ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ବିଦ୍ୟୁତ ଖୁଣ୍ଟରେ ପିଟି ହେଲା ବାଇକ, ୨ ମୃତ

ସୁବର୍ଣ୍ଣପୁର,୨୯।୧ :  ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଉଫୁଲାରେ ବିଦ୍ୟୁତ୍ ଖୁଣ୍ଟରେ ଏକ ବାଇକ୍ ପିଟି ହେବାରୁ ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ବୟ ହେଲେ କମୀରା ଗାଁ ର ସମ୍ବିତ ପଧାନ ଓ ବୁଠୀପଦର ଗାଁ ର ସିପକ ନାଗ । 

ରବିବାର  ବିଳମ୍ବିତ ରାତିରେ ଉଭୟେ ଏକ ବାଇକ୍ ଯୋଗେ ବୀରମହାରାଜପୁର ପଟକୁ ଫେରୁଥିଲେ। ଉଫୁଲା ଠାରେ ଏକ ବିଦ୍ୟୁତ୍ ଖୁଣ୍ଟରେ ବାଇକ୍ ଟି ଭାରସାମ୍ୟ ହରାଇ ପିଟି ହୋଇ ଥିଲା । ଫଳରେ ଉଭୟେ ଛିଟିକି ପଡ଼ିଥିଲେ । ଦୁହିଙ୍କ ମୁଣ୍ଡରେ ମାଡ଼ ହୋଇଥିବାବେଳେ ପ୍ରବଳ ରକ୍ତସ୍ରାବ ହୋଇଥିଲା । କିଛି ଲୋକ ଦେଖି ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଉଭୟଙ୍କୁ ବୀରମହାରାଜପୁର ଡାକ୍ତରଖାନାକୁ ଆଣିଥିଲେ। ତେବେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଆହୁରି ପଢନ୍ତୁ : ଦଶମ ଶ୍ରେଣୀ ଛାତ୍ରଙ୍କୁ ଛୁରାମାଡ଼

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.