ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

୧୬ରେ ମାଘ ବୁଡ଼କୁ ନେଇ ସମନ୍ବୟ ବୈଠକ : ୨ ଦିନ ସୂର୍ଯ୍ୟମନ୍ଦିର ଭିତରକୁ ମାଗଣା ପ୍ରବେଶ

 କୋଣାର୍କ,୩୧।୧  ଆସନ୍ତା ଫେବୃୟାରୀ ୧୬ ତାରିଖରେ ଚନ୍ଦ୍ରଭାଗା ତୀର୍ଥରେ ଅନୁଷ୍ଠିତ ହେବ ପବିତ୍ର ମାଘ ସପ୍ତମୀ ବୁଡ଼। ଏଥି ନିମନ୍ତେ ବୁଧବାର ଅପରାହ୍ନରେ ଯାତ୍ରୀନିବାସ ହଲରେ ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ଭବତାରଣ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଜିଲ୍ଲାପାଳ ବିଜୟ କୁମାର ଦାଶ, ଅତିରିକ୍ତ ଜିଲ୍ଲାପାଳ ଶରତ ଚନ୍ଦ୍ର ମହାପାତ୍ର, ଅତିରିକ୍ତ ଏସପି ବିଷ୍ଣୁ ପ୍ରସାଦ ପତି, କୋଣାର୍କ ଏନଏସି ଅଧ୍ୟକ୍ଷା ସଂଯୁକ୍ତା ତ୍ରିପାଠୀ ପ୍ରମୁଖ ଯୋଗଦେଇଥିଲେ ।

 ଚଳିତ ବର୍ଷ ଚନ୍ଦ୍ରଭାଗା ତୀର୍ଥରେ ଲକ୍ଷାଧିକ ଶ୍ରଦ୍ଧାଳୁମାନେ ବୁଡ଼ ପକାଇବା ଅନୁମାନ କରାଯାଉଛି। ଏହାକୁ ଦୃଷ୍ଟିରେ ରଖି  ଚନ୍ଦ୍ରଭାଗା ମେଳା ପଡ଼ିଆରେ ପାନୀୟ ଜଳ ଯୋଗାଣ ନିମନ୍ତେ ୬୦ଟି ଷ୍ଟାଣ୍ଡ ପୋଷ୍ଟ ୪ଟି ପାଣି ଟ୍ୟାଙ୍କର,ବୁଡ଼ ୫ଦିନ ପୂର୍ବରୁ ତୀର୍ଥ ପୁଷ୍କରିଣୀ ଜଳ ନିଷ୍କାସନ ଓ ବିଶୋଧନ,  ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିର କରାଯିବ। ସେହିପରି ମାଘ ଷଷ୍ଠୀ ଓ ସପ୍ତମୀ ଦୁଇଦିନ ପରିମଳ, ପାର୍କିଂ,ଆଲୋକ ବ୍ୟବସ୍ତା, ଯାନବାହାନ ନିୟନ୍ତ୍ରଣ ଆଦି ବ୍ୟବସ୍ଥାକୁ ସୂଚାରୁରୂପେ ସମ୍ପାଦନ କରିବା ପାଇଁ ବିଭାଗୀୟ ଅଧିକାରୀମାନେ ବୈଠକରେ ସୂଚନା ଦେଇଥିଲେ। ସପ୍ତମୀ ଦୁଇ ଦିନ ପୂର୍ବରୁ ସୁଚାରୁରୂପେ କାର୍ଯ୍ୟ ତୁଲାଇବା ପାଇଁ ସମସ୍ତ ବିଭାଗକୁ ନିର୍ଦେଶ ଦିଆଯାଇଥିଲା। ଷଷ୍ଠୀ ଓ ସପ୍ତମୀ ଦୁଇ ଦିନ ସୂର୍ଯ୍ୟମନ୍ଦିର ଭିତରକୁ ପ୍ରବେଶ ଶୁଳ୍କ ଛାଡ଼ ରହିବ। ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ତିନି ଠାକୁରଙ୍କ ସେବାୟତ,ବିଭାଗୀୟ ଅଧିକାରୀ, କୋଣାର୍କର ସମସ୍ତ ଗଣମାଧ୍ୟମ ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ । ଶେଷରେ ତହସିଲଦାର ରଞ୍ଜନ ପରିଡା ଧନ୍ୟବାଦ ଦେଇଥିଲେ।

ଆହୁରି ପଢନ୍ତୁ : ସ୍କୁଟି-ସ୍କର୍ପିଓ ମଧ୍ୟରେ ଧକ୍କା, ଦମ୍ପତି ମୃତ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.