ପ୍ରମୂଖ ଖବର
  • ଜୁଲାଇ ୧୪​‌ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଏମ୍‌ସ ସମାବର୍ତ୍ତନ ଉତ୍ସବରେ ଦେବେ ଯୋଗ
  • ||
  • କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣା: ମୃତ୍ୟୁ ସଂଖ୍ୟା ୩୮କୁ ବୃଦ୍ଧି, ଆହୁରି ବଢ଼ିପାରେ
  • ||
  • ତେଲେଙ୍ଗାନା ରାସାୟନିକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ; ୩୫କୁ ବଢିଲା ମୃତ୍ୟୁସଂଖ୍ୟା
  • ||
  • ବୁଧବାରଠୁ ଇଂଲଣ୍ଡ- ଭାରତ ଦ୍ୱିତୀୟ ଟେଷ୍ଟ: ଆର୍ଚରଙ୍କୁ ମିଳିଲାନି ସ୍ଥାନ, ଅପରିବର୍ତ୍ତିତ ବେନ୍‌ ସେନା
  • ||
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

ଆମ୍ବ ଟାକୁଆ ଜାଉ ଖାଇ ୨ମୃତ, ୬ ଗୁରୁତର

Published By : Harapriya Sethi | November 1, 2024 9:02 AM

ଦାରିଙ୍ଗବାଡି, ୦୧/୧୧: ମାଣ୍ଡିପଙ୍କା ଗାଁରେ ଆମ୍ବ ଟାକୁଆ ଜାଉ ଖାଇ ୨ ଜଣ ପ୍ରାଣ ହରାଇଥିବା ବେଳେ ୬ ଜଣ ଗୁରୁତର ହୋଇଛନ୍ତି । ୨ ଜଣଙ୍କ ମଧ୍ୟରୁ ଜଣେ ମହିଳା ବ୍ରାହ୍ମଣୀଗାଁ  ସ୍ୱାସ୍ଥ୍ୟ କେନ୍ଦ୍ରରେ ମୃତ୍ୟୁ ବରଣ କରିଥିବା ବେଳେ ବ୍ରହ୍ମପୁର ସ୍ଥାନାନ୍ତର ବେଳେ ଆମ୍ବୁଲାନ୍ସରେ ଜଣେ ଯୁବତୀଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଥିବା ବେଳେ କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡିର ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗାଁରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ମାଣ୍ଡିପଙ୍କା ଗାଁରେ ଅଘଟଣ । ଆମ୍ୱ ଟାକୁଆରୁ ପ୍ରସ୍ତୁତ ଜାଉ ଖାଇ ୮ ଜଣ ଗୁରୁତର ହୋଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ସମସ୍ତ ଗୁରୁତରଙ୍କୁ ବ୍ରାହ୍ମଣୀ ଗାଁ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଇଥିଲେ । ସେଠାରେ ଚିକିତ୍ସାରତ ଅବସ୍ଥାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିଲା । ଅନ୍ୟ ରୋଗୀଙ୍କ ଅବସ୍ଥା ଅଧିକ ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଥିବା । ବ୍ରହ୍ମପୁର ସ୍ଥାନାନ୍ତର ବେଳେ ଆମ୍ବୁଲାନ୍ସରେ ଜଣେ ଯୁବତୀ ପ୍ରାଣ ହରାଇଥିଲେ । ଆଉ ୬ ଜଣ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ମେଡ଼ିକାଲରେ ଚିକିତ୍ସାରତ ଅଛନ୍ତି । ଏହି ଘଟଣା ପରେ ପଲିସକୁ ଘଟଣା ସମ୍ୱନ୍ଧରେ ଅବଗତ କରାଇଥିଲେ ସ୍ଥାନୀୟଲୋକେ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଦ୍ୱୟ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ।  

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.