ପ୍ରମୂଖ ଖବର
  • କାଲିମେଳା: ଲଗାଣ ବର୍ଷାରେ ବେହାଲ ଜନଜୀବନ, ପାହାଡ ଧସିବାରୁ ରାସ୍ତା ବନ୍ଦ
  • ||
  • ସପ୍ତଦଶ ବିଧାନସଭାର ବଜେଟ୍ ଅଧିବେଶ ଆରମ୍ଭ, ପ୍ରଥମ ଦିନରେ ଅଭିଭାଷଣ ରଖିଲେ ରାଜ୍ୟପାଳ ରଘୁବର ଦାସ
  • ||
  • ଯାଜପୁର : ଭାରସାମ୍ୟ ହରାଇ ଓଲଟିଲା ​କାଉଡିଆଙ୍କୁ ନେଇ ଯାଉଥିବା ବସ୍, ୫ରୁ ଉର୍ଦ୍ଧ୍ଵ ଆହତ
  • ||

ଟ୍ରକ୍ ଧକ୍କାରେ ୨ ବାଇକ୍ ଆରୋହୀ ମୃତ

ବୋରିଗୁମ୍ମା, ୦୮/୦୭ : ଟ୍ରକ୍ ଧକ୍କାରେ ୨ ବାଇକ୍ ଆରୋହୀ ମୃତ। ବୋରିଗୁମ୍ମା ଜୟପୁର ଜାତୀୟ ରାଜପଥ ହରଡ଼ାପୁଟ ଛକ ନିକଟରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ମୃତକଙ୍କ ପରିଚୟ ମିଳିପାରି ନାହିଁ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ସୂଚନା ଅନୁଯାୟୀ, ବୋରିଗୁମ୍ମା ଜୟପୁର ଜାତୀୟ ରାଜପଥ ହରଡ଼ାପୁଟ ଛକ ନିକଟରେ ଏକ ଟ୍ରକ୍ ଏକ ବାଇକ୍‌କୁ ଧକ୍କା ଦେଇଥିଲା। ଫଳରେ ବାଇକ୍‌ରେ ବସିଥିବା ୨ ଯୁବକ ଛିଟିକି ପଡିଥିଲେ। ଘଟଣାସ୍ଥଳରେ ୨ ଯୁବକଙ୍କର ମୃତ୍ୟୁ ଘଟିଥିଲା। ଖବର ପାଇ ବୋରିଗୁମ୍ମା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଟ୍ରକ୍‌କୁ ଜବତ କରି ତଦନ୍ତ ଆରମ୍ଭ କରିଛି। ସେପଟେ ଏପର୍ଯ୍ୟନ୍ତ ମୃତ ବ୍ୟକ୍ତିଙ୍କ ପରିଚୟ ମିଳିପାରି ନାହିଁ।ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ବାଇକ୍ ପୁରା ଚୁରମାର୍ ହେବା ସହ ଦୁଇ ବାଇକ ଆରୋହୀଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି।

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.