ପ୍ରମୂଖ ଖବର
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ଟ୍ରକ-ବାଇକ ମୁହାଁମୁହିଁ ଧକ୍କା,୨ ମୃତ : ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତା ଅବରୋଧ

Published By : Suraj Kumar | October 10, 2024 5:22 PM

ଭଦ୍ରକ, ୧୦।୧୦ : ଭଦ୍ରକ ଜିଲ୍ଲା ଧାମନଗର ଥାନା ଅଧୀନ ବିଷ୍ଣୁପୁର ଛକ ନିକଟରେ ଟ୍ରକ ଓ ବାଇକ  ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୨ ଜଣଙ୍କ ମୃତ୍ୟୁ ହୋଇଛି। ମୃତକ ଦୁଇ ଜଣ ହେଲେ ତାଳପଦା ଗାଁ ର  ଦୀପ୍ତି ରଞ୍ଜନ ଓ  ରଙ୍ଗରାଜପୁର ଅଞ୍ଚଳ ପ୍ରଶାନ୍ତ ସ୍ୱାଇଁର । ଘଟଣା ପରେ ଉତ୍ତେଜନା ଦେଖା ଦେଇଛି।  ଉତ୍ତ୍ୟକ୍ତ ଲୋକ ଜାତୀୟ ରାଜପଥ ଅବରୋଧ କରିଛନ୍ତି। ରାଜପଥରେ ରାସ୍ତା ମରାମତି ପାଇଁ ୱାନ ୱେ କରାଯାଇଥିବାରୁ ଏହି ଦୁର୍ଘଟଣା ଘଟିଲା ବୋଲି ଲୋକେ ଅଭିଯୋଗ କରିଛନ୍ତି। 

ଧାମନଗର ଥାନା ଅଧୀନ ତାଳପଦା ଗାଁ ର ଦୀପ୍ତି ରଞ୍ଜନ ଓ ଭଦ୍ରକ ଗ୍ରାମାଂଚଳ ଥାନା ଅଧୀନ ରଙ୍ଗରାଜପୁର ଅଞ୍ଚଳ ର ପ୍ରଶାନ୍ତ ସ୍ୱାଇଁ ବାଇକରେ ଭଦ୍ରକ ଆଡ଼କୁ ଆସୁଥିଲେ।  ବିଷ୍ଣୁ ପୁର ଛକ ନିକଟ ରେ ମୋଟର ସାଇକେଲ କୁ ସାମ୍ନା ରୁ ଏକ ସ୍କାର୍ପ ବୋଝେଇ ଟ୍ରକ ଧକ୍କା ଦେଇଥିଲା । ଘଟଣାସ୍ଥଳରେ ଦୁଇ ବାଇକ ଆରୋହୀଙ୍କ  ମୃତ୍ୟୁ ହୋଇଥିଲା । ଏହି ଘଟଣାକୁ ନେଇ ଉତ୍ତେଜନା ଦେଖା ଦେଇଥିଲା। ପ୍ରତିବାଦ ରେ ଜାତୀୟ ରାଜପଥ ସ୍ଥାନୀୟ ଲୋକେ ଅବରୋଧ କରିଛନ୍ତି । ପୋଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସଝା କରୁଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.