ବ୍ରହ୍ମପୁର,୦୪/୧୨: ଗୋବିନ୍ଦପୁର ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଅଜଣା ଗାଡି ଧକ୍କାରେ ଚାଲିଗଲା ଦୁଇ ଜଣଙ୍କ ଜୀବନ । ଏହି ଦୁର୍ଘଟଣାରେ ଆଉ ଦୁଇ ଜଣ ଗୁରୁତର ହୋଇଥିବା ବେଳେ କାହାରି ପରିଚୟ ମିଳି ପାରିନାହିଁ । ଗଞ୍ଜାମ ଜିଲ୍ଲା ଗୋଳନ୍ଥରା ଥାନା ଅନ୍ତର୍ଗତ ଗୋବିନ୍ଦପୁର ଛକ ନିକଟରେ ଏଭଳି ଘଟଣା ଘଟିଛି ।
ସୂଚନା ମୁତାବକ, ଚାରି ଜଣ ଯୁବକଙ୍କୁ ଏକ ଅଜଣା ଗାଡି ଗୋବିନ୍ଦପୁର ଛକ ନିକଟରେ ଧକ୍କା ଦେଇଥିଲା । ଏହି ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ ଦୁଇ ଜଣ ଗୁରୁତର ହୋଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଗୋଳନ୍ଥରା ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା । ସେଠାରେ ପହଞ୍ଚି ମୃତ ଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହା ସହ ଗୁରୁତର ଅବସ୍ଥାରେ ଦୁଇ ଜଣଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ଚିକିତ୍ସା ପାଇଁ ପଠାଇଛି ପୋଲିସ । ଏଥି ସହିତ ଘଟଣାସ୍ଥଳରେ ପୋଲିସ ଉପସ୍ଥିତ ରହି ଘଟଣାର ତଦନ୍ତ ଚଳାଇଛି ପୋଲିସ ।