେ ଗୁରୁତର

ମ.ରାମପୁର, ୬/୬ : କଳାହାଣ୍ଡି ଜିଲ୍ଲା ମ.ରାମପୁର ଥାନା ଅନ୍ତର୍ଗତ କେନ୍ଦୁବନ୍ଧ ଛକ ଠାରେ ଗୁରୁବାର ସକାଳେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ବାପାଙ୍କ ମୃତ୍ୟୁ ହେଇଥିବା ବେଳେ ପୁଅ ଆହତ ହୋଇଛନ୍ତି। ଅନ୍ୟଜଣେ ଗୁରୁତର ହେଇଥିବା ଜଣାପଡ଼ିଛି।

ସୂଚନା ମୁତାବକ, ଗୁରୁବାର ସକାଳୁ ମ.ରାମପୁର ଦେଇ ଯାଇଥିବା ରାୟପୁର-ଗୋପାଳପୁର ୫୯ନଂ ଜାତୀୟ ରାଜପଥର କେନ୍ଦୁବନ୍ଧ ଛକଠାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ମ.ରାମପୁର ପଟରୁ ନୂଆପଡ଼ା ଜିଲ୍ଲା କୋମନା ବ୍ଲକ ଟିକ୍ରାପଡ଼ା ପଞ୍ଚାୟତ ଜେଠୁ ପାଲିଗ୍ରାମର ଯଉବନ ତାଣ୍ଡି (୫୦ ବର୍ଷ), ଆହତ ପୁଅ ରାଜୀବ ତାଣ୍ଡି, ଓ ଭାଗିରଥି ଜାଲ ବାଇକ୍ ଯୋଗେ ଯାଉଥିଲେ। ଏହି ସମୟରେ ବିପରୀତ ଦିଗରୁ ଆସୁଥିବା ବିପରୀତ ଦିଗରୁ କର୍ଲାମୁଣ୍ଡା ବ୍ଲକ କଣ୍ଡରେଇ ଗ୍ରାମର ପରମାନନ୍ଦ ଭୋଇ ଓ ନରେଶ ଚନ୍ଦନ(୨୭ ବର୍ଷ)ଙ୍କ ବାଇକ୍ ସହ ସାମ୍ନାସାମ୍ନି ଧକ୍କା ହୋଇଥିଲେ। ଫଳରେ ଘଟଣାସ୍ଥଳରେ ବାପାଙ୍କ ମୃତ୍ୟୁ ହୋଇଥିବା ବେଳେ ପୁଅ ଓ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। 

ସ୍ଥାନୀୟ ଲୋକେ ସମସ୍ତଙ୍କୁ ଉଦ୍ଧାର କରି ସ୍ଥାନୀୟ ଲୋକେ ମ.ରାମପୁର ଡାକ୍ତରଖାନା ଆଣି ଭର୍ତ୍ତି କରିଥିଲେ । ତେବେ ଘଟଣା ସ୍ଥଳରେ ହିଁ ନୂଆପଡା ଜିଲ୍ଲାର ଯେଠୁ ପାଲି ଗ୍ରାମର ଯଉବନଙ୍କ ମୃତ୍ୟୁ ହୋଇଛି। ପୁଅ ଓ ଅନ୍ୟଜଣେ ଗୁରୁତର ଆହତ ପରମାନନ୍ଦ ଭୋଇଙ୍କୁ ପ୍ରଥମେ ମ.ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଆଣି ଏଠାରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ଅନ୍ୟ ଆହତମାନଙ୍କୁ ମ.ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା କରାଯାଉଥିବା ବେଳେ ମୃତକଙ୍କ ଗାଁକୁ ଖବର ଦିଆଯାଇଛି । ଶବ ବ୍ୟବଚ୍ଛେଦ ପରେ ପରିବାରବର୍ଗଙ୍କୁ ହସ୍ତାନ୍ତର କରାଯିବ ବୋଲି ସୂଚନା ମିଳିଛି। ମ.ରାମପୁର ପୁଲିସ ଏକ ମାମଲା ରୁଜ୍ଜୁ କରି ଘଟଣାର ତଦନ୍ତ ଚଳାଇଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.