ପ୍ରମୂଖ ଖବର
  • ଝାରସୁଗୁଡ଼ା ଜିଲ୍ଲା କାଲି ବାହାଲ ଗ୍ରାମରେ ବଜ୍ରପାତରେ ୨ ମୃତ
  • ||
  • ଭୁବନେଶ୍ୱର ବାଇ ପାସ୍‌କୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ, ନିର୍ମାଣ ହେବ ୬ ଲେନ୍ ରିଙ୍ଗ ରୋଡ୍
  • ||
  • ଏସିଆ କପ୍‌ ପାଇଁ ଟିମ୍‌ ଘୋଷଣା କଲା ବିସିସିଆଇ,ସ୍ବର୍ଯ୍ୟକୁମାରଙ୍କ ନେତୃତ୍ବରେ ଟୁର୍ଣ୍ଣାମେଣ୍ଟକୁ ଓହ୍ଲାଇବ ଭାରତ
  • ||
  • ଧାନ ତଳି ରୋଇବାକୁ ଯିବା ବେଳେ ଦୁର୍ଘଟଣା: ବାଇକ୍‌ରୁ ଖସିପଡିଲେ ଚାଷୀ, ଚାଲିଗଲା ଜୀବନ
  • ||
  • ଦୁର୍ନୀତିଖୋର ବାବୁଙ୍କ ଉପରେ ଭାରି ପଡ଼ୁଛି ଭିଜିଲାନ୍ସ; ବନ୍ଧା ହେଲେ ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରା
  • ||
  • ଶିଶୁ ବାଟିକା ପିଲାଙ୍କୁ ମିଳିବ ୟୁନିଫର୍ମ, ୩ ଲକ୍ଷ ୧୦ ହଜାର ୮୩୯ ପିଲାଙ୍କୁ ବଣ୍ଟନ ହେବ
  • ||
  • ଉପରାଷ୍ଟ୍ରପତି ନିର୍ବାଚନରେ ଦକ୍ଷିଣ ଭାରତ ଲଢ଼େଇ, ବି. ସୁଦର୍ଶନ ରେଡ୍ଡୀ ହେଲେ ଇଣ୍ଡିଆ ମେଣ୍ଟ ପ୍ରାର୍ଥୀ
  • ||
  • ମହିଳାଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋ ଭାଇରାଲ ଅଭିଯୋଗ; ଅଭିଯୁକ୍ତକୁ ଆନ୍ଧ୍ରରୁ ଉଠାଇଆଣିଲା ନରସିଂହପୁର ପୁଲିସ
  • ||
  • 'ଥ୍ରୀ ଇଡିଅଟ୍‌' ଫିଲ୍ମ ପ୍ରଫେସର ଅଚ୍ୟୁତ ପୋତଦାରଙ୍କ ଦେହାନ୍ତ
  • ||
  • ଯାଜପୁର : ଭୁଲ୍ ଇଞ୍ଜେକ୍ସନ ଯୋଗୁଁ ଯୁବକଙ୍କ ମୃତ୍ୟୁ ଅଭିଯୋଗ, ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଉତ୍ତେଜନା
  • ||
  • ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଲୀଳା: ଆଜି ମହାପ୍ରଭୁଙ୍କ କାଳୀୟଦଳନ ବେଶ ନୀତି
  • ||
  • ସାଲେପୁରକୁ NAC ଘୋଷଣା ଦାବିରେ ବିଜେଡିର ବନ୍ଦ ପାଳନ, କଟକ-ଚାନ୍ଦବାଲି ରାସ୍ତା ଅବରୋଧ କରି ବିକ୍ଷୋଭ ପ୍ରଦର୍ଶନ
  • ||
  • ଅବପାତ ପ୍ରଭାବ; ସାରା ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା,୨୦ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା
  • ||
  • ସମ୍ବଲପୁର ଧନୁପାଲିରେ ଏନ୍‌କାଉଣ୍ଟର, କୁଖ୍ୟାତ ଅପରାଧୀ ଏମ୍‌ଡି ସାମଦ ବାମ ଗୋଡ଼ ବାଜିଲା ଗୁଳି
  • ||

ବିଲରେ କାମ କରୁଥିଲେ, ବଜ୍ରପାତରେ ଚାଲିଗଲା ୨ ଜଣଙ୍କ ଜୀବନ

Published By : Suraj Kumar | August 19, 2025 7:17 PM

କେ.ପରମାଣପୁର,୧୯/୦୮(ଆ.ପ୍ର)- ଝାରସୁଗୁଡ଼ା ଜିଲ୍ଲା କୋଲାବିରା ଥାନା ପରମାଣପୁର ପଞ୍ଚାୟତ ଅଧିନସ୍ଥ କାଲି ବାହାଲ ଗ୍ରାମରେ ମଙ୍ଗଳବାର ବଜ୍ରପାତ ଘଟି ୨ ଜଣ ଯୁବକଙ୍କ ମୃତ୍ୟୁ ହୋଇଛି l ମୃତକ ହେଲେ ଏହି କାଲିବାହାଲ ଗ୍ରାମର ବୀର କିସାନ(୪୫) ଓ ଦୁଖବନ୍ଧୁ ମାଝୀ(୨୦) l 

ବୀର ନିଜ ଜମିରେ ଧାନ ଚାଷରେ ମେଡ଼ିସିନ ଦେବାକୁ ଯାଇଥିଲେ l ତାଙ୍କ ସହ  ଶଙ୍କର ମାଝୀଙ୍କ ସାନ ପୁଅ ଦୁଃଖବନ୍ଧୁ  ଟ୍ରାକ୍ଟରରେ ଜମି ଯୋତିବା ପାଇଁ ଯାଇଥିଲେ l ଏହି ସମୟରେ ହଠାତ୍ ଏକ କଳା ମେଘ ଘୋଟି ଆସି ବର୍ଷା ହୋଇଥିଲା l ବୀର ଓ ଦୁଃଖବନ୍ଧୁ ଏକ ମହୁଲ ଗଛ ତଳେ ଆଶ୍ରୟ ନେଇଥିଲେ l ତେବେ ହଠାତ୍ ବଜ୍ରପାତ ଘଟି ମହୁଲ ଗଛରେ ପଡ଼ିଥିଲା l ଉଭୟେ ଗଛ ତଳେ ଟଳି ପଡ଼ିଥିଲେ l ତାଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନା ନିଆଯାଇଥିଲା l ମାତ୍ର ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ l କୋଲାବିରା ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବକୁ ଜବତ୍ କରି ପୋଷ୍ଟମର୍ଟମ ପାଇଁ ପଠାଇଛି l

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.