ପ୍ରମୂଖ ଖବର
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା: ଆଉ ୨ ଗିରଫ
  • ||
  • ମାଲକାନଗିରି : ନଈ ପାରି ହେବା ସମୟରେ ପାଣିରେ ଭାସି ଯାଇ ଦୁଇ ଯୁବକ ମୃତ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ମାମଲାରେ ଆକ୍ସନ୍‌, ୫ ଜଣଙ୍କୁ ନିଲମ୍ବନ କଲା ରାଜ୍ୟ ବିଜେପି
  • ||
  • ଜୁଲାଇ ୧୪​‌ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଏମ୍‌ସ ସମାବର୍ତ୍ତନ ଉତ୍ସବରେ ଦେବେ ଯୋଗ
  • ||
  • କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣା: ମୃତ୍ୟୁ ସଂଖ୍ୟା ୩୮କୁ ବୃଦ୍ଧି, ଆହୁରି ବଢ଼ିପାରେ
  • ||
  • ତେଲେଙ୍ଗାନା ରାସାୟନିକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ; ୩୫କୁ ବଢିଲା ମୃତ୍ୟୁସଂଖ୍ୟା
  • ||
  • ବୁଧବାରଠୁ ଇଂଲଣ୍ଡ- ଭାରତ ଦ୍ୱିତୀୟ ଟେଷ୍ଟ: ଆର୍ଚରଙ୍କୁ ମିଳିଲାନି ସ୍ଥାନ, ଅପରିବର୍ତ୍ତିତ ବେନ୍‌ ସେନା
  • ||
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

ଖୁସି ଖବର; ୨% ମହଙ୍ଗା ଭତ୍ତା ବୃଦ୍ଧି ନେଇ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

Published By : Ankita S | April 11, 2025 2:44 PM

ଭୁବନେଶ୍ବର,୧୧/୦୪: ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର । ଦରଦାମ୍ ବୃଦ୍ଧି ଭିତରେ ବଢ଼ିଲା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା । ୨ ପ୍ରତିଶତ ବୃଦ୍ଧି ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମହଙ୍ଗା ଭତ୍ତା ୫୩ ପ୍ରତିଶତକୁ ୫୫ ପ୍ରତିଶତକୁ ବଢ଼ିଛି ।

ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଦୁଇ ପ୍ରତିଶତ ବୃଦ୍ଧି ହୋଇଥିବା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି । ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଛି । ଏହା ଜାନୁଆରୀ ପହିଲା ୨୦୨୫ରୁ ପିଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଏପ୍ରିଲ ମାସ ଦରମାରେ ନଗଦ ଆକାରରେ ମିଳିବ । ମହଙ୍ଗା ଭତ୍ତା ବୃଦ୍ଧି ସହିତ ପେନ୍‌ସନଭୋଗୀଙ୍କ ଟିଆଇରେ ବି ୨ ପ୍ରତିଶତ ବୃଦ୍ଧି ହୋଇଛି । ସେମାନେ ମଧ୍ୟ ଅନୁରୂପ ଭାବେ ଏପ୍ରିଲ ମାସ ପେନ୍‌ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ । ଏହା ଦ୍ୱାରା ପ୍ରାୟ ସାଢ଼େ ୮ ଲକ୍ଷ କର୍ମଚାରୀ ଓ ପେନସନ୍‌ଭୋଗୀ ଉପକୃତ ହେବ । ସମାନ ଭାବେ ବର୍ଦ୍ଧିତ ଟିଆଇ ୨୦୨୫ ଜାନୁଆରୀ ପହିଲାରୁ ପିଛିଲା ଭାବେ ଲାଗୁ ହେବ । 

ସରକାରୀ କର୍ମଚାରୀ ଏବଂ ବରିଷ୍ଠ ନାଗରିକଙ୍କ ଆର୍ଥିକ ଉନ୍ନତି ପାଇଁ ପ୍ରତିବଦ୍ଧତାର ଏକ ଅଂଶ ଭାବରେ ରାଜ୍ୟ ସରକାର ଏହି ଘୋଷଣା କରିଛନ୍ତି । ବିଶେଷ କରି ବର୍ଦ୍ଧିତ ଦରଦାମ ବୃଦ୍ଧି ପାଇଁ ଏହା ସହାୟକ ହେବ । ଏହି ପଦକ୍ଷେପକୁ ବିଭିନ୍ନ କର୍ମଚାରୀ ସଂଘ ଦ୍ୱାରା ସ୍ୱାଗତ କରାଯାଇଛି । ସରକାରୀ ସେବା ଏବଂ ପେନସନ୍ ଉପରେ ନିର୍ଭରଶୀଳ ହଜାର ହଜାର ପରିବାରଙ୍କୁ ଆର୍ଥିକ ସହାୟତା ଦିଗରେ ଏକ ସକାରାତ୍ମକ ପଦକ୍ଷେପ ଭାବରେ ପ୍ରଶଂସା କରିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.