ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ଚାଷ ଜମି ଜଗିଥିବା ବେଳେ ହାତୀ ଆକ୍ରମଣରେ ୨ ମୃତ

ଟାଙ୍ଗୀ, ୦୪/୧୨ : ହାତୀ ଆକ୍ରମଣରେ ଗଲା ଦୁଇ ଚାଷୀଙ୍କ ଜୀବନ। ଦୁଇ ମୃତ ଚାଷୀ ହେଲେ ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତ ବରିକୋ ଗ୍ରାମର ଲକ୍ଷ୍ମୀଧର ବେହେରା ୭୦ ବର୍ଷ ଓ ଅନ୍ୟ ଜଣେ ପାରିଓରଡ଼ ଗ୍ରାମର କୃଷ୍ଣ ଚନ୍ଦ୍ର ପ୍ରଧାନ (୬୫ ବର୍ଷ)। ବାତ୍ୟା ଆସୁଥିବାରୁ ଧାନକୁ ସୁରକ୍ଷା ଦେବା ପାଇଁ ଦୁଇ ଚାଷୀ ଜମିକୁ ଯାଇଥିଲେ। 

ସୂଚନା ମୂତାବକ, ରବିବାର ରାତିରେ ଟାଙ୍ଗୀ ବନାଞ୍ଚଳ ବରିକୋ ଗ୍ରାମ ନିକଟରେ ୩ଟି ଜଙ୍ଗଲୀ ହାତୀ ଆତଙ୍କ ଖେଳାଇଥିଲେ। ସ୍ଥାନୀୟ ଚାଷୀ ଧାନ ଜମିକୁ ସୁରକ୍ଷା ଦେବା ପାଇଁ ଏକାଠି ହେଉଥିବା ବେଳେ ବରିକୋ ଗ୍ରାମର ଲକ୍ଷ୍ମୀଧର ବେହେରା ଓ ପାରିଓରଡ଼ ଗ୍ରାମର କୃଷ୍ଣଚନ୍ଦ୍ର ପ୍ରଧାନ ଚାଷ ଜମିକୁ ସୁରକ୍ଷା ଦେବାପାଇଁ ସାଙ୍ଗ ହୋଇ ଯାଇଥିଲେ। ଚାଷ ଜମି ନିକଟରେ ଦୁହେଁ ବସିଥବା ବେଳେ ହାତୀପଲ ଆକ୍ରମଣ କରିଥିଲେ। ଫଳରେ ଚାଷ ଜମିରେ ଦୁହିଁଙ୍କର ମୃତୁ ହୋଇଥିଲା। କୃଷ୍ଣ ଚନ୍ଦ୍ର ଓ ଲକ୍ଷ୍ମୀଧର ଘରକୁ ଫେରିବାରେ ବିଳମ୍ବ ହେବାରୁ ସ୍ଥାନୀୟ ଲୋକେ ତାଙ୍କୁ ଖୋଜାଖୋଜି କରିଥିଲେ। ଆଜି ସକାଳୁ ସେମାନଙ୍କ ମୃତଦେହ ଚାଷ ଜମିରେ ଲୋକେ ଠାବ କରିଛନ୍ତି। ସ୍ଥାନୀୟ ଲୋକେ ବନ ବିଭାଗକୁ ଦାୟୀ କରିଛନ୍ତି। ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବି କରିଛନ୍ତି। ପୋଲିସ ସହ ବନ ବିଭାଗ ଘଟଣା ସ୍ଥଳରେ ପହଁଚି ତଦନ୍ତ ଆରମ୍ଭ କରିଛି । 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.